ବଳଙ୍ଗା ପୀଡିତାଙ୍କ ମୃତ୍ୟୁ: କଂଗ୍ରେସର କଡ଼ା ଚେତାବନୀ, ଓଡ଼ିଶାରେ ହେବ ସବୁଠୁ ବଡ଼ ଆନ୍ଦୋଳନ

ଭୁବନେଶ୍ୱର,୨।୮: ଦୀର୍ଘଦିନର ମୃତ୍ୟୁ ସହ ସଂଘର୍ଷ ପରେ ଆଖି ବୁଜିଛନ୍ତି ବଳଙ୍ଗା ପୀଡିତା। ପୀଡିତାଙ୍କ ମୃତ୍ୟୁ ଘଟଣାରେ ବର୍ତ୍ତମାନ ରାଜନୀତି ଉଷ୍ମ ହେବାରେ ଲାଗିଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଶୋକବ୍ୟକ୍ତ କରିଥିବାବେଳେ ବଳଙ୍ଗା ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସର ବିଫଳତାକୁ ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତ ଚରଣ ଦାସ ରାଜ୍ୟ ସରକାର ଓ ପୋଲିସ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି ଯେ, ଯଦି ଆଗାମୀ ୭ ଦିନ ଭିତରେ ପୀଡ଼ିତାଙ୍କୁ ନ୍ୟାୟ ନ ମିଳେ ଏବଂ ଅପରାଧୀଙ୍କୁ ଗିରଫ ନ କରାଯାଏ ତେବେ କଂଗ୍ରେସ କର୍ମୀମାନେ ଡିଜିପି ଅଫିସ ଘେରାଉ କରିବେ।

ଭକ୍ତ ଅଭିଯୋଗ କରିଛନ୍ତି ଯେ, ରାଜ୍ୟ ସରକାର ପୋଲିସ ବିଭାଗକୁ ଦୁର୍ବଳ କରିଛନ୍ତି, ଯାହା ଫଳରେ ବଳଙ୍ଗା ଘଟଣା ଭଳି ଜଘନ୍ୟ ଅପରାଧରେ ସମ୍ପୃକ୍ତ ଅପରାଧୀଙ୍କୁ ଗିରଫ କରିବାରେ ପୁଲିସ ବିଫଳ ହେଉଛି। ସେ କହିଛନ୍ତି, ପୋଲିସ ଯଦି ଏତେ ଦୁର୍ବଳ ଯେ ବଳଙ୍ଗା ଅପରାଧୀଙ୍କୁ ଗିରଫ କରିପାରୁନାହିଁ, ତେବେ ଆମେ ପ୍ରଶାସନକୁ ଏହାର ଜବାବଦେହି କରିବୁ। ଆମେ ପୀଡ଼ିତାଙ୍କ ପାଇଁ ନ୍ୟାୟ ଦାବି କରୁଛୁ ଏବଂ ୭ ଦିନ ଭିତରେ ଅପରାଧୀଙ୍କୁ ଗିରଫ ନ କଲେ କଂଗ୍ରେସ ଡିଜିପି ଅଫିସ ଘେରାଉ କରିବ।

ଆଖି ବୁଜିଲେ ବଳଙ୍ଗା ପୀଡିତା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା!


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri