ନବରଙ୍ଗପୁର,୧୦ା୨(ବି.ପ୍ର.): ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତି ପ୍ରାୟ ସାଢେ ୧୦ଟାରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଯାଇଛି। ସେ ହେଲେ କୋଷାଗୁମୁଡା ବ୍ଲକ ନାଗିଗୁଡା ଗାଁର ରାମଧର ଭତରା(୨୦)। ସୋମବାର ରାମଧରଙ୍କର ଅତ୍ୟଧିକ ଝାଡା ହେବାରୁ ଜେଲ କର୍ତ୍ତୃପକ୍ଷ ତାଙ୍କୁ ନବରଙ୍ଗପୁର ଜିଲା ସଦର ମହକୁମା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ରାତି ପ୍ରାୟ ସାଢେ ୧୦ଟାରେ ତାଙ୍କର ମୃତ୍ୟୁ ହୋଇଛି। ଏନେଇ ନବରଙ୍ଗପୁର ଥାନାରେ ୫/୨୧ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଭିଡିଓଗ୍ରାଫି କରାଯାଇ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ମାଜିଷ୍ଟ୍ରେଟ ଭାବେ ସହକାରୀ ଜିଲାପାଳ କମଳେଶ ମହନ୍ତ, ଅତିରିକ୍ତ ଏସ୍ପି ସି.ଏଚ.ହୃଦୟାନନ୍ଦ, ନବରଙ୍ଗପୁର ଥାନାଧିକାରୀ ତାରିକ ଅହମ୍ମଦ, ଜେଲ ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷ ପଟ୍ଟନାୟକ, ତହସିଲଦାର ରବୀନ୍ଦ୍ର ରାଉତ ପ୍ରମୁଖ ଉପସ୍ଥିତ ଥିଲେ। ଜେଲ ପକ୍ଷରୁ ସୁପରିଣ୍ଟେଣ୍ଡେଣ୍ଟ ୫ ହଜାର ଟଙ୍କା ଓ ଜିଲା ରେଡ୍କ୍ରସ୍ ପକ୍ଷରୁ ତହସିଲଦାର ୧୫ ହଜାର ଟଙ୍କା ମୃତକଙ୍କ ପରିବାର ଲୋକଙ୍କୁ ପ୍ରଦାନ କରିଛନ୍ତି। ପ୍ରକାଶ ଯେ, ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଜାନୁୟାରୀ ୨୨ରେ କୋଡିଙ୍ଗା ପୋଲିସ ରାମଧରଙ୍କୁ ଗିରଫକରି କୋର୍ଟ ଚାଲାଣ କରିଥିଲା। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ନବରଙ୍ଗପୁର ଉପକାରାଗାରକୁ ପଠାଯାଇଥିଲା।
Posted inଆମ ଜିଲା ଖବର, ନବରଙ୍ଗପୁର View All
ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା
କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…
ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ
ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…
ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର
ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…
ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ
ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…
ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ
ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…
ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ
ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…
ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ
ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…
ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…
ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…
Archives

