ଜୁଆଙ୍ଗ ସମ୍ପ୍ରଦାୟର ୧୧ଜଣଙ୍କ ମୃତ୍ୟୁ ଏବେ ସତର୍କ ଘଣ୍ଟି

କେନ୍ଦୁଝର,୨୨।୧୦(ଦୀପକ ମିଶ୍ର): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଗୋନାସିକା ପଞ୍ଚାୟତ ଅନ୍ତର୍ଗତ ଜନ୍ତାରୀ ଗ୍ରାମରେ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ୧୧ଜଣଙ୍କ ମୃତ୍ୟୁ ବର୍ତ୍ତମାନ ବିକାଶ ପ୍ରକ୍ରିୟାକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ସରକାରଙ୍କ ଘରେ ଘରେ ସ୍ବଚ୍ଛ ପିଇବା ପାଣି ପହଞ୍ଚାଇବା। ଏନେଇ ଡିଏମ୍‌ଏଫ୍‌, ଓମ୍ବାଡିସି ପକ୍ଷରୁ ମେଗା ପିଇବା ପାଣି ପ୍ରକଳ୍ପ ହେଲେ ସୁଦ୍ଧା ୧୧ ଜୁଆଙ୍ଗଙ୍କ ଜୀବନ ବଞ୍ଚି ପାରିଲା ନାହିଁ।

ଗ୍ରାମବାସୀଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଇବା ପାଇଁ ଏକ ସୌରଶକ୍ତି ଚାଳିତ ପାନୀୟ ଜଳ ପ୍ରକଳ୍ପ ପ୍ରତିଷ୍ଠା ହୋଇଥିଲା। ହେଲେ ବର୍ଷ ବର୍ଷ ଧରି ଓଭରହେଡ୍‌ ପାଣି ଟାଙ୍କି ସଫା ହେଉ ନାହିଁ। ଫଳରେ ଟାଙ୍କିରେ ପୋକ ସୃଷ୍ଟି ହେଉଛି। ଏଭଳିସ୍ଥିତିରେ ଲୋକ ଏହାକୁ ବ୍ୟବହାର ନ କରି ପାହାଡ଼ ତଳ ଚୁଆରୁ ପାଣି ବ୍ୟବହାର କରି ରୋଗାକ୍ରାନ୍ତ ହେବା ଚିନ୍ତାର ବିଷୟ ହୋଇଛି।

କୋଟି କୋଟି ଟଙ୍କା ଖର୍ଚ୍ଚ କରି ଏଭଳି ପାନୀୟ ଜଳ ପ୍ରକଳ୍ପ ପ୍ରତିଷ୍ଠା କରିବା କେବଳ ଠିକାଦାରମାନଙ୍କ ପକେଟ ଗରମ କରିବା ପାଇଁ ଉଦ୍ଦିଷ୍ଟ ବୋଲି ପରିଲକ୍ଷିତ ହେଉଛି। ମୃତ୍ୟୁମୁଖରେ ପଡିଥିବା ୧୧ଜଣଙ୍କ ମଧ୍ୟରୁ ମାସକ ମଧ୍ୟରେ ଗୋଟିଏ ପରିବାରର ୩ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ସୁନିଆ ଜୁଆଙ୍ଗ, ରଶ୍ମି ଜୁଆଙ୍ଗ, ନୁନି ଜୁଆଙ୍ଗ। ଏହାର ଏକ ଉଚ୍ଚସ୍ତରୀୟ ତଦନ୍ତ ହେବା ଜରୁରୀ ଏବଂ ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ପ୍ରଦାନ କରିବାକୁ କେନ୍ଦୁଝର ଜିଲା କଂଗ୍ରେସର ପୂର୍ବତନ ସଭାପତି ତଥା ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ ବିପ୍ଳବ ମିଶ୍ର ଏକ ପ୍ରେସ ବିଜ୍ଞପ୍ତିରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…

ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri