ପ୍ରେମିକଙ୍କ ସହ ବୁଲିବାକୁ ଯାଇ ଅଙ୍ଗନଓ୍ବାଡି କର୍ମୀଙ୍କ ମୃତ୍ୟୁ, ବଳାତ୍କାର ପରେ ହତ୍ୟା ଅଭିଯୋଗ ଆଣିଲେ ମା’

ଗୋପାଳପୁର,୧୩ା୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ଅଟୋନଗର ଅଞ୍ଚଳରେ ଜଣେ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ବୈଶାଳୀ ପାଣ୍ଡେ (୨୬)। ତେବେ ତାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ତାଙ୍କ ମା’।
ସୂଚନା ଅନୁସାରେ, ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ବୀରଭଦ୍ରପୁର ଗ୍ରାମର ବୈଶାଳୀ ପାଣ୍ଡେଙ୍କ ସହିତ ରାୟଗଡ଼ା ଅଞ୍ଚଳର ସଙ୍କେତ ସେନାପତିଙ୍କ ଗତ ଦେଢ଼ ବର୍ଷ ତଳେ ଫେସ୍‌ବୁକ୍‌ରେ ବନ୍ଧୁତା ଆରମ୍ଭ ହୋଇଥିଲା। ପରେ ଉଭୟଙ୍କ ମଧ୍ୟରେ ପ୍ରେମସମ୍ପର୍କ ଗଢ଼ିଉଠିଥିଲା। ବୈଶାଳୀ ଅଙ୍ଗନଓ୍ବାଡ଼ି କର୍ମୀ ଥିବା ବେଳେ ସଙ୍କେତ କଟକସ୍ଥିତ ଜେକେ ଟାୟାର କମ୍ପାନୀରେ ଏରିଆ ମ୍ୟାନେଜର ରୂପେ କାର୍ଯ୍ୟ କରୁଥିଲେ। ଶୁକ୍ରବାର ଅପରାହ୍ନରେ ବୈଶାଳୀ ଟ୍ରେନ୍‌ ଯୋଗେ ବ୍ରହ୍ମପୁର ଆସିଥିଲେ। ପରେ ଅଟୋନଗରରେ ଥିବା ହୋଟେଲ ‘ନିର୍ମଳା ପ୍ଲାଜା’ର ରୁମ୍‌ ନଂ ୨୦୫ରେ ସେ ଓ ସଙ୍କେତ ରହିଥିଲେ। ସନ୍ଧ୍ୟାରେ ଉଭୟ ଗୋପାଳପୁର ବେଳାଭୂମି ବୁଲିବାକୁ ଯାଇଥିଲେ। ସେଠାରେ ଅସୁସ୍ଥ ଅନୁଭବ କରିବାରୁ ହୋଟେଲକୁ ଫେରିଆସିଥିଲେ। ରାତି ପ୍ରାୟ ସାଢ଼େ ୧୦ଟା ସମୟରେ ବୈଶାଳୀ ଅଚେତ ହୋଇ ଗୁରୁତର ହୋଇପଡ଼ିଥିଲେ। ସଙ୍କେତ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ବୈଶାଳୀଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ଶୁକ୍ରବାର ସଙ୍କେତ ଜନ୍ମଦିନ ପାଳନ ପାଇଁ ଭୁବନେଶ୍ୱର ଯାଉଥିବା ନେଇ ବୈଶାଳୀ ତାଙ୍କ ମା’ଙ୍କୁ ଜଣାଇଥିଲେ। ଶନିବାର ବୈଶାଳୀଙ୍କ ମା’ ତାଙ୍କ ଝିଅକୁ ବଳାତ୍କାର କରି ହତ୍ୟା କରିଥିବା ନେଇ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ କେସ୍‌ ନଂ ୨୩/୨୪ ଅନୁଯାୟୀ ବଳାତ୍କାର ଓ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଥାନାଧିକାରୀ ବିବେକାନନ୍ଦ ମହନ୍ତ, ଏସ୍‌ଆଇ ଜ୍ଞାନରଞ୍ଜନ ସାହୁ ଓ ସାଇଣ୍ଟିଫିକ୍‌ ଟିମ୍‌ ହୋଟେଲ ରୁମ୍‌ରେ ପହଞ୍ଚି ନମୁନା ସଂଗ୍ରହ କରିବା ସହ କିଛି ଔଷଧ ଓ ଜୋତା ଜବତ କରିଛନ୍ତି। ମୃତଦେହ ବ୍ୟବଚ୍ଛେଦ ପରେ ପୋଲିସ ତାଙ୍କ ପରିବାରକୁ ହସ୍ତାନ୍ତର କରିଛି। ପ୍ରେମିକ ସଙ୍କେତଙ୍କୁ ବ୍ରହ୍ମପୁର ଏସପି ଥାନାରେ ପହଞ୍ଚି ପଚରାଉଚରା କରୁଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ପ୍ରକୃତ କାରଣ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଚାଷୀ ଆଣିଲେ ବଡ଼ ଅଭିଯୋଗ

ବଞ୍ଚୋ,୧୭ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର କ୍ଷୁଦ୍ରଜଳସେଚନ ଅଧୀନ ପାଇକଚାଟ୍ରା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନେଇ ଗୁରୁତର ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ପାଣି ପଞ୍ଚାୟତ ଗଠନରେ ଅଣଚାଷୀମାନଙ୍କୁ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri