ମିଛର ମୁକାବିଲା କର: ନବୀନ

ଭୁବନେଶ୍ୱର,୧୬।୧୨(ଅନିଲ ଦାସ): ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳର କାର୍ଯ୍ୟକାରିଣୀ ବୈଠକକୁ ସମ୍ବୋଧିତ କରି କହିଛନ୍ତି, ବିକାଶର ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବାକୁ ହେବ। ଓଡ଼ିଶାବାସୀ ଜାଣିଛନ୍ତି, ହଜାରେ ମିଛ କେବେ ସତ ହେବନାହିଁ। ଘରେ ଘରେ ଶଙ୍ଖ ବାଜିବ। ସତ୍ୟର ବିଜୟ ହେବ। ବିକାଶର ବିଜୟ ହେବ ଏବଂ ଆମେ ନୂଆ ଓ ସଶକ୍ତ ଓଡ଼ିଶା ଗଢ଼ିବା। ସମସ୍ତେ କହୁଛନ୍ତି ବିଜେଡି ସବୁଠାରୁ ସଫଳ ଆଞ୍ଚଳିକ ଦଳ। କିନ୍ତୁ ମୁଁ ସବୁବେଳେ କହିଆସିଛି ଯେ ବିଜେଡି ହେଉଛି ଦେଶର ସବୁଠାରୁ ସଫଳ ସାମାଜିକ-ଅର୍ଥନୈତିକ ଆନ୍ଦୋଳନ। ଏହି ଦଳର ମୂଳମନ୍ତ୍ର ସେବା। ବିଜୁବାବୁଙ୍କ ଆଦର୍ଶରେ ସେବା ମନୋଭାବ ନେଇ କାମ କରିଚାଲିଛୁ। ଏଥିପାଇଁ ଓଡ଼ିଶାବାସୀ ଆଶୀର୍ବାଦ ଦେଇଛନ୍ତି। ଏହି ଆଶୀର୍ବାଦ ସହ ରହିଛି ବହୁତ ବଡ଼ ଦାୟିତ୍ୱ। ଏହି ଦାୟିତ୍ୱକୁ ଠିକ୍‌ ଭାବେ ପାଳନ କରିବା ପାଇଁ ତୃଣମୂଳ ସ୍ତରରୁ କର୍ମୀ ଓ ବିଭିନ୍ନ ସ୍ତରର ନେତାମାନେ ନିଷ୍ଠାର ସହ କାମ କରୁଛନ୍ତି। କେତେଜଣ ଲୋକ ପଚାରୁଛନ୍ତି, ଆପଣଙ୍କ ଦଳରେ ନିର୍ବାଚନ ପ୍ରସ୍ତୁତି କେମିତି ଚାଲିଛି। ମୁଁ କହିବାକୁ ଚାହେଁ ଯେ ନିର୍ବାଚନ ପ୍ରସ୍ତୁତି ନୁହେଁ, ଆମେ ଲୋକଙ୍କ କାମରେ ଓ ସେବାରେ ବିଶ୍ବାସ କରୁ। ଇତିହାସ କେବେ ଏତେବଡ଼ ରୂପାନ୍ତରଣ ଦେଖି ନ ଥିଲା। ଆପଣମାନେ ହେଉଛନ୍ତି ରୂପାନ୍ତରଣର ଅଂଶ ଏବଂ ଏହାର ସାକ୍ଷୀ। ମଠ, ମନ୍ଦିର, ସ୍କୁଲ, କଲେଜ, ହସ୍ପିଟାଲ, ଜଳସେଚନ,ଗାଁ ଗାଁରେ ବ୍ୟାଙ୍କ ସୁବିଧା, ଲକ୍ଷ୍ମୀ ଯୋଜନା, ଜନଜାତି କଲ୍ୟାଣ ଆଦି ସବୁ କ୍ଷେତ୍ରରେ ଦେଶ ଦେଖୁଛି ଓଡ଼ିଶାର ରୂପାନ୍ତର। ଓଡ଼ିଶା ଦେଶର କ୍ରୀଡ଼ା କ୍ୟାପିଟାଲ ହେବା ସହ ପୁଞ୍ଜିନିବେଶ କ୍ଷେତ୍ରରେ ବିପୁଳ ସୁଯୋଗ, ଦକ୍ଷତା ବିକାଶ, ମହିଳା ଓ ଚାଷୀମାନଙ୍କ ସଶକ୍ତୀକରଣ ସବୁ କ୍ଷେତ୍ରରେ ଓଡ଼ିଶା ସାରା ଭାରତରେ ଆଜି ଉଦାହରଣ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଓଡ଼ିଶାବାସୀ ଏତେବର୍ଷ ଧରି ଆମକୁ ସେବାର ସୁଯୋଗ ଦେଇଛନ୍ତି। ସେଥିପାଇଁ ଓଡ଼ିଶାବାସୀଙ୍କ ନିକଟରେ ମୁଁ ସବୁବେଳେ ଋଣୀ। ଦଳ ମହିଳା ସଶକ୍ତୀକରଣରେ ବିଶ୍ବାସ କରେ। ସବୁବେଳେ ବିଜେଡି ମା’ମାନଙ୍କ କଲ୍ୟାଣକୁ ପ୍ରାଥମିକତା ଦେଇଆସିଛି। ତେଣୁ ବହୁ ସଂଖ୍ୟାରେ ମା’ମାନେ ଆଜି ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ପରିବର୍ଦ୍ଧିତ କାର୍ଯ୍ୟକାରିଣୀରେ ମୋଟ ମୋଟ୍‌ ୨୭ଟି ପ୍ରସ୍ତାବ ଆଗତ ହୋଇଥିଲା। ସେଥିରୁ ୧୧ଟି ରାଜନୈତିକ, ୧୬ଟି ଧନ୍ୟବାଦ ପ୍ରସ୍ତାବ ପାରିତ ହୋଇଛି। ସଂଘୀୟ ବ୍ୟବସ୍ଥାରେ ଓଡ଼ିଶା ଯେପରି ତା’ର ନ୍ୟାଯ୍ୟ ଦାବି ଯଥା ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଏପରି କି ସ୍ପେଶାଲ ଫୋକସ ଷ୍ଟେଟ୍‌ ମାନ୍ୟତା ଦାବି ହାସଲ କରିବ ସେଥିପାଇଁ ଉଦ୍ୟମ ଜାରିରହିବା ନେଇ ବୈଠକରେ ନିଷ୍ପତ୍ତି ହୋଇଛି। ଏଥିସହିତ ମହାନଦୀ ଓ ପୋଲାଭରମ ପ୍ରସଙ୍ଗରେ କେନ୍ଦ୍ରର ନୀରବତା ନେଇ ବୈଠକରେ ଉଦ୍‌ବେଗ ପ୍ରକାଶ ପାଇଛି। ଦାବି ପୂରଣ ପାଇଁ ଉଦ୍ୟମ ଜାରି ରହିବ ବୋଲି ଘୋଷଣା କରାଯାଇଛି। ଏଥିସହିତ କୋଇଲା ରୟାଲିଟି, ସେସ୍‌ ପ୍ରଦାନ କ୍ଷେତ୍ରରେ ଓଡ଼ିଶାର ଦାବି ପୂରଣ ସହିତ ଜାତୀୟ ରାଜପଥ ଓ ରେଳବାଇ କ୍ଷେତ୍ରରେ ବିକାଶ କାର୍ଯ୍ୟ ତ୍ୱରାନ୍ବିିତ କରିବା, କେନ୍ଦୁପତ୍ର ଉପରୁ ଜିଏସ୍‌ଟି ହ୍ରାସ ପାଇଁ କେନ୍ଦ୍ର ସରକାରଙ୍କ ଉପରେ ଚାପ ସୃଷ୍ଟି କରିବାକୁ ନିଷ୍ପତ୍ତି ହୋଇଛି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରିତା ପାଇଁ ସଂକଳ୍ପବଦ୍ଧ ହୋଇ କାମ କରିବାକୁ ବୈଠକରେ ଆହ୍ବାନ କରାଯାଇଛି। ଦଳର ସାଙ୍ଗଠନିକ ପ୍ରସ୍ତାବରେ ଦଳର କେନ୍ଦ୍ରୀୟ ନିଜସ୍ବ କାର୍ଯ୍ୟାଳୟ ଶଙ୍ଖ ଭବନର ଠିକଣା ପରିବର୍ତ୍ତନ, ସାଙ୍ଗଠନିକ ନିର୍ବାଚନକୁ ଗୋଟିଏ ବର୍ଷ ଘୁଞ୍ଚାଇବା ତଥା ଆଗାମୀ ଦିନରେ ସାଙ୍ଗଠନିକ କାର୍ଯ୍ୟକ୍ରମ ପାଇଁ ସର୍ବସମ୍ମତ କ୍ରମେ ଆଗତ ହୋଇଥିବା ପ୍ରସ୍ତାବ ଆଲୋଚନା କରାଯାଇ ଗୃହୀତ ହୋଇଛି।
୨୦୦୦ ମସିହାରୁ ବିଭିନ୍ନ ନିର୍ବାଚନରେ ଲଗାତର ବିଜୟ ପାଇଁ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଛି ଦଳ। ଏହି ସଫଳତା ପାଇଁ ଦଳ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛି। ଜଗନ୍ନାଥ ସଂସ୍କୃତି ଓ ଚେତନାର ପ୍ରଚାର ପ୍ରସାର ତଥା ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ ସହ ରାଜ୍ୟର ବିଭିନ୍ନ ମନ୍ଦିରର ନବକଳେବର, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ସାମାଜିକ ସୁରକ୍ଷା ଓ ଖାଦ୍ୟ ନିରାପତ୍ତା କାର୍ଯ୍ୟକ୍ରମ, ସ୍ବାସ୍ଥ୍ୟ ଭିତ୍ତିଭୂମିର ଦ୍ରୁତ ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ ପ୍ରସ୍ତାବ ପାରିତ ହୋଇଛି। ସେହିପରି ମହିଳା ଓ ଯୁବବର୍ଗଙ୍କୁ ସଶକ୍ତ କରିବା ପାଇଁ ତଥା ରାଜ୍ୟର ଦ୍ରୁତ ଶିଳ୍ପାୟନ ସହିତ ନିଯୁକ୍ତି ଓ ଆତ୍ମନିଯୁକ୍ତି ସୁଯୋଗ ସୃଷ୍ଟି, ପୁଞ୍ଜିନିବେଶରେ ଓଡ଼ିଶା ଲଗାତର ଭାବେ ଭାରତର ଶୀର୍ଷ ୩ଟି ରାଜ୍ୟ ଭିତରେ ରହିଥିବା ନେଇ ଧନ୍ୟବାଦ ପ୍ରସ୍ତାବ ପାରିତ ହୋଇଛି। ସେହିପରି ବୈଠକରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ଏବଂ ଆଇଟି କ୍ଷେତ୍ରରେ ଦ୍ରୁତ ବିକାଶ କରି ଯୁବଶକ୍ତିର ଆଙ୍କାକ୍ଷାକୁ ପୂରଣ କରିବା ପାଇଁ ରାଜ୍ୟ ସରକାର ନେଇଥିବା ବଳିଷ୍ଠ ପଦକ୍ଷେପକୁ କାର୍ଯ୍ୟକାରିଣୀରେ ପ୍ରଶଂସା କରାଯାଇଥିଲା। ଚାଷୀ ଓ ଚାଷର ଉନ୍ନତି ତଥା ଜଳସେଚନର ଅଭିବୃଦ୍ଧି ପ୍ରାଥମିକତା ଥିବାରୁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଦିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ତଥା ପଛୁଆବର୍ଗ, ସଂଖ୍ୟାଲଘୁଙ୍କ ପାଇଁ ନବୀନ ସରକାର ନେଇଥିବା ପଦକ୍ଷେପ ଓ କାର୍ଯ୍ୟକ୍ରମ, ଟେକ୍ନୋଲୋଜିକୁ ଉପଯୋଗ କରି ୫-ଟି ରୂପାନ୍ତରଣରେ ଲୋକାଭିମୁଖୀ ପ୍ରଶାସନ ସହିତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ସ୍ତରରେ ରୂପାନ୍ତରଣ ପାଇଁ ପର୍ଯ୍ୟାପ୍ତ ଅର୍ଥ ମଞ୍ଜୁରୀ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଛି। ସାଙ୍ଗଠନିକ ପ୍ରସ୍ତାବରେ ଶଙ୍ଖ ଭବନରେ ପ୍ରତି ନିର୍ବାଚନମଣ୍ଡଳୀ ୱାରି ପ୍ରଶିକ୍ଷଣ ଓ ପରେ ଜୋନାଲ ପ୍ରଶିକ୍ଷଣ ପରବର୍ତ୍ତୀ ପର୍ଯ୍ୟାୟରେ ଅନ୍ୟ କାର୍ଯ୍ୟକ୍ରମ କରାଯିବାକୁ ପ୍ରସ୍ତାବ ପାରିତ ହୋଇଛି। ବିଜେଡିର ପ୍ରତିଷ୍ଠା ଦିବସ ପରେ ଗୋଟିଏ ପକ୍ଷରେ ପଞ୍ଚାୟତ ସ୍ତରୀୟ ସମ୍ମିଳନୀ ଏବଂ ଜାନୁୟାରୀ ୨୩ ନେତାଜୀ ଜୟନ୍ତୀଠାରୁ ବିଜୁ ଜୟନ୍ତୀ ମାର୍ଚ୍ଚ ୫ ଯାଏ ନବୀନ ସରକାରର ସଫଳତା ତଥା ବିକାଶର ଆଭିମୁଖ୍ୟ ତୃଣମୂଳ ସ୍ତରରେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଅଭିଯାନ ଆରମ୍ଭ କରାଯିବା ନେଇ କାର୍ଯ୍ୟକାରିଣୀରେ ପ୍ରସ୍ତାବ ପାରିତ ହୋଇଛି। ଆମେ ଗଢ଼ିବା ନୂଆ ଓଡ଼ିଶା ଓ ସଶକ୍ତ ଓଡ଼ିଶା ଶପଥ ସହ ବୈଠକ ସମାପନ ହୋଇଥିଲା। ଶେଷରେ ଦଳର ବରିଷ୍ଠ ଉପସଭାପତି ଅନଙ୍ଗ ଉଦୟ ସିଂଦେଓ ଧନ୍ୟବାଦ ଦେଇଥିଲେ। ବୈଠକରେ ରାଜ୍ୟ କାର୍ଯ୍ୟକାରିଣୀର ସମସ୍ତ ସଦସ୍ୟା, ସଦସ୍ୟଙ୍କ ସହ ସମସ୍ତ ବିଧାୟକ, ଏମ୍‌ପି, ରାଜ୍ୟ ଛାମୁଆ ସଙ୍ଗଠନର ସଭାପତି ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri