Posted inଖେଳ

ଫୁଲଟସ୍‌ ବଲ୍‌ରେ ଛକା ମାରି ଟଳିପଡ଼ିଲେ…କ୍ରିକେଟ ମଇଦାନରେ ଖେଳାଳିଙ୍କ ଦୁଃଖଦ ମୃତ୍ୟୁ

ମୁମ୍ବାଇ,୩୦।୧୨: ମହାରାଷ୍ଟ୍ରର ଜଲନା ସହରରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଏଠାରେ ଖ୍ରୀଷ୍ଟମାସ ଅବସରରେ ‘ଫ୍ରେସର ବଏଜ’ ଗ୍ରାଉଣ୍ଡରେ ଏକ କ୍ରିକେଟ ଟୁର୍ନାମେଣ୍ଟର ଆୟୋଜନ କରାଯାଇଥିଲା। ଖେଳ ସମୟରେ ଜଣେ କ୍ରିକେଟର ଛକା ମାରିବା ମାତ୍ରେ ସେ ହଠାତ୍‌ ତଳେ ପଡ଼ିଯାଇ ପ୍ରାଣ ହରାଇ ଥିଲେ। ଏହି ଘଟଣାର ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଂଚି ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି। ଏଯାବତ ଯୁବକଙ୍କ ମୃତ୍ୟୁର କାରଣ ଜଣାପଡ଼ି ନାହିଁ।
ମୃତ କ୍ରିକେଟର ନାଲାସୋପାରା ନିବାସୀ ବିଜୟ ପଟେଲ ବୋଲି ଜଣାପଡିଛି। କୁହାଯାଉଛି ଯେ ଫ୍ରେଜର ବଏସ ଗ୍ରାଉଣ୍ଡରେ ଆୟୋଜିତ କ୍ରିକେଟ ପ୍ରତିଯୋଗିତାରେ ୩୨ ବର୍ଷୀୟ ବିଜୟ ମଧ୍ୟ ଭାଗ ନେଇଥିଲେ। ଘଟଣା ସମୟରେ ସେ ବ୍ୟାଟିଂ କରୁଥିଲେ। ଏହି ସମୟରେ ଯେତେବେଳେ ଫୁଲ୍‌ ଟସ ବଲ ଆସିଥିଲା। କ୍ରିକେଟର ବିଜୟ ମଧ୍ୟ ଏହାକୁ ସମାନ ଢ଼ଙ୍ଗରେ ଖେଳିଥିଲେ। ହେଲେ ବଲ୍‌ ଛକା ପାଇ ଯାଇଥିବା ବେଳେ ହଠାତ ବିଜୟ ତଳେ ପଡ଼ିଯାଇଥିଲେ। ତାଙ୍କୁ ପଡ଼ୁଥିବା ଦେଖି ଅନ୍ୟ ଖେଳାଳିମାନେ ଦୌଡ଼ି ଆସି ତାଙ୍କୁ ଡାକ୍ତରଖାନା ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଏହି ଘଟଣାର ଖବର ପାଇବା ମାତ୍ରେ କ୍ରିକେଟ ପ୍ରେମୀଙ୍କ ମଧ୍ୟରେ ଦୁଃଖର ବାତାବରଣ ଖେଳିଯାଇଛି। ଏନେଇ ସୋସିଆଲ ମିଡିଆରେ ଭିଡିଓ ଏବଂ ଫଟୋ ମଧ୍ୟ ଭାଇରାଲ ହେବାରେ ଲାଗିଛି। ସୂଚନା ପାଇବା ପରେ ପୋଲିସ ଡାକ୍ତରଖାନାରେ ପହଞ୍ଚି ବିଜୟ ପଟେଲଙ୍କ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଇଛି। ଏଥିସହ ପୋଲିସ ଘଟଣାର ତଦନ୍ତ କରୁଛି। ଏହା ହୃଦ୍‌ଘାତର ମାମଲା ହୋଇଥାଇପାରେ, ତଥାପି ପୋଷ୍ଟମର୍ଟମ ପରେ ପ୍ରକୃତ କଥା ଜଣାପଡିବ ବୋଲି ପୋଲିସ କହିଛି। ତେବେ କ୍ରିକେଟରଙ୍କ  ଏଭଳି ମୃତ୍ୟୁ କ୍ରିକେଟ ପ୍ରେମୀଙ୍କୁ ତଥା ଘଟଣାସ୍ଥଳରେ ଉପସ୍ଥିତ ଥିବା ସମସ୍ତ ଯୁବକଙ୍କୁ ଚକିତ କରିଛି।

Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri