ଗଜପତିରେ ଲଜ୍ଜା, ଗର୍ଭବତୀ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୬।୫: ଗଜପତି ଜିଲା ରାୟଗଡ଼ ବ୍ଲକ ଆବାସିକ ବିଦ୍ୟାଳୟରେ ଛାତ୍ରୀ ଗର୍ଭବତୀ ହୋଇ ମୃତ୍ୟୁବରଣ କରିବା ଭଳି ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି । ଜିଲାର ଲକ୍ଷ୍ମୀପୁର ନିକଟସ୍ଥ କ୍ଷେତଡ଼ କାନ୍ୟାଶ୍ରମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଶୁକ୍ରବାର ପରିବାର ଲୋକେ ଗୁରୁତର ଅବସ୍ଥାରେ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ସେତିକିବେଳେ ନାବାଳିକା ଛାତ୍ରୀଜଣକ ୩ମାସର ଗର୍ଭବତୀ ଥିବା ଜଣାପଡିଥିଲା। ନାବାଳିକା ଜଣକ ରାମଗିରି ଥାନା ଅଞ୍ଚଳର ବୋଲି ଜଣାପଡିଛି । ବିଦ୍ୟାଳୟ ଛୁଟି ହେବାରୁ ଗତ ୨୦ ଦିନ ହେଲା ସେ ଗାଁକୁ ଆସିଥିଲେ। ଶନିବାର ଘରେ ଥିବା ବେଳେ ହଠାତ୍‌ ସେ ଅଚେତ ହୋଇପଡିଥିଲେ। ପରିବାର ଲୋକେ ତୁରନ୍ତ ଝିଅକୁ ପ୍ରଥମେ ରାୟଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ସେଠାରେ ପରୀକ୍ଷା ପରେ ନାବାଳିକାଙ୍କ ରକ୍ତ କମ୍‌ ଥିବା ଜାଣି ଡାକ୍ତର ତୁରନ୍ତ ପାରଳାଖେମୁଣ୍ଡି ଜିଲାମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦେଇଥିଲେ। ଏଠାରେ ଡାକ୍ତର ବିଭିନ୍ନ ପରୀକ୍ଷା କରିବା ପରେ ଝିଅଟି ଗର୍ଭବତୀ ଥିବା ସହ ନିମୋନିଆରେ ପୀଡିତ ଥିବା ଜଣାପଡିଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ନାବାଳିକାଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା।…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri