କ୍ୱାରାଣ୍ଟାଇନ୍‌ ସେଣ୍ଟରରେ କାର୍ଯ୍ୟ କରୁଥିବା ଶିକ୍ଷକଙ୍କ କରୋନାରେ ମୃତ୍ୟୁ, ଶୋକ ପ୍ରକାଶ କଲେ ବାଚସ୍ପତି

ଦିଗପହଣ୍ଡି,୧୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଫୁଲସୁନ୍ଦରୀ ସାହିର ସହକାରୀ ଶିକ୍ଷକ ବଂଶୀଧର ବେହେରାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର କରୋନାରେ ମୃତ୍ୟୁ ଘଟିଛି। ଏ ନେଇ ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା ଜଣାଇଛନ୍ତି। ସେ ଦିଗପହଣ୍ଡି କୁଶପଡ଼ା ପଞ୍ଚାୟତ କେ. ସାମନ୍ତରାପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସହକାରୀ ଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ। କେ. ସାମନ୍ତରାପୁର ବିଦ୍ୟାଳୟର କ୍ୱାରାଣ୍ଟାଇନ ସେଣ୍ଟରରେ ସେ ୨ ମାସ କୋଭିଡ ଯୋଦ୍ଧା ଭାବେ କାର୍ଯ୍ୟ କରିବା ପରେ ଘରେ ରହୁଥିଲେ। ଘରେ ଥିବା ବେଳେ ଦୀର୍ଘଦିନ ଧରି ଜ୍ବର ହୋଇଥିଲା। ଗତ ରବିବାର ଦିଗପହଣ୍ଡି ସ୍ଥିତ କରୋନା ଟେଷ୍ଟିଂ ସେଣ୍ଟରରେ ତାଙ୍କ ସ୍ବାବ ସଂଗ୍ରହ କରି ପରୀକ୍ଷା ନିମନ୍ତେ ପଠାଯାଇଥିଲା। ମଙ୍ଗଳବାର ରିପୋର୍ଟ ପଜିଟିଭ୍‌ ଆସିବା ପରେ ପ୍ରଶାସନ ପକ୍ଷରୁ ତାଙ୍କୁ ଛତ୍ରପୁର ନିକଟ ଶୀତଳାପଲ୍ଲୀସ୍ଥିତ କୋଭିଡ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ପରଲୋକରେ ସ୍ଥାନୀୟ ବିଧାୟକ ତଥା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା ପ୍ରମୁଖ ଗଭୀର ଶୋକ ପ୍ରକାଶ କରିବାସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri