ଅଜା ଘରକୁ ଯାଇଥିଲେ ବୁଲି: ନାଳରେ ବୁଡ଼ି ଚାଲିଗଲା ନାତିଙ୍କ ଜୀବନ

ଦିଗପହଣ୍ଡି,୨ା୨(ଡି.ଏନ.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଅଧୀନ ଖୁଲୁଡି ଗ୍ରାମରେ ଗୁରୁବାର ଜଣେ ୧୧ବର୍ଷର ନାବାଳକ ଶୁଳିଆ ନାଳରେ ବୁଡ଼ିଯାଇ ପ୍ରାଣ ହରାଇଛନ୍ତି। ଦିଗପହଣ୍ଡି ଥାନା ଅନ୍ତର୍ଗତ ଡେଙ୍ଗାଓସ୍ତା ଗ୍ରାମର ସନାତନ ସାହୁଙ୍କ ପୁଅ ଶ୍ରୀତମ୍‌ ଖୁଲୁଡ଼ି ଗ୍ରାମ ଅଜା ଧାବା ସାହୁଙ୍କ ଘରକୁ ଆସିଥିଲେ। ୩ ଜଣ ନାବାଳକ ଶୁଳିଆ ନାଳ ଅତିକ୍ରମ କରି ଅଜାଙ୍କୁ ଡାକିବାକୁ ଯାଉଥିବା ବେଳେ ଶ୍ରୀତମଙ୍କ ଗୋଡ଼ ଖସିଯିବାରୁ ନାଳରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଡାକ୍ତର ପ୍ରାଥମିକ ଚିକିତ୍ସା କରିବା ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ବ୍ୟବଛେଦ ପରେ ପରିବାର ବର୍ଗଙ୍କୁ ମୃତଦେହ ହସ୍ତାନ୍ତର କରିଛି ପୋଲିସ। ଅନ୍ୟପକ୍ଷେ ପାଟପୁର ରାଜସ୍ବ କର୍ମଚାରୀ ରତ୍ନାକର ସାହୁ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri