ହାଜତ ମୃତ୍ୟୁ: ବିରୋଧୀ କମ୍ପିଲେ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ଶୁକ୍ରବାର ବିଧାନସଭାର ଶୀତ ଅଧିବେଶନ ଆରମ୍ଭରୁ ସରଗରମ ହୋଇଛି। ପୁରୀ ଓ ସୁନ୍ଦରଗଡ ବୀରମିତ୍ରପୁରରେ ହାଜତ ମୃତ୍ୟୁ ମାମଲାକୁ ନେଇ ଅଧିବେଶନର ପ୍ରଥମ ଦିନରେ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଗୋଟିଏ ପଟେ ହାଜତ ମୃତ୍ୟୁକୁ ବିରୋଧକରି ଉଭୟ ଭାଜପା ଓ କଂଗ୍ରେସ ଆନ୍ଦୋଳନ ପାଇଁ ରାସ୍ତାକୁ ଓହ୍ଲାଇଥିବା ବେଳେ ସେପଟେ ଗୃହ ଭିତରେ ମଧ୍ୟ ଏହି ପ୍ରସଙ୍ଗକୁ ନେଇ ହଟ୍ଟଗୋଳ ହୋଇଥିଲା। ଫଳରେ ଅପରାହ୍ନ ଅଧିବେଶନକୁ ବାରମ୍ବାର ମୁଲତବୀ କରାଯାଇଥିଲା। ଦୋଷୀ ପୋଲିସଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିକରି ଉଭୟ ଭାଜପା ଓ କଂଗ୍ରେସ ସଦସ୍ୟମାନେ ବାଚସ୍ପତିଙ୍କ ପୋଡିୟମ୍‌ ନିକଟକୁ ଆସି ହୋହଲ୍ଲା କରିଥିଲେ।
ହାଜତ ମୃତ୍ୟୁ ପରେ ପୋଲିସ ମୃତଦେହକୁ ପରିବାରର ବିନା ସହମତିରେ ଅନ୍ତିମ ସଂସ୍କାର କରିବାକୁ ଢାଲ କରି ହଙ୍ଗାମା କରିଥିଲା ଭାଜପା। ମୃତକଙ୍କ ସମ୍ପର୍କୀୟଙ୍କୁ ପୋଲିସ ଉଠାଇ ନେବାକୁ ମଧ୍ୟ ଦଳ ବିରୋଧ କରିଥିଲା। ଗୃହ ବିଭାଗ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ ଥିବାରୁ ସରକାରୀ ଦଳକୁ ଘେରିବା ପାଇଁ ଭାଜପା ପୂର୍ବରୁ ପ୍ରସ୍ତୁତ ହୋଇଥିବା ବେଳେ କଂଗ୍ରେସ ଏଥିରେ ସମର୍ଥନ କରିଥିଲା। ପୁରୀ ଓ ବୀରମିତ୍ରପୁରରେ ହାଜତ ମୃତ୍ୟୁ ପାଇଁ ଅଭିଯୁକ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ ଆଇପିସି ଦଫା ୩୦୨ରେ ମାମଲା ରୁଜୁ କରିବା ପାଇଁ କଂଗ୍ରେସ ଦାବି କରିଥିଲା। କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ବାଚସ୍ପତିଙ୍କ ପୋଡିୟମ୍‌ ନିକଟକୁ ଆସି ସରକାରଙ୍କ ବିରୋଧରେ ନାରା ଦେବାସହ କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଲଗାଯାଇଥିବା କାଚକୁ ଭଙ୍ଗାରୁଜା କରିଥିଲେ। ଘଟଣାରେ ଦୋଷୀ ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସହିତ

ପୀଡ଼ିତ ପରିବାରକୁ କ୍ଷତିପୂରଣ ପାଇଁ ଦାବି କରିଥିଲେ। ପ୍ରଥମେ ୧୫ ମିନିଟ୍‌ ଓ ପରେ ୩୦ ମିନିଟ୍‌ ପାଇଁ ଗୃହ ମୁଲତବୀ ରଖିବା ପରେ ବାଚସ୍ପତି ସରକାରୀ ଦଳ ମୁଖ୍ୟ ସଚେତକ, ସଂସଦୀୟ ବ୍ୟାପାର ମନ୍ତ୍ରୀ, ଭାଜପା ଓ କଂଗ୍ରେସ ବିଧାୟକ ଦଳ ନେତା, ଅର୍ଥମନ୍ତ୍ରୀ ଏବଂ ସିପିଏମ୍‌ ବିଧାୟକ ଲକ୍ଷଣ ମୁଣ୍ଡାଙ୍କୁ ନେଇ ସର୍ବଦଳୀୟ ବୈଠକ ଡାକିଥିଲେ। ତେବେ ଉପଦେଷ୍ଟା କମିଟିରେ ଭାଜପାର ଦୁଇଜଣ ସଦସ୍ୟଙ୍କୁ ରଖିବା ଦାବିକରି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ସର୍ବଦଳୀୟ ବୈଠକରେ ଯୋଗଦେବାକୁ ପ୍ରଥମେ ପ୍ରତ୍ୟାଖ୍ୟାନ କରିଥିଲେ ମଧ୍ୟ ପରେ ବୈଠକରେ ଯୋଗଦେଇଥିଲେ। ବୈଠକ ଅଧିକ ସମୟ ଚାଲିବାରୁ ଉପବାଚସ୍ପତି ରଜନୀକାନ୍ତ ସିଂ ଗୃହକୁ ପୁଣିଥରେ ୧୫ମିନିଟ୍‌ ଓ ୫ ମିନିଟ୍‌ ପାଇଁ ମୁଲତବୀ ଘୋଷଣା କରିଥିଲେ। ଏହାପରେ ବିରୋଧୀଙ୍କ ପାଟିତୁଣ୍ଡ ଭିତରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ଅତିରିକ୍ତ ବଜେଟ ଉପସ୍ଥାପିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri