ଚିକିତ୍ସା ଅବହେଳାରୁ ବ୍ୟକ୍ତିଙ୍କ ମୃତ୍ୟୁ, ଅଭିଯୋଗ ଆଣିଲେ ପରିବାର ଲୋକେ

ପାପଡ଼ାହାଣ୍ଡି,୨୫ା୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଗାଦବା କତ୍ରା ପଞ୍ଚାୟତ ଖୁଡ଼ିଗୁଡ଼ା ଗ୍ରାମର ଲାଇବାନ ମୁଦୁଲି(୪୮)ଙ୍କ ରବିବାର ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ କ୍ଷତି ପୂରଣ ଦାବିରେ ଜିଦ୍‌ରେ ଅଡ଼ି ବସି ମୃତଦେହ ସ୍ବାସ୍ଥ୍ୟକେନ୍ଦ୍ର ଅନ୍ତଃର୍ବିଭାଗରେ ପକାଇ ରଖିଛନ୍ତି। ଯାହାକୁ ନେଇ ଉତ୍ତଜେନା ଦେଖାଦେଇଛି।

ସୂଚନାନୁଯାୟୀ, ଲାଇବାନ ତାଙ୍କ ସାଙ୍ଗ ଧନିଆ ହରିଜନଙ୍କ ସହ ଏକ ବାଇକ୍‌ରେ ଖୁଡ଼ିଗୁଡ଼ାରୁ ମଇଦଲପୁର ଆସିବା ସମୟରେ ବାଇକ୍‌ଟି ଦୁର୍ଘଟଣାଗସ୍ତ ହୋଇଥିଲା। ଏଥିରେ ଲାଇବାନ ଗୁରୁତର ହୋଇଥିଲେ। ପରିବାର ଲୋକେ ଜାଣିବା ପରେ ଆମ୍ବୁଲାନ୍ସକୁ ଫୋନ କରିଥିଲେ କିନ୍ତୁ ଆମ୍ବୁଲାନ୍ସ ଆସି ନ ଥିଲା। ଶେଷରେ ଏକ ଅଟୋ ଯୋଗେ ରବିବାର ପୂର୍ବାହ୍ନରେ ପାପଡ଼ାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଅପରାହ୍ନ ୩ଟା ବେଳକୁ ଲାଇବାନଙ୍କ ମୃତ୍ୟୁ ହୋଇଥିବା ଡାକ୍ତର କହିଥିଲେ। ଯାହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। କାର୍ଯ୍ୟରତ ଡାକ୍ତରଙ୍କ ଚିକିତ୍ସାରେ ଅବହେଳାକୁ ଦାୟୀ କରି ମୃତଦେହ ପକାଇ ରଖିଛନ୍ତି ପରିବାର ଲୋକେ। ଖବର ପାଇ ପାପଡ଼ାହାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ସହ ମୃତଦେହ ଉଠାଇବା ଲାଗି କହିବା ପରେ ବି ଲୋକେ ବୁଝି ନ ଥିଲେ। ଡାକ୍ତର ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ଲାଗି ପରିବାର ଲୋକେ ଜିଦ୍‌ ଧରିବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?