ଜେଲରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ମାଲକାନଗିରି,୧୧।୬(ଡି.ଏନ.ଏ.): ମାଲକାନଗିରି ଉପକାରାଗାରରେ ପୂର୍ବରୁ ଅନେକ ଅଘଟଣ ଘଟିଥିବା ବେଳେ ଶନିବାର ପୁଣି ଜଣେ ବିଚାରାଧୀନ ବନ୍ଦୀ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ କାଲିମେଳା ଥାନା ଅନ୍ତର୍ଗତ ଏମ୍‌ପିଭି ୩୩ ଗ୍ରାମର ବିଧାନ ମିର୍ଦ୍ଧା। ବିଧାନ ଦୀର୍ଘ ୪ ବର୍ଷ ହେବ ଏକ ହତ୍ୟା ମାମଲାରେ ଦ୍ବିତୀୟ ସ୍ତ୍ରୀଙ୍କ ସହିତ ବିଚାରାଧୀନ ବନ୍ଦୀ ଭାବେ ଉପକାରାଗାରରେ ଥିଲେ। ତେବେ ପରିବାର ଲୋକଙ୍କ କହିବା କଥା, ଶନିବାର ସକାଳୁ ଜେଲ ପକ୍ଷରୁ ଫୋନ୍‌କରି ବିଧାନଙ୍କ ଦେହ ଅସୁସ୍ଥ ଥିବା ଖବର ଦିଆଯାଇଥିଲା। ଶୀଘ୍ର ମାଲକାନଗିରି ହସ୍ପିଟାଲରେ ପହଞ୍ଚିବାକୁ ବାରମ୍ବାର ଫୋନକରି କୁହାଯାଇଥିଲା। ଜେଲ କର୍ତ୍ତୃପକ୍ଷଙ୍କ ଖବର ପାଇ ପରିବାର ଲୋକେ ହସ୍ପିଟାଲ ଆସି ଦେଖିଲା ବେଳକୁ ବିଧାନଙ୍କର ମୃତ୍ୟୁ ହୋଇସାରିଥିଲା। ଏହାକୁ ନେଇ ପରିବାରବର୍ଗ ଜେଲ କର୍ତ୍ତୃପକ୍ଷଙ୍କୁ ପଚାରିବାରୁ ବିଧାନ ଜେଲ ଭିତରେ ଜୀବନ ହାରି ଦେଇଥିବା କହିଥିଲେ। ଏହାକୁ ପରିବାରବର୍ଗ ଗ୍ରହଣ କରିପାରି ନ ଥିଲେ। ଜେଲ ଭିତରେ କେମିତି ଜଣେ କଏଦୀ ଜୀବନ ହାରିଲେ ବୋଲି ପ୍ରଶ୍ନ କରିଛନ୍ତି। ଏହା ଆତ୍ମହତ୍ୟା ନୁହେଁ ବରଂ ହତ୍ୟା କରାଯାଇଥିବା ପରିବାରବର୍ଗ ଅଭିଯୋଗକରି ଏହାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି। ଏହି ଘଟଣାକୁ ନେଇ ଜେଲ ସୁପରିଣ୍ଟେଣ୍ଡେଣ୍ଟ ସଞ୍ଜୟ ବର୍ମାଙ୍କୁ ପଚାରିବାରୁ ବିଧାନ ବିଚାରାଧୀବ ବନ୍ଦୀ ଭାବେ ଥିଲେ। ଶୁକ୍ରବାର ଭୋର ୪ଟାରେ ସେ ଉଠି ଗାଧୁଆଘର ଭିତରେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଛନ୍ତି। ଏହା ଜେଲ ଭିତରେ ଲାଗିଥିବା ସିସିଟିଭିରେ କଏଦ ହୋଇଥିବା କହିଛନ୍ତି। ଅପରପକ୍ଷେ ଜେଲ ଡିଆଇଜି ଗରିବ ସାହୁ ମାଲକାନଗିରି ଉପକାରାଗାର ଆସି ଏହି ଘଟଣାରେ ତଦନ୍ତ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri