Posted inଜାତୀୟ

ଆଗ୍ରାରେ ହାଜତ ମୃତ୍ୟୁ

ଆଗ୍ରା,୨୧।୧୦: ଉତ୍ତର ପ୍ରଦେଶର ଆଗ୍ରାସ୍ଥିତ ଜଗଦୀଶପୁରା ଥାନାରୁ ୨୫ ଲକ୍ଷ ଟଙ୍କା ଚୋରି କରିବା ଅଭିଯୋଗରେ ପୋଲିସ ଜେରା କରୁଥିବାବେଳେ ଜଣେ ବ୍ୟକ୍ତିଙ୍କ ହାଜତ ମୃତ୍ୟୁ ହୋଇଛି। କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ତାଙ୍କ ପରିବାରକୁ ଭେଟିବା ପାଇଁ ଯାଉଥିବାବେଳେ ଲକ୍ଷ୍ନୌ-ଆଗ୍ରା ଏକ୍ସପ୍ରେସଓ୍ବେ’ର ଏଣ୍ଟ୍ରି ପଏଣ୍ଟରେ ପୋଲିସ ଅଟକାଇଥିଲା। ଏହି ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି।
ଆଗ୍ରାସ୍ଥିତ ଲୋହାମଣ୍ଡି ଅଞ୍ଚଳର ବାସିନ୍ଦା ଅରୁଣ ବାଲ୍ମୀକି ଜଗଦୀଶପୁରା ଥାନାରେ ସଫେଇ କାମ କରୁଥିଲେ। ଶନିବାର ରାତିରେ ସେ ଉକ୍ତ ଥାନାର ମାଲଖାନାରୁ ୨୫ ଲକ୍ଷ ଟଙ୍କା ଚୋରି କରିଥିବା ଅଭିଯୋଗ ହୋଇଥିଲା। ଏହା ପରେ ୬ ପୋଲିସ କର୍ମଚାରୀଙ୍କୁ କର୍ତ୍ତବ୍ୟରେ ଅବହେଳା ପାଇଁ କାର୍ଯ୍ୟରୁ ନିଲମ୍ବନ କରାଯାଇଥିଲା। ତଦନ୍ତ ବେଳେ ପୋଲିସ ଅନେକ ସନ୍ଦିଗ୍ଧଙ୍କୁ ଜେରା କରିଥିଲା। ଅରୁଣ ସେମାନଙ୍କ ମଧ୍ୟରୁ ଜଣେ ଥିଲେ। ମଙ୍ଗଳବାର ଆଗ୍ରାର ତାଜ୍‌ ଗଞ୍ଜ ଅଞ୍ଚଳରୁ ତାଙ୍କୁ ଗିରଫ କରାଯାଇଥିଲା। ପୋଲିସର କହିବା ହେଲା, ଅରୁଣ ନିଜ ପରିଚୟ ଲୁଚାଇବାକୁ ଯାଇ ମୁଣ୍ଡନ ହୋଇଥିଲେ। ଜେରା ବେଳେ ସେ ନିଜ ଦୋଷ ସ୍ବୀକାର କରିବା ସହ ଚୋରି ଟଙ୍କା ଘରେ ରଖିଥିବା କହିଥିଲେ। ମଙ୍ଗଳବାର ରାତିରେ ପୋଲିସ ଚୋରି ଟଙ୍କା ଜବତ କରି ଆଣିବା ପାଇଁ ତାଙ୍କ ଘରେ ଚଢ଼ାଉ କରିଥିଲା। ସେଠାରୁ ୧୫ ଲକ୍ଷ ଟଙ୍କା ଜବତ ହୋଇଥିଲା। ଏହା ପୂର୍ବରୁ ହଠାତ୍‌ ତାଙ୍କ ସ୍ବାସ୍ଥ୍ୟ ବିଗିଡ଼ିଯାଇଥିଲା। ଅଭିଯୁକ୍ତଙ୍କୁ ହସ୍ପିଟାଲକୁ ନିଆଯାଇଥିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ବୋଲି ଆଗ୍ରା ଏସ୍‌ଏସ୍‌ପି ମୁନିରାଜ ଜି କହିଛନ୍ତି। ଅନ୍ୟପକ୍ଷେ ମୃତକ ଅରୁଣଙ୍କ ପରିବାର ଲୋକେ ତାଙ୍କ ମୃତ୍ୟୁକୁ ନେଇ ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। ସ୍ଥାନୀୟ ବାଲ୍ମୀକି ସମୁଦାୟର ଲୋକେ ଅରୁଣଙ୍କ ଘର ବାହାରେ ଏକତ୍ରିତ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତାଙ୍କ ମୃତ୍ୟୁର ନିରପେକ୍ଷ ତଦନ୍ତ ନ ହେଲେ ସମୁଦାୟର ନେତାମାନେ ମହର୍ଷି ବାଲ୍ମୀକି ଜୟନ୍ତୀ ପାଳନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?