ଘରକୁ ଫେରୁଥିଲେ, ବସ୍‌ଷ୍ଟାଣ୍ଡରେ ଚାଲିଗଲା ଦାଦନ ଶ୍ରମିକଙ୍କ ଜୀବନ

କୋକସରା:୨୩।୯(ଡି.ଏନ୍‌.ଏ.): ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିଲେ ସ୍ବାମୀ, ସ୍ତ୍ରୀ। ଶୁକ୍ରବାର ଘରକୁ ଫେରିବା ବେଳେ ବସ୍‌ରୁ ଓହ୍ଲାଇବା ପରେ ହଠାତ୍‌ ସ୍ବାମୀଙ୍କ ମୃତ୍ୟୁ ଘଟିଛି। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୋକସରା ବ୍ଲକ ଆମପାଣି ବସ୍‌ଷ୍ଟାଣ୍ଡରେ।
ମିଳିଥିବା ସୂଚନା ମୁତାବକ, ଜୁନାଗଡ଼ ଥାନା ଦାସିଗାଁ ତାଳପଦର ଗାଁର ଜଳଧର ନିଆଲ (୫୫) ଏବଂ ତାଙ୍କର ସ୍ତ୍ରୀ ସୁଶିଳା ନିଆଲ ଦେଢ଼ ମାସ ତଳେ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିଲେ। ଶୁକ୍ରବାର ଏକ ଘରୋଇ ବସ୍‌ ଯୋଗେ ଘରକୁ ଫେରୁଥିଲେ । ହେଲେ ବସ୍‌ଟି ସିନାପାଲି ଯାଉଥିବା ବେଳେ ଆମପାଣି ବସ୍‌ଷ୍ଟାଣ୍ଡରେ ସେମାନେ ଓହ୍ଲାଇଥିଲେ। ଏହାର କିଛି ସମୟ ପରେ ଜଳଧର ଅସୁସ୍ଥ ହୋଇପଡ଼ିବାରୁ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷେ କିଛି ଦିନ ହେବ ଜଳଧରଙ୍କୁ ଜ୍ୱର ହେଉଥିବା ନେଇ ସ୍ତ୍ରୀ ସୁଶିଳା କହିଛନ୍ତି। ତେବେ ମୃତଦେହ ବସଷ୍ଟାଣ୍ଡରେ ଦୀର୍ଘ ସମୟ ଧରି ପଡ଼ିରହିବା ପରେ ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ଆମପାଣି ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରିଥିଲା। ଏନେଇ ଆମପାଣି ଥାନା ପୋଲିସ ଏକ ମାମଲା(ନଂ. ୬/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ଥାନା ଏଏସ୍‌ଆଇ ଅକ୍ଷୟ ଜାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?