ଅଭିଯୁକ୍ତଙ୍କ ମୃତ୍ୟୁକୁ ନେଇ ଧାରଣା

କୋକସରା,୨୪।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଓଲମା ଗ୍ରାମରେ ହୋଇଥିବା ଶସସ୍ତ୍ର ଡକାୟତି ଘଟଣାରେ ସମ୍ପୃକ୍ତ ଥିବା ଗୁରୁତର ଅଭିଯୁକ୍ତ ଗମ୍ଭାରୀଗୁଡା ଗ୍ରାମର ରୂପେଶ ନାଏକଙ୍କୁ ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତର ବେଳେ ତାଙ୍କର ମୃତ୍ୟୁ ଘଟିଥିଲା। ଗୁରୁବାର ସକାଳେ ପରିବାର ଲୋକଙ୍କ ପକ୍ଷରୁ କୋକସରା ଥାନା ସମ୍ମୁଖରେ ଓଲମା ଗ୍ରାମର ଧନଞ୍ଜୟ ସାହୁଙ୍କ ପରିବାର ଲୋକଙ୍କୁ ଗିରଫ ଦାବିରେ ଧାରଣା ଦେଇଥିଲେ। ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇଛି। କାର୍ଯ୍ୟାନୁଷ୍ଠାନ ନିଆଯିବା ନେଇ ପ୍ରତିଶ୍ରୁତି ପରେ ମଧ୍ୟ ମୃତଦେହ ନେବାକୁ ରାଜି ହୋଇ ନ ଥିଲେ ପରିବାର ସଦସ୍ୟ। ଘଟଣାସ୍ଥଳରେ ଦୀର୍ଘ ସମୟ ଧରି ଉତ୍ତେଜନା ଲାଗି ରହିଥିଲା। ପୋଲିସ ଅଧିକାରୀ ବୁଝାଶୁଝା କରିବା ପରେ ମୃତଦେହ ନେଇ ଗାଁକୁ ଯାଇଥିଲେ ପରିବାର ଓ ଗ୍ରାମବାସୀ।

ମିଳିଥିବା ସୂଚନା ମୁତାବକ, ରବିବାର ଓଲମା ଗ୍ରାମରେ ଡକାୟତି ଘଟଣାରେ ସମ୍ପୃକ୍ତ ଥିବା ଗମ୍ଭାରୀଗୁଡା ଗାଁର ରୁପେଶ ନାଏକ ଫେରାର ହେବାକୁ ବାଡ଼ଡେଉଁଥିଲେ। ସେତିକିବେଳେ ଖସିପଡି ରୁପେଶଙ୍କ ଗୋଡ଼ ଭାଙ୍ଗି ଯାଇଥିଲା। ଫଳରେ ଗ୍ରାମବାସୀ ତାଙ୍କୁ କାବୁ କରି ପୋଲିସ ଜିମା ଦେଇଥିଲେ। ରୁପେଶଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ମେଡ଼ିକାଲ ନିଆଯାଉଥିଲେ। ହେଲେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତଦେହ ଆସିବା ପରେ ପରିବାର ଲୋକେ ଥାନା ସମ୍ମୁଖରେ ଧାରଣା ଦେଇଥିଲେ। ଘଟଣାସ୍ଥଳରେ ଧର୍ମଗଡ଼ ଏସ୍‌ଡିପିଓଙ୍କ ନେତୃତ୍ୱରେ କୋକସରା, ଆମପାଣି, କଲମପୁର ଥାନା ଅଧିକାରୀ, ଆଇଆରବି ପୋଲିସ ଫୋର୍ସ ମୁତୟନ ଥିଲେ। ଡକାୟତି ଘଟଣାରେ ବୁଧବାର ଅନ୍ୟ ୪ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ପୋଲିସର ତଦନ୍ତ ଜାରି ରହିଥିବା ନେଇ ଏସ୍‌ଡିପିଓ ଧିରଜ କୁମାର ଚୋପଦାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri