କୋରାପୁଟରେ ୯ ଶିଶୁଙ୍କ ମୃତ୍ୟୁ ଘଟଣା: ରାଜ୍ୟର ୨ ଜଣିଆ ସ୍ବାସ୍ଥ୍ୟ ଟିମ୍‌ଙ୍କ ସ୍ଥିତି ଅନୁଧ୍ୟାନ

କୋରାପୁଟ/ନାରାୟଣପାଟଣା,୨୯ା୬(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲାର ସୀମାନ୍ତ ନାରାୟଣପାଟଣା ଓ ବନ୍ଧୁଗାଁ ବ୍ଲକ ଅଞ୍ଚଳର ଗତ ୧୫ ଦିନ ମଧ୍ୟରେ ମୋଟ୍‌ ୯ ଶିଶୁଙ୍କ ମୃତ୍ୟୁ ହୋଇଥିବା ଘଟଣାର ପ୍ରକୃତ କାରଣ ଅନୁଧ୍ୟାନ ପାଇଁ ଶନିବାର ରାଜ୍ୟ ଶିଶୁ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ଡାକ୍ତର ଆଦିତ୍ୟ ମହାପାତ୍ର ଓ ରାଜ୍ୟ ୟୁନିସେଫ୍‌ କନ୍‌ସଲଟାଣ୍ଟ ଡାକ୍ତର ଅନିଲ ପଟ୍ଟନାୟକ ନାରାୟଣପାଟଣା ବ୍ଲକର ବିଭିନ୍ନ ଗ୍ରାମ ପରିଦର୍ଶନ କରି ସେଠାରେ କେଉଁ କାରଣ ଯୋଗୁ ଶିଶୁଙ୍କ ମୃତ୍ୟୁ ଘଟିଲା ସେ ନେଇ ଅନୁଧ୍ୟାନ କରିଥିବା ଜଣାଯାଇଛି। ଏହି ଦୁଇ ଜଣିଆ ଟିମ ଶନିବାର ଜିଲାର ନାରାୟଣପାଟଣା ବ୍ଲକର ଗୋତିଗୁଡ଼ା ଓ ଜାମଡ଼ା ବାଲସା ଗ୍ରାମ ପରିଦର୍ଶନ କରିବା ସହିତ ଶିଶୁ ମୃତ୍ୟୁର କାରଣ ଅନୁସନ୍ଧାନ କରିଛନ୍ତି। ସେହିପରି ଏହି ଟିମ୍‌ କୋରାପୁଟ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କି ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି ସେ ସମ୍ପର୍କରେ ଗ୍ରାମବାସୀଙ୍କୁ ପଚାରି ବୁଝିଛନ୍ତି। ଶେଷରେ ଏହି ଟିମ୍‌ ନାରାୟଣପାଟଣା ମେଡିକାଲରେ ପହଞ୍ଚି ଶିଶୁ ମୃତ୍ୟୁର କାରଣ ନେଇ ମେଡିକାଲର ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏହି ଟିମ୍‌ ସହିତ ନାରାୟଣପାଟଣା ସ୍ବାସ୍ଥ୍ୟ ଅଧିକାରୀ ବିମଲ ବାଘଙ୍କ ସମେତ ମେଡିକାଲର ବହୁ କର୍ମଚାରୀ ଉପସ୍ଥିତ ଥିଲେ। ରବିବାର କେନ୍ଦ୍ରୀୟ ଟିମ୍‌ ନାରାୟଣପାଟଣା ଓ ବନ୍ଧୁଗାଁ ଅଞ୍ଚଳ ପରିଦର୍ଶନ କରି ଶିଶୁ ମୃତ୍ୟୁର କାରଣ ଖୋଜିବେ ବୋଲି ସ୍ବାସ୍ଥ୍ୟ ବିଭାଗର ବିଶେଷ ସୁତ୍ରରୁ କୁହାଯାଇଛି।

ସୂଚନା ଥାଉକି, ବର୍ତ୍ତମାନ ସୁଦ୍ଧା ଜିଲାର ବନ୍ଧୁଗାଁ ଓ ନାରାୟଣପାଟଣା ବ୍ଲକ ଅଞ୍ଚଳରେ ୯ ଜଣ ଶିଶୁଙ୍କ ମୃତ୍ୟୁ ହୋଇସାରିଛି। ସେଥିମଧ୍ୟରୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ୨ ଜଣଙ୍କ ଡିପ୍‌ଥେରିଆରେ ମୃତ୍ୟୁ ହୋଇଥିବା ମେଡିକାଲ ପକ୍ଷରୁ କୁହାଯାଇଥିବା ବେଳେ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଜଣଙ୍କର ନିମୋନିଆରେ ମୃତ୍ୟୁ ହୋଇଛି। ବାକି ୬ ଶିଶୁଙ୍କ ନାରାୟଣପାଟଣା ଓ ବନ୍ଧୁଗାଁ ବ୍ଲକରେ ଘରେ ରହି ମୃତ୍ୟୁ ଘଟିଥିବା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri