ଚିକିତ୍ସାଧୀନ ଅବସ୍ଥାରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ନବରଙ୍ଗପୁର,୧୦ା୨(ବି.ପ୍ର.): ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତି ପ୍ରାୟ ସାଢେ ୧୦ଟାରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଯାଇଛି। ସେ ହେଲେ କୋଷାଗୁମୁଡା ବ୍ଲକ ନାଗିଗୁଡା ଗାଁର ରାମଧର ଭତରା(୨୦)। ସୋମବାର ରାମଧରଙ୍କର ଅତ୍ୟଧିକ ଝାଡା ହେବାରୁ ଜେଲ କର୍ତ୍ତୃପକ୍ଷ ତାଙ୍କୁ ନବରଙ୍ଗପୁର ଜିଲା ସଦର ମହକୁମା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ରାତି ପ୍ରାୟ ସାଢେ ୧୦ଟାରେ ତାଙ୍କର ମୃତ୍ୟୁ ହୋଇଛି। ଏନେଇ ନବରଙ୍ଗପୁର ଥାନାରେ ୫/୨୧ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଭିଡିଓଗ୍ରାଫି କରାଯାଇ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ମାଜିଷ୍ଟ୍ରେଟ ଭାବେ ସହକାରୀ ଜିଲାପାଳ କମଳେଶ ମହନ୍ତ, ଅତିରିକ୍ତ ଏସ୍‌ପି ସି.ଏଚ.ହୃଦୟାନନ୍ଦ, ନବରଙ୍ଗପୁର ଥାନାଧିକାରୀ ତାରିକ ଅହମ୍ମଦ, ଜେଲ ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷ ପଟ୍ଟନାୟକ, ତହସିଲଦାର ରବୀନ୍ଦ୍ର ରାଉତ ପ୍ରମୁଖ ଉପସ୍ଥିତ ଥିଲେ। ଜେଲ ପକ୍ଷରୁ ସୁପରିଣ୍ଟେଣ୍ଡେଣ୍ଟ ୫ ହଜାର ଟଙ୍କା ଓ ଜିଲା ରେଡ୍‌କ୍ରସ୍‌ ପକ୍ଷରୁ ତହସିଲଦାର ୧୫ ହଜାର ଟଙ୍କା ମୃତକଙ୍କ ପରିବାର ଲୋକଙ୍କୁ ପ୍ରଦାନ କରିଛନ୍ତି। ପ୍ରକାଶ ଯେ, ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଜାନୁୟାରୀ ୨୨ରେ କୋଡିଙ୍ଗା ପୋଲିସ ରାମଧରଙ୍କୁ ଗିରଫକରି କୋର୍ଟ ଚାଲାଣ କରିଥିଲା। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ନବରଙ୍ଗପୁର ଉପକାରାଗାରକୁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri