ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା

କେନ୍ଦୁଝର,୧୫ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଡାକ୍ତରଖାନାରେ ଜଣେ ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଡାକ୍ତରଙ୍କ ଅବହେଳା ଯୋଗୁ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକାଙ୍କ ନାମ ସାହାରପଡ଼ା ବ୍ଲକ ଉଦୟପୁର ଗ୍ରାମର ରାଜକିଶୋର ପାତ୍ରଙ୍କ ସ୍ତ୍ରୀ ରିଙ୍କି ପାତ୍ର ବୋଲି ଜଣାପଡ଼ିଛି।

ପ୍ରକାଶ ଯେ, ଶୁକ୍ରବାର ବିଳମ୍ବିତ ରାତିରେ ରିଙ୍କିଙ୍କ ପ୍ରସବ ବେଦନା ହେବାରୁ ତାଙ୍କୁ ଉଦୟପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିବାର ଲୋକେ ନେଇଥିଲେ। ସେଠାରେ ଡାକ୍ତର ଦୀର୍ଘ ସମୟ ରଖିବା ପରେ ଅବସ୍ଥା ଗୁରୁତର ହେବାରୁ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଥିଲେ। କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ତାଙ୍କୁ ତୁରନ୍ତ ଓ୍ବାର୍ଡକୁ ନେବାରେ ବିଳମ୍ବ କରାଯାଇଥିଲା। ଫଳରେ ତାଙ୍କର ମୃତ୍ୟୁ ହୋଇଥିଲା ବୋଲି ତାଙ୍କ ସ୍ବାମୀ ରାଜକିଶୋର ପାତ୍ର ଅଭିଯୋଗ କରିଛନ୍ତି। ତେବେ ଉଦୟପୁର ଡାକ୍ତରଖାନାରେ ଚିକିତ୍ସାରେ ବିଳମ୍ବ କରାଯିବା ଏବଂ ଅବସ୍ଥା ସଂକଟାପନ୍ନ ହେବା ପରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ରେଫର କରାଯାଇଥିଲା। ଏଣୁ ତାଙ୍କର ମୃତ୍ୟୁ ହୋଇଥିବା ରିଙ୍କିଙ୍କ ମା’ ଭଗବତୀ ପାତ୍ର ଅଭିଯୋଗ କରିଛନ୍ତି। ଏହି ଘଟଣା ପରେ କିଛି ସମୟ ଧରି ଉତ୍ତେଜନା ଦେଖାଦେଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାଶୁଝା କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଏନେଇ ସିଡିଏମଓ ଡାକ୍ତର କେ.ସି.ପୃଷ୍ଟି କହିଛନ୍ତି, ଚିକିତ୍ସାରେ କୌଣସି ଅବହେଳା ହୋଇନାହିଁ। ଏନେଇ ସେ ଉଦୟପୁର ଡାକ୍ତରଙ୍କ ସହିତ କଥା ହୋଇଥିଲେ। ଶିଶୁର ପ୍ରସବ ହୋଇ ନ ପାରିବାରୁ ତାଙ୍କୁ କେନ୍ଦୁଝରକୁ ପଠାଇ ଦେଇଥିଲେ। ଏଠାରେ ପହଞ୍ଚିବା ବେଳକୁ ମୃତ୍ୟୁ ହୋଇଥିଲା। ଏଣୁ ଚିକିତ୍ସାରେ ଅବହେଳା ହୋଇନାହିଁ। ତେବେ ଘଟଣାର ତଦନ୍ତ ହେଲେ ଜଣାପଡ଼ିବ ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

କଂଗ୍ରେସର ନିର୍ବାଚନ ମଣ୍ଡଳୀସ୍ତରୀୟ କର୍ମୀ ସମ୍ମିଳନୀ: ପଞ୍ଚାୟତ ନିର୍ବାଚନ ପାଇଁ ବ୍ୟାପକ ରଣନୀତି

ଭବାନୀପାଟଣା,୩୧।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଭାରତ ପ୍ଲେସଠାରେ ଶୁକ୍ରବାର କଂଗ୍ରେସର ଏକ ନିର୍ବାଚନ ମଣ୍ଡଳୀ ସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ସଦର…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri