Posted inଜାତୀୟ

ଆଗ୍ରାରେ ହାଜତ ମୃତ୍ୟୁ

ଆଗ୍ରା,୨୧।୧୦: ଉତ୍ତର ପ୍ରଦେଶର ଆଗ୍ରାସ୍ଥିତ ଜଗଦୀଶପୁରା ଥାନାରୁ ୨୫ ଲକ୍ଷ ଟଙ୍କା ଚୋରି କରିବା ଅଭିଯୋଗରେ ପୋଲିସ ଜେରା କରୁଥିବାବେଳେ ଜଣେ ବ୍ୟକ୍ତିଙ୍କ ହାଜତ ମୃତ୍ୟୁ ହୋଇଛି। କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ତାଙ୍କ ପରିବାରକୁ ଭେଟିବା ପାଇଁ ଯାଉଥିବାବେଳେ ଲକ୍ଷ୍ନୌ-ଆଗ୍ରା ଏକ୍ସପ୍ରେସଓ୍ବେ’ର ଏଣ୍ଟ୍ରି ପଏଣ୍ଟରେ ପୋଲିସ ଅଟକାଇଥିଲା। ଏହି ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି।
ଆଗ୍ରାସ୍ଥିତ ଲୋହାମଣ୍ଡି ଅଞ୍ଚଳର ବାସିନ୍ଦା ଅରୁଣ ବାଲ୍ମୀକି ଜଗଦୀଶପୁରା ଥାନାରେ ସଫେଇ କାମ କରୁଥିଲେ। ଶନିବାର ରାତିରେ ସେ ଉକ୍ତ ଥାନାର ମାଲଖାନାରୁ ୨୫ ଲକ୍ଷ ଟଙ୍କା ଚୋରି କରିଥିବା ଅଭିଯୋଗ ହୋଇଥିଲା। ଏହା ପରେ ୬ ପୋଲିସ କର୍ମଚାରୀଙ୍କୁ କର୍ତ୍ତବ୍ୟରେ ଅବହେଳା ପାଇଁ କାର୍ଯ୍ୟରୁ ନିଲମ୍ବନ କରାଯାଇଥିଲା। ତଦନ୍ତ ବେଳେ ପୋଲିସ ଅନେକ ସନ୍ଦିଗ୍ଧଙ୍କୁ ଜେରା କରିଥିଲା। ଅରୁଣ ସେମାନଙ୍କ ମଧ୍ୟରୁ ଜଣେ ଥିଲେ। ମଙ୍ଗଳବାର ଆଗ୍ରାର ତାଜ୍‌ ଗଞ୍ଜ ଅଞ୍ଚଳରୁ ତାଙ୍କୁ ଗିରଫ କରାଯାଇଥିଲା। ପୋଲିସର କହିବା ହେଲା, ଅରୁଣ ନିଜ ପରିଚୟ ଲୁଚାଇବାକୁ ଯାଇ ମୁଣ୍ଡନ ହୋଇଥିଲେ। ଜେରା ବେଳେ ସେ ନିଜ ଦୋଷ ସ୍ବୀକାର କରିବା ସହ ଚୋରି ଟଙ୍କା ଘରେ ରଖିଥିବା କହିଥିଲେ। ମଙ୍ଗଳବାର ରାତିରେ ପୋଲିସ ଚୋରି ଟଙ୍କା ଜବତ କରି ଆଣିବା ପାଇଁ ତାଙ୍କ ଘରେ ଚଢ଼ାଉ କରିଥିଲା। ସେଠାରୁ ୧୫ ଲକ୍ଷ ଟଙ୍କା ଜବତ ହୋଇଥିଲା। ଏହା ପୂର୍ବରୁ ହଠାତ୍‌ ତାଙ୍କ ସ୍ବାସ୍ଥ୍ୟ ବିଗିଡ଼ିଯାଇଥିଲା। ଅଭିଯୁକ୍ତଙ୍କୁ ହସ୍ପିଟାଲକୁ ନିଆଯାଇଥିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ବୋଲି ଆଗ୍ରା ଏସ୍‌ଏସ୍‌ପି ମୁନିରାଜ ଜି କହିଛନ୍ତି। ଅନ୍ୟପକ୍ଷେ ମୃତକ ଅରୁଣଙ୍କ ପରିବାର ଲୋକେ ତାଙ୍କ ମୃତ୍ୟୁକୁ ନେଇ ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। ସ୍ଥାନୀୟ ବାଲ୍ମୀକି ସମୁଦାୟର ଲୋକେ ଅରୁଣଙ୍କ ଘର ବାହାରେ ଏକତ୍ରିତ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତାଙ୍କ ମୃତ୍ୟୁର ନିରପେକ୍ଷ ତଦନ୍ତ ନ ହେଲେ ସମୁଦାୟର ନେତାମାନେ ମହର୍ଷି ବାଲ୍ମୀକି ଜୟନ୍ତୀ ପାଳନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri