ବଡ଼ମ୍ବା ବନ ବିଭାଗ ହେପାଜତରେ ଧନେଶ୍ୱରଙ୍କ ମୃତ୍ୟୁ ଘଟଣା: କଟକ ଜିଲାପାଳ, ପିସିସିଏଫ୍‌ଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୩୧।୩(ବ୍ୟୁରୋ): କଟକ ଜିଲା ବଡ଼ମ୍ବା ବନ ବିଭାଗ ହେପାଜତରେ ସ୍ଥାନୀୟ ଅଞ୍ଚଳର ଧନେଶ୍ୱର ବେହେରା (୫୯)ଙ୍କ ମୃତ୍ୟୁ ଘଟଣାକୁ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଗୁରୁତ୍ୱର ସହ ନେଇଛନ୍ତି। ଏହି ଘଟଣାରେ କମିଶନ କଟକ ଜିଲାପାଳ ଏବଂ ପିସିସିଏଫ୍‌ (ପ୍ରଧାନ ମୁଖ୍ୟ ବନ ସଂରକ୍ଷକ)ଙ୍କୁ ଶୁକ୍ରବାର ରିପୋର୍ଟ ତଲବ କରିଛନ୍ତି। ଘଟଣାର ତଦନ୍ତ କରି ୪ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ବଡ଼ମ୍ବା ଥାନା ଅନ୍ତର୍ଗତ ସାତଗୋଛିଆ ଗ୍ରାମର ଧନେଶ୍ୱରଙ୍କ ସମେତ ଅନ୍ୟ ୩ଜଣଙ୍କୁ ଫେବୃୟାରୀ ୫ରେ ବନ ବିଭାଗ କର୍ମଚାରୀମାନେ ଉଠାଇ ନେଇଥିଲେ। ବଡ଼ମ୍ବା ବନାଞ୍ଚଳ ଅନ୍ତର୍ଗତ ହିତିଣ୍ଡା ସଂରକ୍ଷିତ ଜଙ୍ଗଲରେ ସେମାନେ ହାତୀ ଶିକାର କରିଥିବା ଅଭିଯୋଗରେ ସମସ୍ତଙ୍କୁ ପଚରାଉଚରା କରାଯାଇଥିଲା। ସମସ୍ତଙ୍କୁ ବନ କର୍ମଚାରୀମାନେ ନିସ୍ତୁକ ମାଡ଼ ମାରିଥିଲେ। ପରେ ବନବିଭାଗ ହେପାଜତରେ ଥିବା ସମୟରେ ଧନେଶ୍ୱରଙ୍କ ମୃତ୍ୟୁ ଘଟିଥିଲା। ଧନେଶ୍ୱରଙ୍କୁ ବନ କର୍ମଚାରୀମାନେ ପିଟି ହତ୍ୟା କରିଥିବା ସ୍ତ୍ରୀ ତୁଳସୀ ବେହେରା ବଡ଼ମ୍ବା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ.୨୫/୨୦୨୩) ରୁଜୁ କରି ବଡ଼ମ୍ବା ରେଞ୍ଜରଙ୍କ ସମେତ ୬ଜଣ ବନ କର୍ମଚାରୀଙ୍କୁ ଗିରଫ କରିଥିଲା। ଏନେଇ ଏନ୍‌ଏଚ୍‌ଆର୍‌ସିଙ୍କ ନିକଟରେ ମାନବାଧିକାର କର୍ମୀ ଅଖଣ୍ଡ ଅଭିଯୋଗ କରିଥିଲେ। ସମ୍ପୃକ୍ତ ବନ କର୍ମଚାରୀ ଏବଂ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସହ ଧନେଶ୍ୱରଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ରାଶି ଦେବାକୁ ଅଖଣ୍ଡ କମିଶନଙ୍କୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri