Posted inଜାତୀୟ

ଆସାମରେ ହାଜତ ମୃତ୍ୟୁ

ଗୁଆହାଟୀ,୨୩।୫: ଆସାମର ନାଗାଁଓ ଜିଲାରେ ହାଜତ ମୃତ୍ୟୁ ଅଭିଯୋଗକୁ ନେଇ ଶନିବାର ଉତ୍ତ୍ୟକ୍ତ ଲୋକେ ଏକ ଥାନା ଉପରେ ଆକ୍ରମଣ କରିବା ସହ ନିଆଁ ଲଗାଇଦେଇଥିଲେ। ଏଥିରେ ୩ ଜଣ ଆହତ ହୋଇଥିଲେ। ଏହାର ଦିନକ ପରେ ହିଂସାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ଘରକୁ ପୋଲିସ ବୁଲ୍‌ଡୋଜର ଲଗାଇ ଭାଙ୍ଗିଦେଇଛି। ଅନ୍ୟପକ୍ଷରେ ଜବରଦଖଲ ଉଚ୍ଛେଦ ଲାଗି ସେମାନଙ୍କ ଘର ଭଙ୍ଗାଯାଇଥିବା ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି।

ନାଗାଁଓର ଧିଙ୍ଗ ଅଞ୍ଚଳ ଅନ୍ତର୍ଗତ ବଟଦ୍ରଭା ଥାନାରେ ଜଣେ ସ୍ଥାନୀୟ ବ୍ୟକ୍ତିଙ୍କର ହାଜତ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ଲାଗି ଜିଲା ପ୍ରଶାସନ ନିର୍ଦ୍ଦେଶ ଦେଇଥିବାବେଳେ ଥାନା ଭାରପ୍ରାପ୍ତ ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। ଏହା ସତ୍ତ୍ୱେ ଶନିବାର ଅପରାହ୍ନରେ ସାଲୋନାବୋରି ଗ୍ରାମର ୪୦ରୁ ଊର୍ଦ୍ଧ୍ୱ ଲୋକେ ଉକ୍ତ ଥାନାରେ ନିଆଁ ଲଗାଇଦେଇଥିଲେ। ଫଳରେ ଯେସାକୁ ତେସା ନୀତି ସ୍ବରୂପ ରବିବାର ସକାଳେ ସାଲୋନାବୋରି ଗ୍ରାମରେ ବୁଲ୍‌ଡୋଜର ପହଞ୍ଚତ୍ ଥାନାପୋଡ଼ିରେ ସମ୍ପୃକ୍ତଙ୍କ ଘର ଭାଙ୍ଗିଥିଲା। ହିଂସାକାଣ୍ଡ ଘଟାଇଥିବା ୭ ଜଣଙ୍କୁ ଗିରଫ କରାଯାଇଥିବାବେଳେ ଅନ୍ୟ ୨୧ ଜଣଙ୍କୁ ପୋଲିସ ଥାନାକୁ ନେଇ ପଚରାଉଚରା ଚଳାଇଛି। ହାଜତ ମୃତ୍ୟୁ ପାଇଁ ଯେଉଁ ପୋଲିସ ଅଧିକାରୀ ଦାୟୀ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ଏଭଳି ଅଭିଯୋଗ ପାଇଁ ଥାନା ପୋଡ଼ିଦେବାକୁ ବରଦାସ୍ତ କରାଯିବ ନାହିଁ ବୋଲି ଆସାମ ସ୍ପେଶାଲ ପୋଲିସ ମହାନିର୍ଦ୍ଦେଶକ (ଆଇନ ଶୃଙ୍ଖଳା) ଜି.ପି. ସିଂ କହିଛନ୍ତି। ପୋଲିସ ଆକ୍ରମଣକାରୀଙ୍କ ଘର ଭାଙ୍ଗିବାକୁ ବିରୋଧୀ ଦଳ ସମାଲୋଚନା କରିଛି। ପୋଲିସ ମାନବାଧିକାର ଉଲ୍ଲଂଘନ କରିଥିବା କଂଗ୍ରେସ ଏମ୍‌ପି ଅବଦୁଲ ଖାଲେକ୍‌ ଟୁଇଟ୍‌ କରିଛନ୍ତି।

ସୂଚନାଯୋଗ୍ୟ, ମଦ ପିଇ ଗାଳିଗୁଲଜ କରିବା ଅଭିଯୋଗରେ ସାଲୋନାବୋରି ଗ୍ରାମର ମାଛ ବ୍ୟବସାୟୀ ସୋଫିକୁଲ ଇସ୍‌ଲାମଙ୍କୁ ପୋଲିସ ଶୁକ୍ରବାର ରାତିରେ ଥାନାକୁ ନେଇଥିଲା। ପରଦିନ ସକାଳେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri