ପ୍ରାଥମିକ ବିଦ୍ୟାଳୟ ମିଶ୍ରଣ ନିଷ୍ପତ୍ତି ବିରୋଧରେ ଆମରଣ ଅନଶନ

ବରୀ,୧ା୧୧(ଡି.ଏନ୍‌.ଏ.): ବରୀ ଶିକ୍ଷା ମଣ୍ଡଳ ଅଧିନସ୍ଥ ଉଦୟନାଥପୁର ପ୍ରାଥମିକ ବିଦ୍ୟାଳୟର ମିଶ୍ରଣକୁ ନେଇ ଛାତ୍ରୀଛାତ୍ର, ଗ୍ରାମବାସୀ,ଅଭିଭାବକ ଓ ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧି ପ୍ରସନ୍ନ ସାମଲଙ୍କ ନେତୃତ୍ୱରେ ଆଜି ବରୀ ଶିକ୍ଷା ମଣ୍ଡଳ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସିଥିବାର ଦେଖିବାକୁ ମିଳିଛି।

ସୂଚନାଯୋଗ୍ୟ, ଦୀର୍ଘ ୬୦ ବର୍ଷ ଧରି ଏହି ଅନୁଷ୍ଠାନରେ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ହେଲେ ସରକାରୀ ନିୟମ ଦୁଇଟି ଶ୍ରେଣୀରେ ୨୦ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିଲେ ତାହାକୁ ମିଶ୍ରଣ କରାଯିବ ନାହିଁ। କିନ୍ତୁ ଏହି ବିଦ୍ୟାଳୟରେ ସରକାରୀ ରେକର୍ଡ ମୁତାବକ ୨୯ ଜଣ ଛାତ୍ରୀଛାତ୍ର ଅଧ୍ୟୟନରତ ଥିବା ବେଳେ ରାଜନୈତିକ ଉଦ୍ଦେଶ୍ୟ ରଖାଯାଇ ଏହି ବିଦ୍ୟାଳୟଟିକୁ ମିଶ୍ରଣ କରାଯିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧି ପ୍ରସନ୍ନ କୁମାର ସାମଲ ପ୍ରକାଶ କରିଛନ୍ତି। ଏହି ବିଦ୍ୟାଳୟର ମିଶ୍ରଣ ପରେ ମାନ୍ୟବର କୋର୍ଟ ୧୪/୧୨/୨୦୨୦ ରିଖ ରେ ଏହି ବିଦ୍ୟାଳୟର ମିଶ୍ରଣ ନ ହେବାକୁ ନିର୍ଦ୍ଦେଶ ଦେବା ଓ ବିଦ୍ୟାଳୟର ଭିତ୍ତିଭୂମିକୁ ଗୁରୁତ୍ୱ ଦେଇ ସୁରୁଖୁରୁରେ ଚଳାଇବାକୁ ଶିକ୍ଷା ବିଭାଗକୁ ନିର୍ଦେଶ ଦେଇଥିଲେ। ଏହି ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀଛାତ୍ର ସରକାରୀ ନିୟମ ମୁତାବକ ମଧ୍ୟାହ୍ନଭୋଜନ ଚାଉଳଠାରୁ ଆରମ୍ଭ କରି ପୋଷାକ ପାଉଥିଲେ ମଧ୍ୟ ବର୍ତ୍ତମାନ ସମୟରେ ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧାର ବୋଲି ଅଭିଯୋଗ କରି ମାନ୍ୟବର ମୁଖ୍ୟମନ୍ତ୍ରୀ,ଓଡ଼ିଶା,ଶିକ୍ଷାମନ୍ତ୍ରୀ,ଓଡ଼ିଶା ଜିଲାପାଳ, ଯାଜପୁର,ବରୀ ଶିକ୍ଷାମଣ୍ଡଳ ଅଧିକାରୀଙ୍କୁ ପୂର୍ବରୁ ଲିଖିତ ଭାବେ ଅଭିଯୋଗ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri