ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି। ଧମା ଥାନା ଅନ୍ତର୍ଗତ ବଦୁଆପାଲି ଗ୍ରାମ ନିକଟସ୍ଥ ଏକ ବେସରକାରୀ ଆମ୍ବ ତୋଟା(ବଗିଚା)କୁ ପଶିବା ପାଇଁ ଉକ୍ତ ମାଈ ହାତୀ ଉଦ୍ୟମ କରୁଥିଲା। ଏହି ସମୟରେ ଏହାର ପାଚେରୀରେ ଖଞ୍ଜା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯାଇଥିଲା। ବିଦ୍ୟୁତ ଆଘାତ ଏତେ ପ୍ରଖର ଥିଲା ଯେ ଘଟଣାସ୍ଥଳରେ ହିଁ ହାତୀଟିର ମୃତ୍ୟୁ ଘଟିଛି।

​ଏହି ଖବର ପାଇ ବନଖଣ୍ଡ ଅଧିକାରୀ(ଡିଏଫଓ) ସୁଦର୍ଶନ ଗୋପୀନାଥ ଯାଦବ, ଆରସିସିଏଫ ଆର.କେ ସ୍ବାଇଁ, ରେଞ୍ଜର ପ୍ରଶାନ୍ତ ଓରାମ ଏବଂ ଫରେଷ୍ଟର କେଶବ ଓରାମଙ୍କ ସମେତ ବହୁ ବନ ବିଭାଗ ଅଧିକାରୀ ଓ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଘଟଣାର ସରଜମିନ ତଦନ୍ତ କରିଛନ୍ତି।

ତେବେ ଭୁବନେଶ୍ବରରୁ ଆସିବାକୁ ଥିବା ଏକ ମିଳିତ ଟାସ୍କଫୋର୍ସ(ଜେଟିଏଫ୍) ଟିମ୍ ଘଟଣାସ୍ଥଳରେ ପହଞ୍ଚି ପାରି ନ ଥିବାରୁ, ମୃତ ହାତୀର ବ୍ୟବଚ୍ଛେଦ ହୋଇପାରି ନାହିଁ। ସେମାନେ ଆସିଲା ପରେ ଗୁରୁବାର ହାତୀର ଶବ ବ୍ୟବଚ୍ଛେଦ କରାଯିବ ବୋଲି ବନ ବିଭାଗ ଡିଏଫଓ କହିଛନ୍ତି। ବନ ବିଭାଗ ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ପ୍ରତି ଦୃଷ୍ଟି ଦିଆଯାଉଥିବା ସତ୍ତ୍ୱେ ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳାବ୍ୟାଜ୍‌ ପିନ୍ଧିଲେ ବରଗଡ଼ କୋଷାଗାର କର୍ମଚାରୀ, ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ…

ବରଗଡ଼,୩।୬(ପ୍ରେମାନନ୍ଦ ଖମାରୀ)- ଯାଜପୁର ଜିଲା କୋଷାଗାର କର୍ମଚାରୀଙ୍କୁ କୋଷାଗାର ଅଧିକାରୀଙ୍କ ଅଶ୍ଳୀଳ ଆଚରଣ ଓ ମାଡ଼ ମାରିବା ଅଭିଯୋଗ ଘଟଣାକୁ ନେଇ ଚାଲିଥିବା ଆନ୍ଦୋଳନର ପ୍ରଭାବ ବରଗଡ଼ରେ…

ନାବାଳିକାଙ୍କୁ ନିଶା ଦେଇ ଚଳନ୍ତା କାରରେ ଗଣବଳାତ୍କାର, ପରେ କଲେ ଏଭଳି କାଣ୍ଡ

ଆସାମ ବିଶ୍ୱନାଥ ଜିଲାର ଚାଲିଆ ଚାପୋରିରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ପାଞ୍ଚ ଜଣ ପୁରୁଷ…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ…

୬୧ବର୍ଷ ବୟସରେ ବର ସାଜିବେ ଆମିର, ଜୁଲାଇ ୫ରେ ତୃତୀୟ ବିବାହ…

ମୁମ୍ବାଇ: ପୁଣି ଥରେ ବିବାହ କରିବେ ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’। ୬୧ ବର୍ଷ ବୟସରେ ଆମିର ପୁଣି ଥରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ…

ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ…

ଟଙ୍କା ବିବାଦରୁ ବୃଦ୍ଧଙ୍କୁ ଆକ୍ରମଣ; ବୁର୍ଲାରେ ମୃତ୍ୟୁ, ନ୍ୟାୟ ଦାବିରେ ଥାନା ଆଗରେ ଶବ ରଖି ବିକ୍ଷୋଭ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ମାତ୍ର ୫୦୦ ଟଙ୍କାର କରଜ…

ଜୁନ୍‌ ୯ରେ କ’ଣ କରିବେ ବିରାଟ କୋହଲି? ସାମ୍ନାକୁ ଆସିଲା ବଡ଼ ଖବର 

ନୂଆଦିଲ୍ଲୀ,୩।୬: ଆଇପିଏଲ ୨୦୨୬ର ରୋମାଞ୍ଚକର ସମାପ୍ତି ପରେ ଏବେ ପୁଣି ଥରେ ମଇଦାନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତ ହେଉଛି ଭାରତୀୟ କ୍ରିକେଟ ଦଳ । ଆସନ୍ତା ଜୁନ…

ଏହିଦିନ ଖୋଲିବ ହର୍ମୁଜ୍, ଇରାନ ସହିତ ପରମାଣୁ ଚୁକ୍ତି ସମ୍ପର୍କରେ ବଡ଼ ଗୁମର ଖୋଲିଲେ ଟ୍ରମ୍ପ

ଓ୍ବାଶିଂଟନ,୩।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚୁକ୍ତି ଏବଂ ହର୍ମୁଜ୍ ପ୍ରଣାଳୀ ଖୋଲିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri