ଚିକିତ୍ସାଧୀନ ଶିଶୁର ମୃତ୍ୟୁ, ଉତ୍ତେଜନା

ପାରଳାଖେମୁଣ୍ଡି, ୭।୬ (ଡି.ଏନ୍‌.ଏ): ଗଜପତି ଜିଲା ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ଯାଜପୁର ଗ୍ରାମର ୧୧ ମାସର ଶିଶୁ ସଚିତ ସଇଁସାଙ୍କୁ ଗତ ଏପ୍ରିଲ ୭ରେ ଡାକ୍ତରଖାନାରେ ଏକ୍ସପାଏରି ଔଷଧ ଦିଆଯାଇଥିବା ଅଭିଯୋଗ ହୋଇଥିଲା। ଏଥିରେ ସେ ଗୁରୁତର ହୋଇପଡ଼ିଥିଲେ। ଗତ ମେ’ ୨୩ରେ ଏ ନେଇ ପାରଳାଖେମୁଣ୍ଡି ଥାନାରେ ମାମଲା ରୁଜୁ ହୋଇଥିଲା। ତେବେ ଚିକିତ୍ସଧୀନ ଅବସ୍ଥାରେ ସୋମବାର ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ସୂଚନା ପ୍ରକାରେ, ଗୋଷାଣୀ ବ୍ଲକ ଅନ୍ତର୍ଗତ ଯାଜପୁର ଗ୍ରାମର ଆଶାକର୍ମୀ ସମ୍ପୂର୍ଣ୍ଣା ପ୍ରଧାନ (୪୫) ଓ ଅଙ୍ଗନବାଡି ଦିଦି ସଂଯୁକ୍ତା ବିଶ୍ୱାଳ ସୁମିତା ସଇଁସାଙ୍କ ଶିଶୁପୁତ୍ର ସଚିତଙ୍କୁ ଏପ୍ରଲ ୭ ତାରିଖରେ ଆଇରନ ଓ ଫଲିକ ଏସିଡ ଆଇପି ବୋତଲରୁ ସିରପ ଖୁଆଇଥିଲେ । ଏହାପରେ ଶିଶୁପୁତ୍ରକୁ ନିଜ ଘରକୁ ନେଇଯାଇଥିଲେ ସୁମିତା । ଘରେ ପହଞ୍ଚିବା ପରେ ଶିଶୁପୁତ୍ରଟିର ସ୍ବାସ୍ଥ୍ୟ ଅବସ୍ଥା ଖରାପ ହୋଇଥିଲା। ସୁମିତା ଆଶା ଦିଦିଙ୍କୁ ଏ ସମ୍ପର୍କରେ ଅବଗତ କରାଇଥିଲେ। ଶିଶୁଟିକୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟ ପରେ ଆନ୍ଧ୍ରର ପୁରୁଣାପାଟଣା ଡାକ୍ତରଖାନାରେ ଚିକିତ୍ସା କରାଯାଇଥିଲା। ହେଲେ ସ୍ବାସ୍ଥ୍ୟ ଅବସ୍ଥା ଅବନତି ହେବାରୁ ଶ୍ରୀକାକୁଲମ ସ୍ଥିତ କିମ୍ସରେ ଚିକିତ୍ସା ପାଇଁ ନିଆଯାଇଥିଲା। ସେଠାରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ଶିଶୁକୁ କଟକ ଶିଶୁ ଭବନକୁ ସ୍ଥାନାନ୍ତରିତ କରାଯାଇଥିଲା। ଦୁଇମାସ ପରେ ଚିକିତ୍ସା ଅବସ୍ଥାରେ ସୋମବାର ଶିଶୁଟିର ମୃତ୍ୟୁ ହୋଇଥିଲା। ଏହା ପ୍ରଚାରିତ ହେବା ପରେ ଶିଶୁର ମୃତଦେହ ରଖି ଗ୍ରାମବାସୀ ରବିବାର ରାସ୍ତା ଅବରୋଧ କରିଥିଲେ। ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲା। ତହସିଲଦାର ନାରାୟଣ ବେହେରା ପହଞ୍ଚି ରେଡକ୍ରସ ପାଣ୍ଠିରୁ ୨୦,୦୦୦ ଟଙ୍କା ପ୍ରଦାନ କରିବା ସହ ଶିଶୁର ଚିକିତ୍ସା ପାଇଁ ଖର୍ଚ୍ଚ ହୋଇଥିବା ସମସ୍ତ ଖର୍ଚ୍ଚ ପ୍ରଶାସନ ତରଫରୁ ଦିଆଯିବା ସହ ଶିଶୁର ମା’ଙ୍କୁ ଚାକିରି ପ୍ରଦାନ କରାଯିବ ଏବଂ ଏହାର ସଠିକ ତଦନ୍ତ କରି ଦୋଷୀଙ୍କୁ ଦଣ୍ଡ ଦିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri