ବଡ଼ଗୁମୁଡ଼ା ସେବାଶ୍ରମ ୧୦ମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ

ନବରଙ୍ଗପୁର,୨୪ା୮(ସଦାଶିବ ପ୍ରହରାଜ)ନବରଙ୍ଗପୁର ଜିଲା ମଙ୍ଗଳ ବିଭାଗ ଦ୍ୱାରା ପରିଚାଳିତ କୋଷାଗୁମୁଡା ବ୍ଲକ ବଡ଼ଗୁମୁଡ଼ା ସେବାଶ୍ରମ ବିଦ୍ୟାଳୟର ୧୦ମ ଶ୍ରେଣୀ ଛାତ୍ରୀ ରଞ୍ଜିିତା ହରିଜନଙ୍କର ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ନବରଙ୍ଗପୁର ଜିଲା ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ଝରିଗଁା ବ୍ଲକ ତାରାଯୋଡି ଗ୍ରାମର ଖଗପତି ହରିଜନଙ୍କ ଝିଅ ରଞ୍ଜିତା ବଡ଼ଗୁମୁଡ଼ା ସେବାଶ୍ରମ ବିଦ୍ୟାଳୟରେ ୧୦ମ ଶ୍ରେଣୀରେ ପଢୁଥିଲେ। ୨୧ ତାରିଖରେ ତାଙ୍କର ମୁଣ୍ଡବ୍ୟଥା ହେବାରୁ ବଡ଼ଗୁମୁଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେବା ପରେ ସେବାଶ୍ରମକୁ ଫେରି ଆସିଥିଲେ। ରଞ୍ଜିତା ପୁଣି ଅସୁସ୍ଥ ହେବାରୁ ବୁଧବାର ବଡ଼ଗୁମୁଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ନବରଙ୍ଗପୁର ଜିଲା ଡାକ୍ତରଖାନାକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପ୍ରଧାନ ଶିକ୍ଷକ ସପନ ହାଲଦାର କହିଛନ୍ତି, ରଞ୍ଜିତାଙ୍କୁ ୨୧ ତାରିଖରେ ବଡ଼ଗୁମୁଡ଼ା ଡାକ୍ତରଖାନା କର୍ତ୍ତୃପକ୍ଷ ଔଷଧ ଦେଇ ଛାଡି ଦେଇଥିଲେ। ରାତିରେ ଔଷଧ ଖାଇବା ପରେ ମଧ୍ୟ ମୁଣ୍ଡବ୍ୟଥା ନ କମିବାରୁ ପୁଣି ଥରେ ଗତ ୨୨ ତାରିଖରେ ଡାକ୍ତରଖାନାକୁ ନିଆଯାଇଥିଲା। ୨୩ ତାରିଖରେ ବାନ୍ତି ହେବା ପରେ ପୁଣି ଥରେ ଡାକ୍ତରଖାନାକୁ ନିଆଯାଇଥିଲା। ବୁଧବାର ସକାଳୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ଅପରାହ୍ନ ୧ଟାରେ ନବରଙ୍ଗପୁର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା କହିଛନ୍ତି। କୋଡିଗାଁ ଥାନା ଅଧିକାରୀ ଯୁଗଳ ଶବର ଗୁରୁବାର ମୃତଦେହ ବ୍ୟବଚ୍ଛେଦ ହେବ ବୋଲି କହିଛନ୍ତି। ତେବେ ପରିବାର ଲୋକେ ଅଭିଯୋଗ କରିଛନ୍ତି, ଝିଅ ଗୁରୁତର ସଂକ୍ରାନ୍ତରେ ତାଙ୍କୁ ଜଣାଯାଇ ନ ଥିଲା। ପୂର୍ବରୁ ଖବର ପାଇ ସମ୍ପର୍କୀୟ ଯିବାରୁ କେବଳ ମା’ ବାପାଙ୍କୁ ଝିଅ ସହିତ ମିଶିବା ନିୟମ ଅଛି କହି ଝିଅକୁ ଦେଖିବା ପାଇଁ ମନା କରିଥିଲେ ବୋଲି ଅଭିଯୋଗ କରିଛନ୍ତି। ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri