ହାଜତ ମୃତ୍ୟୁ: ବିରୋଧୀ କମ୍ପିଲେ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ଶୁକ୍ରବାର ବିଧାନସଭାର ଶୀତ ଅଧିବେଶନ ଆରମ୍ଭରୁ ସରଗରମ ହୋଇଛି। ପୁରୀ ଓ ସୁନ୍ଦରଗଡ ବୀରମିତ୍ରପୁରରେ ହାଜତ ମୃତ୍ୟୁ ମାମଲାକୁ ନେଇ ଅଧିବେଶନର ପ୍ରଥମ ଦିନରେ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଗୋଟିଏ ପଟେ ହାଜତ ମୃତ୍ୟୁକୁ ବିରୋଧକରି ଉଭୟ ଭାଜପା ଓ କଂଗ୍ରେସ ଆନ୍ଦୋଳନ ପାଇଁ ରାସ୍ତାକୁ ଓହ୍ଲାଇଥିବା ବେଳେ ସେପଟେ ଗୃହ ଭିତରେ ମଧ୍ୟ ଏହି ପ୍ରସଙ୍ଗକୁ ନେଇ ହଟ୍ଟଗୋଳ ହୋଇଥିଲା। ଫଳରେ ଅପରାହ୍ନ ଅଧିବେଶନକୁ ବାରମ୍ବାର ମୁଲତବୀ କରାଯାଇଥିଲା। ଦୋଷୀ ପୋଲିସଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିକରି ଉଭୟ ଭାଜପା ଓ କଂଗ୍ରେସ ସଦସ୍ୟମାନେ ବାଚସ୍ପତିଙ୍କ ପୋଡିୟମ୍‌ ନିକଟକୁ ଆସି ହୋହଲ୍ଲା କରିଥିଲେ।
ହାଜତ ମୃତ୍ୟୁ ପରେ ପୋଲିସ ମୃତଦେହକୁ ପରିବାରର ବିନା ସହମତିରେ ଅନ୍ତିମ ସଂସ୍କାର କରିବାକୁ ଢାଲ କରି ହଙ୍ଗାମା କରିଥିଲା ଭାଜପା। ମୃତକଙ୍କ ସମ୍ପର୍କୀୟଙ୍କୁ ପୋଲିସ ଉଠାଇ ନେବାକୁ ମଧ୍ୟ ଦଳ ବିରୋଧ କରିଥିଲା। ଗୃହ ବିଭାଗ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ ଥିବାରୁ ସରକାରୀ ଦଳକୁ ଘେରିବା ପାଇଁ ଭାଜପା ପୂର୍ବରୁ ପ୍ରସ୍ତୁତ ହୋଇଥିବା ବେଳେ କଂଗ୍ରେସ ଏଥିରେ ସମର୍ଥନ କରିଥିଲା। ପୁରୀ ଓ ବୀରମିତ୍ରପୁରରେ ହାଜତ ମୃତ୍ୟୁ ପାଇଁ ଅଭିଯୁକ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ ଆଇପିସି ଦଫା ୩୦୨ରେ ମାମଲା ରୁଜୁ କରିବା ପାଇଁ କଂଗ୍ରେସ ଦାବି କରିଥିଲା। କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ବାଚସ୍ପତିଙ୍କ ପୋଡିୟମ୍‌ ନିକଟକୁ ଆସି ସରକାରଙ୍କ ବିରୋଧରେ ନାରା ଦେବାସହ କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଲଗାଯାଇଥିବା କାଚକୁ ଭଙ୍ଗାରୁଜା କରିଥିଲେ। ଘଟଣାରେ ଦୋଷୀ ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସହିତ

ପୀଡ଼ିତ ପରିବାରକୁ କ୍ଷତିପୂରଣ ପାଇଁ ଦାବି କରିଥିଲେ। ପ୍ରଥମେ ୧୫ ମିନିଟ୍‌ ଓ ପରେ ୩୦ ମିନିଟ୍‌ ପାଇଁ ଗୃହ ମୁଲତବୀ ରଖିବା ପରେ ବାଚସ୍ପତି ସରକାରୀ ଦଳ ମୁଖ୍ୟ ସଚେତକ, ସଂସଦୀୟ ବ୍ୟାପାର ମନ୍ତ୍ରୀ, ଭାଜପା ଓ କଂଗ୍ରେସ ବିଧାୟକ ଦଳ ନେତା, ଅର୍ଥମନ୍ତ୍ରୀ ଏବଂ ସିପିଏମ୍‌ ବିଧାୟକ ଲକ୍ଷଣ ମୁଣ୍ଡାଙ୍କୁ ନେଇ ସର୍ବଦଳୀୟ ବୈଠକ ଡାକିଥିଲେ। ତେବେ ଉପଦେଷ୍ଟା କମିଟିରେ ଭାଜପାର ଦୁଇଜଣ ସଦସ୍ୟଙ୍କୁ ରଖିବା ଦାବିକରି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ସର୍ବଦଳୀୟ ବୈଠକରେ ଯୋଗଦେବାକୁ ପ୍ରଥମେ ପ୍ରତ୍ୟାଖ୍ୟାନ କରିଥିଲେ ମଧ୍ୟ ପରେ ବୈଠକରେ ଯୋଗଦେଇଥିଲେ। ବୈଠକ ଅଧିକ ସମୟ ଚାଲିବାରୁ ଉପବାଚସ୍ପତି ରଜନୀକାନ୍ତ ସିଂ ଗୃହକୁ ପୁଣିଥରେ ୧୫ମିନିଟ୍‌ ଓ ୫ ମିନିଟ୍‌ ପାଇଁ ମୁଲତବୀ ଘୋଷଣା କରିଥିଲେ। ଏହାପରେ ବିରୋଧୀଙ୍କ ପାଟିତୁଣ୍ଡ ଭିତରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ଅତିରିକ୍ତ ବଜେଟ ଉପସ୍ଥାପିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri