ଦିଗପହଣ୍ଡିରେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଶ୍ରାଦ୍ଧବାର୍ଷିକୀ, ଅଭୁଲା ସ୍ମୃତିକୁ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜଦିଗପହଣ୍ଡି ନଗର ଓ ବ୍ଳକ ବିଜୁ ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସ୍ବର୍ଗତ ଡ. ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦ୍ବିତୀୟ ଶ୍ରାଦ୍ଧବାର୍ଷିକୀ ପାଳନ କରାଯାଇଥିବା ଜଣାପଡିଛି। ସ୍ଥାନୀୟ ନୂଆ ବସଷ୍ଟାଣ୍ଡ ନିକଟ ବିଜେଡ଼ି କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ବହୁ ଦଳୀୟ ନେତୃବୃନ୍ଦ, କର୍ମୀ ଏକତ୍ରିତ ହୋଇ ତାଙ୍କ ଫୋଟ ଚିତ୍ରରେ ଶ୍ରଦ୍ଧା ସୁମନ ଅର୍ପଣ କରି ତାଙ୍କରି ଅଭୁଲା ସ୍ମୃତିକୁ ସାଉଁଟି ଥିଲେ । ସେ ଦୀର୍ଘ ୩୦ ବର୍ଷ ଧରି ସ୍ଥାନୀୟ ଜନସାଧାରଣଙ୍କ ପ୍ରତିନିଧି ଭାବେ ନିର୍ବାଚିତ ହେବା ସହ ବହୁବାର ମନ୍ତ୍ରୀ ଦାୟିତ୍ୱ ବହନ କରି ପ୍ରତ୍ୟେକ ଗାଁ ର ରୂପରେଖକୁ ନୂଆ ରୂପ ଦେଇ ସମସ୍ତଙ୍କ ମଉଡମଣି ପାଲଟି ଯାଇଥିଲେ। ବୟସାଧିକ୍ୟ ଓ ସ୍ବାସ୍ଥ୍ୟଗତ ସମସ୍ୟାରୁ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରଠାରେ ତାଙ୍କ ପରଲୋକ ହୋଇଥିଲା। ପରେ ତାଙ୍କ ମରଶରୀରକୁ ଦିଗପହଣ୍ଡି ଅଣାଯାଇ ଅନ୍ତିମ ସଂସ୍କାର କରାଯାଇଥିଲା। ସେ କିଭଳି ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ସହିତ ଓତଃ ପ୍ରୋତ ଭାବେ ଜଡିତ ହୋଇ ସମସ୍ତଙ୍କ ପ୍ରିୟପାତ୍ର ହୋଇପାରିଥିଲେ ସେ ନେଇ ଆୟୋଜିତ ସ୍ମୃତି ସଭାରେ ଦଳୀୟ ନେତୃବୃନ୍ଦ ମତ ବ୍ୟକ୍ତ କରିଥିଲେ। ବିଜେଡ଼ି ବ୍ଲକ ସଭାପତି ବିଭୂତି ଭୂଷଣ ମହାପାତ୍ର, ବିଜେଡି ରାଜ୍ୟ ସମ୍ପାଦକ ସୁନୀଲ ଗୌଡ଼, ନଗର ବିଜେଡି ସଭାପତି ତାରା ପ୍ରସାଦ ପଟ୍ଟନାୟକ, ଛାତ୍ର ବିଜେଡ଼ି ବ୍ଲକ ସଭାପତି ବିପ୍ଳବ ମିଶ୍ର, ନଗର ବିଜେଡ଼ି ସଭାନେତ୍ରୀ ଅନିତା ବେହେରା, ପୂର୍ବତନ କାଉନସିଲର ନିରୁପମା ପଟ୍ଟନାୟକ, ଶିବଲକ୍ଷ୍ମୀ ପଟ୍ଟନାୟକ, ଗୋକର୍ଣ୍ଣପୁର ସମିତି ସଭ୍ୟ କୃଷ୍ଣଚନ୍ଦ୍ର ସେଠୀ, କାଉନସିଲର ନୀଳମାଧବ ଗୌଡ଼, ଗୈାରାଙ୍ଗ ଚରଣ ବେହେରା, ଜିଲା ପରିଷଦ ସଦସ୍ୟ ରାଧାକାନ୍ତ ମହାଙ୍କୁଡ, ହରିଶ୍ଚନ୍ଦ୍ର ପାତ୍ର, ମାଗି ସେଠୀ, ରାଜା ପଟ୍ଟନାୟକ, ନିଗମ ପଣ୍ଡା ସମେତ ବହୁ ଦଳୀୟ କର୍ମୀମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri