ଦିଗପହଣ୍ଡିରେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଶ୍ରାଦ୍ଧବାର୍ଷିକୀ, ଅଭୁଲା ସ୍ମୃତିକୁ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜଦିଗପହଣ୍ଡି ନଗର ଓ ବ୍ଳକ ବିଜୁ ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସ୍ବର୍ଗତ ଡ. ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦ୍ବିତୀୟ ଶ୍ରାଦ୍ଧବାର୍ଷିକୀ ପାଳନ କରାଯାଇଥିବା ଜଣାପଡିଛି। ସ୍ଥାନୀୟ ନୂଆ ବସଷ୍ଟାଣ୍ଡ ନିକଟ ବିଜେଡ଼ି କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ବହୁ ଦଳୀୟ ନେତୃବୃନ୍ଦ, କର୍ମୀ ଏକତ୍ରିତ ହୋଇ ତାଙ୍କ ଫୋଟ ଚିତ୍ରରେ ଶ୍ରଦ୍ଧା ସୁମନ ଅର୍ପଣ କରି ତାଙ୍କରି ଅଭୁଲା ସ୍ମୃତିକୁ ସାଉଁଟି ଥିଲେ । ସେ ଦୀର୍ଘ ୩୦ ବର୍ଷ ଧରି ସ୍ଥାନୀୟ ଜନସାଧାରଣଙ୍କ ପ୍ରତିନିଧି ଭାବେ ନିର୍ବାଚିତ ହେବା ସହ ବହୁବାର ମନ୍ତ୍ରୀ ଦାୟିତ୍ୱ ବହନ କରି ପ୍ରତ୍ୟେକ ଗାଁ ର ରୂପରେଖକୁ ନୂଆ ରୂପ ଦେଇ ସମସ୍ତଙ୍କ ମଉଡମଣି ପାଲଟି ଯାଇଥିଲେ। ବୟସାଧିକ୍ୟ ଓ ସ୍ବାସ୍ଥ୍ୟଗତ ସମସ୍ୟାରୁ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରଠାରେ ତାଙ୍କ ପରଲୋକ ହୋଇଥିଲା। ପରେ ତାଙ୍କ ମରଶରୀରକୁ ଦିଗପହଣ୍ଡି ଅଣାଯାଇ ଅନ୍ତିମ ସଂସ୍କାର କରାଯାଇଥିଲା। ସେ କିଭଳି ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ସହିତ ଓତଃ ପ୍ରୋତ ଭାବେ ଜଡିତ ହୋଇ ସମସ୍ତଙ୍କ ପ୍ରିୟପାତ୍ର ହୋଇପାରିଥିଲେ ସେ ନେଇ ଆୟୋଜିତ ସ୍ମୃତି ସଭାରେ ଦଳୀୟ ନେତୃବୃନ୍ଦ ମତ ବ୍ୟକ୍ତ କରିଥିଲେ। ବିଜେଡ଼ି ବ୍ଲକ ସଭାପତି ବିଭୂତି ଭୂଷଣ ମହାପାତ୍ର, ବିଜେଡି ରାଜ୍ୟ ସମ୍ପାଦକ ସୁନୀଲ ଗୌଡ଼, ନଗର ବିଜେଡି ସଭାପତି ତାରା ପ୍ରସାଦ ପଟ୍ଟନାୟକ, ଛାତ୍ର ବିଜେଡ଼ି ବ୍ଲକ ସଭାପତି ବିପ୍ଳବ ମିଶ୍ର, ନଗର ବିଜେଡ଼ି ସଭାନେତ୍ରୀ ଅନିତା ବେହେରା, ପୂର୍ବତନ କାଉନସିଲର ନିରୁପମା ପଟ୍ଟନାୟକ, ଶିବଲକ୍ଷ୍ମୀ ପଟ୍ଟନାୟକ, ଗୋକର୍ଣ୍ଣପୁର ସମିତି ସଭ୍ୟ କୃଷ୍ଣଚନ୍ଦ୍ର ସେଠୀ, କାଉନସିଲର ନୀଳମାଧବ ଗୌଡ଼, ଗୈାରାଙ୍ଗ ଚରଣ ବେହେରା, ଜିଲା ପରିଷଦ ସଦସ୍ୟ ରାଧାକାନ୍ତ ମହାଙ୍କୁଡ, ହରିଶ୍ଚନ୍ଦ୍ର ପାତ୍ର, ମାଗି ସେଠୀ, ରାଜା ପଟ୍ଟନାୟକ, ନିଗମ ପଣ୍ଡା ସମେତ ବହୁ ଦଳୀୟ କର୍ମୀମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

ବିଶିଷ୍ଟ କବିଙ୍କ ପରଲୋକ: ଇଂରାଜୀ-ଓଡିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି

ପଦ୍ମପୁର,୩୧।୧(ପ୍ରଦୀପ୍ତ ଦାଶ):ଇଂରାଜୀ ସାହିତ୍ୟ ଜଗତର ଉଜ୍ଜ୍ୱଳ ତାରକା, ବିଶିଷ୍ଟ ଶିକ୍ଷାବିତ୍‌ ତଥା କବି ପ୍ରଫେସର ରାଜେନ୍ଦ୍ର କୁମାର ପାଢ଼ୀଙ୍କ ପଦ୍ମପୁରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri