ଅଭିଯୁକ୍ତଙ୍କ ମୃତ୍ୟୁକୁ ନେଇ ଧାରଣା

କୋକସରା,୨୪।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଓଲମା ଗ୍ରାମରେ ହୋଇଥିବା ଶସସ୍ତ୍ର ଡକାୟତି ଘଟଣାରେ ସମ୍ପୃକ୍ତ ଥିବା ଗୁରୁତର ଅଭିଯୁକ୍ତ ଗମ୍ଭାରୀଗୁଡା ଗ୍ରାମର ରୂପେଶ ନାଏକଙ୍କୁ ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତର ବେଳେ ତାଙ୍କର ମୃତ୍ୟୁ ଘଟିଥିଲା। ଗୁରୁବାର ସକାଳେ ପରିବାର ଲୋକଙ୍କ ପକ୍ଷରୁ କୋକସରା ଥାନା ସମ୍ମୁଖରେ ଓଲମା ଗ୍ରାମର ଧନଞ୍ଜୟ ସାହୁଙ୍କ ପରିବାର ଲୋକଙ୍କୁ ଗିରଫ ଦାବିରେ ଧାରଣା ଦେଇଥିଲେ। ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇଛି। କାର୍ଯ୍ୟାନୁଷ୍ଠାନ ନିଆଯିବା ନେଇ ପ୍ରତିଶ୍ରୁତି ପରେ ମଧ୍ୟ ମୃତଦେହ ନେବାକୁ ରାଜି ହୋଇ ନ ଥିଲେ ପରିବାର ସଦସ୍ୟ। ଘଟଣାସ୍ଥଳରେ ଦୀର୍ଘ ସମୟ ଧରି ଉତ୍ତେଜନା ଲାଗି ରହିଥିଲା। ପୋଲିସ ଅଧିକାରୀ ବୁଝାଶୁଝା କରିବା ପରେ ମୃତଦେହ ନେଇ ଗାଁକୁ ଯାଇଥିଲେ ପରିବାର ଓ ଗ୍ରାମବାସୀ।

ମିଳିଥିବା ସୂଚନା ମୁତାବକ, ରବିବାର ଓଲମା ଗ୍ରାମରେ ଡକାୟତି ଘଟଣାରେ ସମ୍ପୃକ୍ତ ଥିବା ଗମ୍ଭାରୀଗୁଡା ଗାଁର ରୁପେଶ ନାଏକ ଫେରାର ହେବାକୁ ବାଡ଼ଡେଉଁଥିଲେ। ସେତିକିବେଳେ ଖସିପଡି ରୁପେଶଙ୍କ ଗୋଡ଼ ଭାଙ୍ଗି ଯାଇଥିଲା। ଫଳରେ ଗ୍ରାମବାସୀ ତାଙ୍କୁ କାବୁ କରି ପୋଲିସ ଜିମା ଦେଇଥିଲେ। ରୁପେଶଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ମେଡ଼ିକାଲ ନିଆଯାଉଥିଲେ। ହେଲେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତଦେହ ଆସିବା ପରେ ପରିବାର ଲୋକେ ଥାନା ସମ୍ମୁଖରେ ଧାରଣା ଦେଇଥିଲେ। ଘଟଣାସ୍ଥଳରେ ଧର୍ମଗଡ଼ ଏସ୍‌ଡିପିଓଙ୍କ ନେତୃତ୍ୱରେ କୋକସରା, ଆମପାଣି, କଲମପୁର ଥାନା ଅଧିକାରୀ, ଆଇଆରବି ପୋଲିସ ଫୋର୍ସ ମୁତୟନ ଥିଲେ। ଡକାୟତି ଘଟଣାରେ ବୁଧବାର ଅନ୍ୟ ୪ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ପୋଲିସର ତଦନ୍ତ ଜାରି ରହିଥିବା ନେଇ ଏସ୍‌ଡିପିଓ ଧିରଜ କୁମାର ଚୋପଦାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ମାଛ ଜାଲରେ ଫସିଲା ବିରାଟକାୟ ଅଜଗର

ବୀରମହାରାଜପୁର, ୧୦/୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ସଦେଇପୁର ଗାଁ ନିକଟସ୍ଥ ଏକ ପୋଖରୀରେ ମାଛ ଧରିବା ପାଇଁ…

ବିଦେଶୀ ମଦ ଦୋକାନ ବନ୍ଦ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ଘେରାଉ

ବୀରମହାରାଜପୁର, ୧୦/୯ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ନୁଆଁପଡ଼ାଠାରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ ଦାବିରେ ମହିଳାମାନେ…

ରାଜ୍ୟ ପାଇଁ ଖୁସି ଖବର: ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୮ ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ରାଜେଶ ମହାରଣା, ତାଙ୍କ ସମର୍ଥକ

ଛତ୍ରପୁର, ୧୦।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀର ଯୁବ ନେତା ରାଜେଶ ମହାରଣା ଓ ତାଙ୍କ ସମର୍ଥକମାନେ ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

ଓଲଟିଲା କୋଇଲା ବୋଝେଇ ଟ୍ରକ୍‌, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍‌

ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍‌ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର…

ସରକାରୀ କାର୍ଯ୍ୟକ୍ରମରେ ତାମିଲ ସଙ୍ଗୀତ ଗାନ ବାଧ୍ୟତାମୂଳକ; ତାମିଲନାଡୁ ବିଧାନସଭାରେ ପ୍ରସ୍ତାବ ଉପସ୍ଥାପିତ; ସମର୍ଥନ କଲେ DMK-AIADMK

ଚେନ୍ନାଇ,୧୦।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ଏହି ପ୍ରସ୍ତାବ ଅନୁଯାୟୀ, ରାଜ୍ୟ ସାରା ସରକାରୀ କାର୍ଯ୍ୟ ଆରମ୍ଭରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri