୧୦ ହଜାର ଟଙ୍କାର ବାଜି ଜିତିବା ପାଇଁ ଏମିତି ପଦକ୍ଷେପ ନେଲେ ଯୁବକ

ଲକ୍ଷ୍ନୌ,୧୮।୧୦: ଉତ୍ତର ପ୍ରଦେଶର ଶାମଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁଇଟି ଭିନ୍ନ ଟ୍ରାକ୍ଟର ଡ୍ରାଇଭର ଏକ ଉଚ୍ଚ କାଦୁଅ ଗଦା ଉପରେ ଟ୍ରାକ୍ଟର ଚଢାଇବା ପାଇଁ ୧୦ ହଜାର ଟଙ୍କା ସର୍ତ୍ତ ଲଗାଇଥିଲେ। କାଦୁଅ ଗଦା ଏତେ ଉଚ୍ଚ ଥିଲା ଯେ କୌଣସି ଟ୍ରାକ୍ଟର ଡ୍ରାଇଭର୍‌ ତା ଉପରକୁ ଚଢିବାର ସାହସ କରୁ ନ ଥିଲେ। ଭବନ ଅଞ୍ଚଳର ଟିଟାରାସୀ ଗାଁର ଗୌରବ ଶର୍ମା ଏବଂ ଚନ୍ଦ୍ରପାଲ ସଇନିଙ୍କ ମଧ୍ୟରେ ମାଟି ଗଦା ଉପରେ ଟ୍ରାକ୍ଟର ଚଢାଇବାକୁ ନେଇ ୧୦ ହଜାର ଟଙ୍କା ସର୍ତ୍ତ ଲାଗିଥିଲା। ସର୍ତ୍ତ ଜିତିବା ପାଇଁ ପ୍ରଥମେ ଚନ୍ଦ୍ରପାଲ ଟ୍ରାକ୍ଟରକୁ ମାଟି ଗଦା ଉପରେ ଲଗାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ସେ ସଫଳ ହୋଇପାରି ନ ଥିଲେ। ଏହାପରେ ଗୌରବ ଟ୍ରାକ୍ଟର ଧରି ମାଟି ଗଦା ଉପରକୁ ଚଢିବାକୁ ଚେଷ୍ଟା କରିଥିଲେ। ଗୌରବକୁ ଦେଖି ସେଠାରେ ଉପସ୍ଥିତ ଲୋକେ ଅଟ୍ଟହାସ୍ୟ କରିଥିଲେ। କିନ୍ତୁ ଗୌରବ ହାର୍‌ ନ ମାନି ବାଜି ଜିତିବାକୁ ଲାଗିପଡିଥିଲେ। ଏତେ ଉଚ୍ଚତାକୁ ଟ୍ରାକ୍ଟର ନେଉଥିବାବେଳେ ଗୌରବଙ୍କ ଟ୍ରାକ୍ଟର ଓଲଟି ପଡିଥିଲା। ପରେ ସେ ତଳକୁ ଖସି ପଡି ମୃତ୍ୟୁବରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?