ଅଭିନେତା ପିଣ୍ଟୁ ନନ୍ଦଙ୍କ ପରଲୋକ

ଭୁବନେଶ୍ୱର,୨ା୩(ବ୍ୟୁରୋ): ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କ ବୁଧବାର ରାତି ୧୧ଟା୨୫ମିନିଟ୍‌ରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ତାଙ୍କୁ ୪୭ବର୍ଷ ହୋଇଥିଲା। ସେ କିଛିଦିନ ହେବ ଲିଭର୍‌ ସିରୋସିସ୍‌ ରୋଗରେ ପୀଡିତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପ୍ରଥମେ ଚିକିତ୍ସିତ ହେଉଥିଲେ। ଅଧିକ ଚିକିତ୍ସା ପାଇଁ ଡାକ୍ତର ତାଙ୍କୁ ଦିଲ୍ଲୀ ନେବାକୁ କହିଥିଲେ। ଗତ ୭ ତାରିଖରେ ତାଙ୍କୁ ଦିଲ୍ଲୀର ଆଇଏଲ୍‌ବିଏସ୍‌ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଗତ ୨୫ତାରିଖରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲକୁ ସ୍ଥାନାନ୍ତର କରଯାଇଥିଲା।

ପିଣ୍ଟୁଙ୍କର ଯକୃତ ପ୍ରତିରୋପଣ କରିବା ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ଏପରି କି ଏଥିପାଇଁ ୩୫ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଥିଲେ। ଯକୃତ ପ୍ରତିରୋପଣ ପୂର୍ବରୁ ବିଭିନ୍ନ ପରୀକ୍ଷା ମଧ୍ୟ କରାଯାଇଥିଲା। ହେଲେ ବୁଧବାର ସନ୍ଧ୍ୟାରେ ତାଙ୍କ ଅବସ୍ଥା ଗୁରୁତର ହୋଇଯାଇଥିଲା। ଡାକ୍ତରଙ୍କ ସମସ୍ତ ଚେଷ୍ଟା ବିଫଳ ହୋଇଛି। ପିଣ୍ଟୁଙ୍କ ମୃତ୍ୟୁ ହେବା ନେଇ ଅଭିନେତା ଶ୍ରୀତମ ଦାସ ଟୁଇଟ କରି ସୂଚନା ଦେଇଛନ୍ତି। ଗୁରୁବାର ସକାଳ ୬ଟା ରେ ତାଙ୍କ ପାର୍ଥିବ ଶରୀର ବିମାନ ଯୋଗେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ବ ବୋଲି ସୂଚନା ମିଳିଛି। ତାଙ୍କ ପରଲୋକ ଖବର ଜଣାପଡ଼ିବା ପରେ ଓଡ଼ିଆ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି।

ସୂଚନାଯୋଗ୍ୟ, ଅଭିନେତା ପିଣ୍ଟୁ ଓଲିଉଡର ଜଣେ ଲୋକପ୍ରିୟ କଳାକାର ଥିଲେ। ସେ ୧୯୭୭ ଜୁଲାଇ ୭ ରେ ଜଗତ୍‌ସିଂହପୁରଠାରେ ଜନ୍ମ ଗ୍ରହଣ କରିଥଲେ। ତାଙ୍କ ପିତାଙ୍କ ନାମ ଅଶୋକ କୁମାର ନନ୍ଦ ଓ ମାତାଙ୍କ ନାମ କାନ୍ତିଲତା । ସେମାନେ ଦୁଇ ଭାଇ ଓ ଗୋଟିଏ ଭଉଣୀ । ତାଙ୍କ ବଡ଼ ଭାଇ ଅଭିରାମ ନନ୍ଦ ଜଣେ ବଂଶୀବାଦକ। ପିଣ୍ଟୁ ଜଗତସିଂହପୁରର ଏସ. କେ. ଏକାଡେମୀରୁ ବିଦ୍ୟାଳୟ ଶିକ୍ଷା ଶେଷ କରିବା ପରେ ଦିଲ୍ଲୀରେ ଉଚ୍ଚଶିକ୍ଷା ଗ୍ରହଣ କରିଥିଲେ।

ସେ ପ୍ରଥମେ ଓଡ଼ିଆ ଦୂରଦର୍ଶନ ଜରିଆରେ ଅଭିନୟ ଆରମ୍ଭ କରିଥିଲେ। ଏହାପରେ ସେ ୧୯୯୬ରେ ଓଡ଼ିଆ ଚଳଚ୍ଚିତ୍ର ‘କୋଇଲି’ ଜରିଆରେ ଅଭିନୟ ଆରମ୍ଭ କରିଥିଲେ। ଏଥିସହ ସେ ଓଡ଼ିଆ ଆଲ୍‌ବମ୍‌ରେ ମଧ୍ୟ ଅଭିନୟ କରିଥିଲେ। ‘ଏ ଗଉରା କ’ଣ ଖାଉଚୁ’ ଆଲ୍‌ବମ୍‌ ପିଣ୍ଟୁଙ୍କୁ ସବୁଠୁ ଅଧିକ ଲୋକପ୍ରିୟ କରାଇଥିଲା। ପରେ ସେ ରାମ ଲକ୍ଷ୍ମଣ, ତୋ ଆଖି ମୋ ଆଇନା, ରଙ୍ଗ ନମ୍ବର, ବାହୁଡ଼ିବେ ମୋ ଜଗା ବଳିଆ, ଓଃ ମାଇଁ ଲଭ, ଆଇ ଲଭ ୟୁ, ଆଇ ଲଭ ମାଇଁ ଇଣ୍ଡିଆ, ପ୍ରେମ ରୋଗୀ, ଜୟ ଜଗନ୍ନାଥ, ନନ୍ଦିନୀ ଆଇ ଲଭ ୟୁ, ମିତରେ ମିତ, ମୁଁ କ’ଣ ଏତେ ଖରାପ, ସ୍ବୟଂସିଦ୍ଧା, ପହିଲି ରଜ, ପ୍ରେମ ଅଢ଼େଇ ଅକ୍ଷର, ଦୋସ୍ତି, ଶପଥ, ଗୁଡ୍‌ ବୟ, ଲଭ ମାଷ୍ଟର, ହରି ଓମ୍‌ ହରି, ଡାହା ବାଳୁଙ୍ଗା, ସୁନା ପିଲା ଟିକେ ସ୍କୃ ଢିଲା ଆଦି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ।

ପିଣ୍ଟୁ ଓଡ଼ିଆ ଧାରାବାହିକ ଶଙ୍ଖା ସିନ୍ଦୂରରେ ମଧ୍ୟ ଅଭିନୟ କରିଥିଲେ। ନିଜର ଅଭିନୟର ଯାଦୁରେ ଯିଏ ଦିନେ ସମସ୍ତଙ୍କୁ ହସାଉଥିଲେ, ସେ ଆଜି ସମସ୍ତଙ୍କୁ ଛାଡ଼ି ଚାଲି ଯାଇଛନ୍ତି। ଅନେକ ଫିଲ୍ମରେ ସେ ହାସ୍ୟ ଅଭିନେତା ଭାବେ ଅଭିନୟ କରିଛନ୍ତି। ପରେ ପରେ ତାଙ୍କୁ ଖଳ ନାୟକ ଚରିତ୍ରରେ ମଧ୍ୟ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

୩ ଜିଲା ଲକ୍ଷ୍ମୀ ବସ୍‌ ସେବାରେ ବାଧକ ସାଜିଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୦ା୪(ଅନିଲ ଦାସ): ଓଡ଼ିଶାର ଲକ୍ଷ୍ମୀ ବସ୍‌ ସେବା ଭାରତର ଏକନମ୍ବର ଗ୍ରାମୀଣ ଯୋଗାଯୋଗ କାର୍ଯ୍ୟକ୍ରମ, ଯାହା ରାଜ୍ୟର ୧୦୦% ଜିଲାକୁ ସଂଯୋଗ କରୁଛି। ଯେଉଁଥିରେ ବ୍ଲକ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri