ଅଭିନେତା ରିତୁରାଜ ସିଂଙ୍କ ପରଲୋକ

ମୁମ୍ବାଇ,୨୦।୨: ଟେଲିଭିଜନରୁ ଓଟିଟି ପର୍ଯ୍ୟନ୍ତ ଅଭିନୟ କରି ଲୋକଙ୍କ ହୃଦୟକୁ ଜିତିଥିବା ଅଭିନେତା ରିତୁରାଜ ସିଂଙ୍କର ଦେହାନ୍ତ ହୋଇଛି। ସେ ୬୦ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବର୍ତ୍ତମାନର ଲୋକପ୍ରିୟ ଟେଲିଭିଜନ ଶୋ ଅନୁପମାରେ ରିତୁରାଜ ସିଂଙ୍କୁ ଦେଖିବାକୁ ମିଳିଥିଲା। ଅଭିନେତାଙ୍କର ହଠାତ୍‌ ପରଲୋକ ହେବାର ଖବର ଶୁଣିବା ପରେ ଟେଲିଭିଜନ ଇଣ୍ଡଷ୍ଟ୍ରିରେ ଶୋକର ଲହରୀ ଖେଳିଯାଇଛି।

ଏହି ଅଭିନେତା ଅନେକ ଲୋକପ୍ରିୟ ଟିଭି ଶୋ’ର ଏକ ଅଂଶ ଥିଲେ ଏବଂ ତାଙ୍କର ବଳିଷ୍ଠ ଅଭିନୟ ସହିତ ଲୋକଙ୍କ ହୃଦୟକୁ ଜିତି ଚାଲିଥିଲେ। ରିତୁରାଜ ସିଂଙ୍କ ହଠାତ୍‌ ଦେହାନ୍ତ ହେବାର ଖବର ଶୁଣି କେବଳ ଇଣ୍ଡଷ୍ଟ୍ରିର ଲୋକ ନୁହଁନ୍ତି ପ୍ରଶଂସକମାନେ ମଧ୍ୟ ଦୁଃଖିତ।
‘ଅପନୀ ବାତ’, ‘ଜ୍ୟୋତି’, ‘ହିଟଲର ଦିଦି’, ‘ଶପଥ’, ‘ଓ୍ବାରିୟର ହାଇ’, ‘ଆହଟ’ ଏବଂ ‘ଅଦାଲତ’, ‘ଦିୟା ଔର ବାତି ହମ’ ସମେତ ଅନେକ ଲୋକପ୍ରିୟ ଟିଭି ଶୋ’ରେ ରିତୁରାଜ ସିଂ ଅଂଶଗ୍ରହଣ କରିଛନ୍ତି। ସେ ଏହି ଶୋ’ରେ ବିଭିନ୍ନ ଚରିତ୍ରରେ ଅଭିନୟ କରିଛନ୍ତି। ଅଭିନେତା ବର୍ତ୍ତମାନ ପର୍ଯ୍ୟନ୍ତ ଅନେକ ହିନ୍ଦୀ ଚଳଚ୍ଚିତ୍ରରେ କାମ କରିଥିଲେ, ଯେଉଁଥିରେ ‘ରାଜନୀତି’, ‘ବଦ୍ରିନାଥ କି ଦୁଲହନିଆ’ ଇତ୍ୟାଦି ଚଳଚ୍ଚିତ୍ର ଅନ୍ତର୍ଭୁକ୍ତ।
ସୋସିଆଲ ମିଡିଆରେ ପ୍ରଶଂସକମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି
ପ୍ରଶଂସକଙ୍କ ସହ ଭେଟେରାନ ଟେଲିଭିଜନ ବ୍ୟକ୍ତିତ୍ୱ ସୋସିଆଲ ମିଡିଆରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି। ଜଣେ ୟୁଜର ଲେଖିଛନ୍ତି, ସୁଲଝେ ହୁଏ ଆକ୍ଟରକୋ ବହତ ହି ଜଲଦ ବୁଲା ଲିୟା। ଅନ୍ୟ ଜଣେ ଲେଖିଛନ୍ତି, ଅନୁପମାରେ ତାଙ୍କର ଅଭିନୟ ପ୍ରଶଂସନୀୟ। ମୁଁ କେବଳ ତାଙ୍କ କାରଣରୁ ଶୋ ଦେଖୁଥିଲି । ଏହା ଯିବାର ବୟସ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri