ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ ଥିବାବେଳେ ହର୍ପିକସ୍‌ କିମ୍ବା ଆଭ୍ୟନ୍ତରିଣ ଅସୁବିଧା ଯୋଗୁ ଶମ୍ଭୁର ମୃତ୍ୟୁ ଘଟିଛି ବୋଲି ବନ ବିଭାଗ ପକ୍ଷରୁ ସନ୍ଦେହ କରାଯାଉଛି।

ମିଳିଥିବା ସୂଚନା ମୁତାବକ, ଚଳିତ ମାସ ୧୪ ତାରିଖରେ କେନ୍ଦୁଝର ବନଖଣ୍ଡରୁ ଉଦ୍ଧାର ହୋଇ ଚନ୍ଦକା ଆସିଥିଲା ଶମ୍ଭୁୁ। ଚନ୍ଦକା ଆସିବା ପରେ ତାକୁ କୁମାରଖୁଣ୍ଟିଠାରେ ଥିବା ବାଲ ହସ୍ତୀ ଭବନରେ ରଖାଯାଇ ଲାଳନ ପାଳନ କରାଯାଉଥିଲା। ମା’ ଓ ହାତୀ ପଲଠାରୁ ଅଲଗା ହୋଇ ଏକ ଖାଲରେ ପଡ଼ି ଯାଇଥିଲା ୬ ମାସର ଅଣ୍ଡିରା ହାତୀଛୁଆ ଶମ୍ଭୁ। ଖାଲରେ ପଡ଼ିବାରୁ ତା ପଛଗୋଡରେ ଆଘାତ ଲାଗି ଚାଲିବାରେ ଅସୁବିଧା ହେଉଥିଲା। ବନ ବିଭାଗ ଉଦ୍ଧାର କରି ମା’ ଏବଂ ହାତୀପଲ ସହ ମିଶାଇବାକୁ ଚେଷ୍ଟାକରି ବିଫଳ ହେବାରୁ ଚନ୍ଦକା ଅଣାଯାଇଥିଲା। ଚନ୍ଦକା ଆସିବା ପରେ ଛୁଆ ହାତୀର ନାମ ଶମ୍ଭୁ ରଖାଯାଇଥିଲା।

ହାତୀଛୁଆ ଆସିବା ପରେ ଚନ୍ଦକା ବନଖଣ୍ଡରେ ଖୁସିର ଲହରୀ ଖେଳିଯାଇଥିଲା। ହେଲେ ହଠାତ୍‌ ସମ୍ବୁର ମୁତ୍ୟୁ ସମସ୍ତଙ୍କୁ ବ୍ୟତିବ୍ୟସ୍ତ କରିଛି। ସୋମବାର ସକାଳେ ଶମ୍ଭୁ ଅସୁସ୍ଥ ହୋଇପଡିଥିଲା। ପରେ ଚନ୍ଦକା ବନବିଭାଗ ଅଧିକାରୀ ସ୍ଥାନୀୟ ପଶୁ ଚିକିତ୍ସକ ଏବଂ ନନ୍ଦନକାନନର ପଶୁ ଚିକିତ୍ସା ଦଳ ସହିତ ପରାମର୍ଶ କ୍ରମେ ଚିକିତ୍ସା ଆରମ୍ଭ କରିଥିଲେ।

ହେଲେ ସାରେ ସ୍ବାସ୍ଥ୍ୟରେ ଉନ୍ନତିହେବା ସହ ସମ୍ଭୁ ଖାଦ୍ୟ ଗ୍ରହଣ କରି ଧୀରେ ଧୀରେ ଚାଲିବା ଆରମ୍ଭ କରିଥିଲା । ହେଲେ ମଙ୍ଗଳବାର ସକାଳେ ପୁଣି ସ୍ବାସ୍ଥ୍ୟ ଅବସ୍ଥାରେ ଅବନତି ଦେଖାଦେଇଥିଲା। ସାଲାଇନ ଓ ଔଷଧ ଦିଆଯାଇ ଚିକିତ୍ସକଙ୍କ ଦ୍ୱାରା ଚିକିତ୍ସା ଆରମ୍ଭ ସତ୍ତ୍ୱେ ଶମ୍ଭୁର ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ନ ଥିଲା। ଶମ୍ଭୁର ସ୍ବାସ୍ଥ୍ୟରେ ସୁଧାର ଆଣିବାପାଇ ନନ୍ଦନକାନନକୁ ସ୍ଥାନାନ୍ତର କରିବାକୁ ବନବିଭାଗ ଯୋଜନା କରାଯାଇଥିବା ବେଳେ ମଙ୍ଗଳାବର ସକାଳ ସାଢେ ୭ଟା ସମୟରେ ଶମ୍ଭୁର ମୁତ୍ୟୁ ଘଟିଥିଲା। ଯାହାକୁନେଇ ଚନ୍ଦକା ବନ ବିଭାଗ କର୍ମଚାରୀମାନଙ୍କ ମଧ୍ୟରେ ଦୁଃଖର ବାତାବରଣ ଖେଳିଯାଇଛି।

କେଉଁ କାରଣରୁ ଶମ୍ଭୁର ମୃତ୍ୟୁ ଘଟିଲା ତାହା ବର୍ତ୍ତମାନ ଅସ୍ପଷ୍ଟ ରହିଛି। ହର୍ପିକସ କିମ୍ବା ଆଭ୍ୟନ୍ତରିଣ ଅସୁବିଧା ଯୋଗୁ ହାତୀ ଛୁଆର ମୃତ୍ୟୁ ଘଟିଛି ବୋଲି ସନ୍ଦେହ କରାଯାଉଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ପୁରୁଷଙ୍କୁ ହାର୍ଟ ଆଟାକ୍‌ ଆସିଲେ ଛାତିରେ ହୋଇଥାଏ ଯନ୍ତ୍ରଣା, ମାତ୍ର ମହିଳାଙ୍କଠାରେ ଦେଖାଦିଏ ଏସବୁ ଲକ୍ଷଣ…

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ମିଳିବ ପଞ୍ଚମ କିସ୍ତି ଟଙ୍କା

ଭୁବନେଶ୍ବର,୧୭ା୮: ସୁଭଦ୍ରା ପଞ୍ଚମ କିସ୍ତି ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି । ରକ୍ଷା ବନ୍ଧନ ଦିନ ହିଁ ମିଳିବ ସୁଭଦ୍ରା ପଞ୍ଚମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri