ଅଭିନେତା ପିଣ୍ଟୁ ନନ୍ଦଙ୍କ ପରଲୋକ

ଭୁବନେଶ୍ୱର,୨ା୩(ବ୍ୟୁରୋ): ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କ ବୁଧବାର ରାତି ୧୧ଟା୨୫ମିନିଟ୍‌ରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ତାଙ୍କୁ ୪୭ବର୍ଷ ହୋଇଥିଲା। ସେ କିଛିଦିନ ହେବ ଲିଭର୍‌ ସିରୋସିସ୍‌ ରୋଗରେ ପୀଡିତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପ୍ରଥମେ ଚିକିତ୍ସିତ ହେଉଥିଲେ। ଅଧିକ ଚିକିତ୍ସା ପାଇଁ ଡାକ୍ତର ତାଙ୍କୁ ଦିଲ୍ଲୀ ନେବାକୁ କହିଥିଲେ। ଗତ ୭ ତାରିଖରେ ତାଙ୍କୁ ଦିଲ୍ଲୀର ଆଇଏଲ୍‌ବିଏସ୍‌ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଗତ ୨୫ତାରିଖରେ ହାଇଦ୍ରାବାଦର ଯଶୋଦା ହସ୍ପିଟାଲକୁ ସ୍ଥାନାନ୍ତର କରଯାଇଥିଲା।

ପିଣ୍ଟୁଙ୍କର ଯକୃତ ପ୍ରତିରୋପଣ କରିବା ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ଏପରି କି ଏଥିପାଇଁ ୩୫ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଥିଲେ। ଯକୃତ ପ୍ରତିରୋପଣ ପୂର୍ବରୁ ବିଭିନ୍ନ ପରୀକ୍ଷା ମଧ୍ୟ କରାଯାଇଥିଲା। ହେଲେ ବୁଧବାର ସନ୍ଧ୍ୟାରେ ତାଙ୍କ ଅବସ୍ଥା ଗୁରୁତର ହୋଇଯାଇଥିଲା। ଡାକ୍ତରଙ୍କ ସମସ୍ତ ଚେଷ୍ଟା ବିଫଳ ହୋଇଛି। ପିଣ୍ଟୁଙ୍କ ମୃତ୍ୟୁ ହେବା ନେଇ ଅଭିନେତା ଶ୍ରୀତମ ଦାସ ଟୁଇଟ କରି ସୂଚନା ଦେଇଛନ୍ତି। ଗୁରୁବାର ସକାଳ ୬ଟା ରେ ତାଙ୍କ ପାର୍ଥିବ ଶରୀର ବିମାନ ଯୋଗେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ବ ବୋଲି ସୂଚନା ମିଳିଛି। ତାଙ୍କ ପରଲୋକ ଖବର ଜଣାପଡ଼ିବା ପରେ ଓଡ଼ିଆ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି।

ସୂଚନାଯୋଗ୍ୟ, ଅଭିନେତା ପିଣ୍ଟୁ ଓଲିଉଡର ଜଣେ ଲୋକପ୍ରିୟ କଳାକାର ଥିଲେ। ସେ ୧୯୭୭ ଜୁଲାଇ ୭ ରେ ଜଗତ୍‌ସିଂହପୁରଠାରେ ଜନ୍ମ ଗ୍ରହଣ କରିଥଲେ। ତାଙ୍କ ପିତାଙ୍କ ନାମ ଅଶୋକ କୁମାର ନନ୍ଦ ଓ ମାତାଙ୍କ ନାମ କାନ୍ତିଲତା । ସେମାନେ ଦୁଇ ଭାଇ ଓ ଗୋଟିଏ ଭଉଣୀ । ତାଙ୍କ ବଡ଼ ଭାଇ ଅଭିରାମ ନନ୍ଦ ଜଣେ ବଂଶୀବାଦକ। ପିଣ୍ଟୁ ଜଗତସିଂହପୁରର ଏସ. କେ. ଏକାଡେମୀରୁ ବିଦ୍ୟାଳୟ ଶିକ୍ଷା ଶେଷ କରିବା ପରେ ଦିଲ୍ଲୀରେ ଉଚ୍ଚଶିକ୍ଷା ଗ୍ରହଣ କରିଥିଲେ।

ସେ ପ୍ରଥମେ ଓଡ଼ିଆ ଦୂରଦର୍ଶନ ଜରିଆରେ ଅଭିନୟ ଆରମ୍ଭ କରିଥିଲେ। ଏହାପରେ ସେ ୧୯୯୬ରେ ଓଡ଼ିଆ ଚଳଚ୍ଚିତ୍ର ‘କୋଇଲି’ ଜରିଆରେ ଅଭିନୟ ଆରମ୍ଭ କରିଥିଲେ। ଏଥିସହ ସେ ଓଡ଼ିଆ ଆଲ୍‌ବମ୍‌ରେ ମଧ୍ୟ ଅଭିନୟ କରିଥିଲେ। ‘ଏ ଗଉରା କ’ଣ ଖାଉଚୁ’ ଆଲ୍‌ବମ୍‌ ପିଣ୍ଟୁଙ୍କୁ ସବୁଠୁ ଅଧିକ ଲୋକପ୍ରିୟ କରାଇଥିଲା। ପରେ ସେ ରାମ ଲକ୍ଷ୍ମଣ, ତୋ ଆଖି ମୋ ଆଇନା, ରଙ୍ଗ ନମ୍ବର, ବାହୁଡ଼ିବେ ମୋ ଜଗା ବଳିଆ, ଓଃ ମାଇଁ ଲଭ, ଆଇ ଲଭ ୟୁ, ଆଇ ଲଭ ମାଇଁ ଇଣ୍ଡିଆ, ପ୍ରେମ ରୋଗୀ, ଜୟ ଜଗନ୍ନାଥ, ନନ୍ଦିନୀ ଆଇ ଲଭ ୟୁ, ମିତରେ ମିତ, ମୁଁ କ’ଣ ଏତେ ଖରାପ, ସ୍ବୟଂସିଦ୍ଧା, ପହିଲି ରଜ, ପ୍ରେମ ଅଢ଼େଇ ଅକ୍ଷର, ଦୋସ୍ତି, ଶପଥ, ଗୁଡ୍‌ ବୟ, ଲଭ ମାଷ୍ଟର, ହରି ଓମ୍‌ ହରି, ଡାହା ବାଳୁଙ୍ଗା, ସୁନା ପିଲା ଟିକେ ସ୍କୃ ଢିଲା ଆଦି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ।

ପିଣ୍ଟୁ ଓଡ଼ିଆ ଧାରାବାହିକ ଶଙ୍ଖା ସିନ୍ଦୂରରେ ମଧ୍ୟ ଅଭିନୟ କରିଥିଲେ। ନିଜର ଅଭିନୟର ଯାଦୁରେ ଯିଏ ଦିନେ ସମସ୍ତଙ୍କୁ ହସାଉଥିଲେ, ସେ ଆଜି ସମସ୍ତଙ୍କୁ ଛାଡ଼ି ଚାଲି ଯାଇଛନ୍ତି। ଅନେକ ଫିଲ୍ମରେ ସେ ହାସ୍ୟ ଅଭିନେତା ଭାବେ ଅଭିନୟ କରିଛନ୍ତି। ପରେ ପରେ ତାଙ୍କୁ ଖଳ ନାୟକ ଚରିତ୍ରରେ ମଧ୍ୟ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?