Posted inଜାତୀୟ

କରୋନାରେ ଆକ୍ରାନ୍ତ ହୋଇ ଭାଜପା ଏମ୍‌ପି ନନ୍ଦକୁମାରଙ୍କ ପରଲୋକ

ଭୋପାଳ,୨।୩: ମଧ୍ୟପ୍ରଦେଶର ଖଣ୍ଡଓ୍ବାର ଭାଜପା ଏମ୍‌ପି ନନ୍ଦକୁମାର ସିଂ ଚୌହ୍ବାନଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା।୧ ୧ ଜାନୁୟାରୀରେ ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିବା ପରେ ଭୋପାଳ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ। ତେବେ ଅବସ୍ଥା ସଙ୍କଟ ଜନକ ହେବାରୁ ତାଙ୍କୁ ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଶୋକ ପ୍ରକାଶ କରିଛନ୍ତି। ୧୯୫୨ ସେପ୍ଟେମ୍ବର ୮ରେ ନନ୍ଦକୁମାରଙ୍କ ଜନ୍ମ ଖଣ୍ଡଓ୍ବା ଜିଲାର ଶାହପୁରଠାରେ ହୋଇଥିଲା। ଶାହପୁର ନଗର ପରିଷଦ ଅଧ୍ୟକ୍ଷ ଭାବେ ସେ ନିଜର ରାଜନୈତିକ ଜୀବନ ଆରମ୍ଭ କରିଥିଲେ। ୧୯୭୮-୮୦ ଏବଂ ୧୯୮୩-୮୭ ପର୍ଯ୍ୟନ୍ତ ସେ ଶାହପୁର ନଗର ଅଧ୍ୟକ୍ଷ ଭାବ ସଫଳତାର ସହିତ ଦାୟିତ୍ୱ ନିର୍ବାହ କରିଥିଲେ। ୧୯୯୬ରେ ସେ ପ୍ରଥମ ଥର ପାଇଁ ଖଣ୍ଡଓ୍ବା ଲୋକ ସଭା ଆସନରୁ ବିଜୟୀ ହୋଇଥିଲେ। ଏହାପରେ ୧୯୯୮ରେ ଦ୍ୱିତୀୟ ଥରପାଇଁ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ସେ ଷଷ୍ଠଥର ପାଇଁ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri