ଖେଳୁଥିବା ବେଳେ ଗଲା ଜୀବନ

କୋକସରା,୨୧।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଗ୍ରାମରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମଙ୍ଗଳବାର ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିରଞ୍ଚତ୍ ଦୀପଙ୍କ ୬ବର୍ଷର ନାବାଳକ ପୁଅ ଆଶିଷ ।

ମଙ୍ଗଳବାର ସନ୍ଧ୍ୟାରେ ସାଙ୍ଗଙ୍କ ସହ ମିଶି ଆଶିଷ ଖେଳିବାକୁ ଯାଇଥିଲେ। ସେତିକିବେଳେ ମୋଟେର ଫାଣ୍ଡି ନିକଟରେ ଥିବା ଏକ ଧାନକଟା ମେଶିନ ମୋଟରରେ ଲାଗିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଆଶିଷ ଗୁରୁତର ହୋଇପଡିଥିଲା। ପରିବାର ଲୋକ ତୁରନ୍ତ ତାଙ୍କୁ କୋକସରା ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଖବର ପାଇ ମୋଟେର ଫାଣ୍ଡି ଅଧିକାରୀ ପହଞ୍ଚତ୍ ତଦନ୍ତ କରିଥିଲେ। ବୁଧବାର ସକାଳେ ଶବ ବ୍ୟବଚ୍ଛେଦ ପରେ ପରିବାରଙ୍କୁ ହସ୍ତାନ୍ତର କରାଯିବ ବୋଲି ଫାଣ୍ଡି ଅଧିକାରୀ ଅଜୟ ନାଏକ ସୂଚନା ଦେଇଛନ୍ତି। ଖବର ଲେଖାଯିବା ପର୍ଯ୍ୟନ୍ତ ଫାଣ୍ଡିରେ କୌଣସି ମାମଲା ରୁଜୁ ହୋଇ ନ ଥିବା ଫାଣ୍ଡି ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାତଙ୍କୁ ବିଶ୍ୱାସଘାତକ କହିଲେ ନବୀନ, ଜବାବରେ ପ୍ରଭାତ ବିଶ୍ବାଳ କହିଲେ ଏମିତି…ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍‌ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି…

ଶୃଙ୍ଖଳିତ ରଥ ଯାତ୍ରା ପରିଚାଳନା ପାଇଁ ପ୍ରସ୍ତୁତି ବୈଠକ: ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଦିଗପହଣ୍ଡି, ୧୩।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନରେ ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଦୁର୍ଘଟଣାରେ ଆହାତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ଥାନାରେ ପହଞ୍ଚି ଝିଅ ଦେଲେ ଏତଲା

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁୁବୁଡ଼ି ଗ୍ରାମର ଲବ ନାଇକ(୬୬) ଗତ ୭ ତାରିଖ ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହାତ…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ରଥଯାତ୍ରା ପାଇଁ ପ୍ରଶାସନ ସଜାଗ, ଏହି ସବୁ ଦିଗରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପ୍ରଶାସନ ପକ୍ଷରୁ ରଥଯାତ୍ରାର ସୁପରିଚାଳନାକୁ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ…

ସୁପୋଷିତ ଓଡ଼ିଶା ମିଶନ: ତଥ୍ୟ ସଂଗ୍ରହ କରିବେ ୧୦୦୦୦ ଏନଏସଏସ ଛାତ୍ରୀ

ଭଞ୍ଜନଗର,୧୩/୭(ବାବୁଲା ପ୍ରଧାନ)- ପୋଷଣ ଅଭିଯାନ ଅବସରରେ ବର୍ତ୍ତମାନ ଓଜନ ଉତ୍ସବ ରାଜ୍ୟରେ ଚାଲିଛି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ମଧ୍ୟ ଓଜନ ଉତ୍ସବ ପ୍ରଥମ ପର୍ଯ୍ୟାୟ…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri