୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ ଦୃଢ଼ ନିନ୍ଦା କରିଛନ୍ତି। ଏ ନେଇ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ପୂର୍ବତନ ଏମପି ତଥା କଂଗ୍ରେସ ଦଳର ରାଜ୍ୟ ଅନୁସୂଚିତ ଜାତିର ସଭାପତି ଯଶୋବନ୍ତ ନାରାୟଣ ସିଂ ଲାଗୁରି ଏନେଇ ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

ଜିଲାରେ କାମ ଧନ୍ଦା ମିଳୁ ନଥିବାରୁ ବାହାରକୁ ଯିବାକୁ ବାଧ୍ୟ ହେଉଛନ୍ତି । ଏଣୁ ଏ ନେଇ ବର୍ତ୍ତମାନ ତଥା ପୂର୍ବତନ ସରକାରଙ୍କୁ ଟାର୍ଗେଟ କରି ସମାଲୋଚନା କରିଛନ୍ତି। ଏଭଳି ଅଘଟଣ ଯେଭଳି ଆଗକୁ ନ ଘଟୁ ସେଥିପାଇଁ ଜିଲା ପ୍ରଶାସନ ଏହର ସମୀକ୍ଷା କରିବା ସହ ବୈଠକ ଡକାଇ ଦାଦନ ଶ୍ରମିକ ସମସ୍ୟା ଦୂର କରିବା ପାଇଁ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରି ଭବିଷ୍ୟତରେ ଏଭଳି ସମ୍ବେଦନଶୀଳ ଓ ଦୁଃଖଦ ଘଟଣା ନ ଘଟୁ । ଆଉ ଯେଭଳି କେହି ଦାଦନ ଖଟିବାକୁ ଯିବେ ନାହିଁ, ସେ ଦିଗରେ ପଦକ୍ଷେପ ନେବାକୁ ଦାବି କରିଛନ୍ତି।

ସେହିପରି ମୋହନ ମାଝୀ କହିଛନ୍ତି ଯେ ଯେତେବେଳେ ଏହି ଆଦିମ ଜନଜାତିଙ୍କ ସଂଖ୍ୟା ହ୍ରାସ ପାଇବାକୁ ବସିଛି ଏଭଳି ସମୟରେ ୧୩ ଜଣ ଜୁଆଙ୍ଗ ଯୁବତୀଙ୍କ ମୃତ୍ୟୁ ଚିନ୍ତାଜନକ ବିଷୟ ହୋଇଛି। ଏଭଳି ପରିସ୍ଥିତି ରୋକିବା ପାଇଁ ସରକାର ପଦକ୍ଷେପ ନେବାକୁ ଦାବି କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ପିସିସି ସମ୍ପାଦକ ସଂଗ୍ରାମ ଦାସ, ସଦର ବ୍ଲକ ସଭାପତି ଉତ୍ତମ ସାହୁ ସମେତ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର, ୨୮।୯: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ ଦଳୀୟ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?