ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷାଙ୍କ ପରଲୋକ

ଦିଗପହଣ୍ଡି,୧୨ା୬(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷା ସୁନୀତା କୁମାରୀ ସେଠୀଙ୍କ ରବିବାର ଅପରାହ୍ନରେ ୨୭ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଥାଲାସେମିଆ (ରକ୍ତ ଶିକୁଳି) ରୋଗରେ ପୀଡିତ ଥିଲେ। ଶୁକ୍ରବାର ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁରସ୍ଥିତ ଏକ ଘରୋଇ କ୍ଳିନିକରେ ଭର୍ତ୍ତି ହୋଇଥିଲେ। ସୁସ୍ଥତା ଅନୁଭବ କରିବାରୁ ଘରକୁ ଫେରି ଆସିଥିଲେ। ରବିବାର ଅପରାହ୍ନରେ ପୁଣି ଗୁରୁତର ହେବାରୁ ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାମୀ କୃଷ୍ଣଚନ୍ଦ୍ର ସେଠୀ ଭର୍ତ୍ତି କରାଇଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦିଗପହଣ୍ଡି ବିଡିଓ ଡ. ଚିତ୍ତରଞ୍ଜନ ଦାସ, ପୂର୍ବତନ ବ୍ଳକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ, ପୂର୍ବତନ ସରପଞ୍ଚ କେ. ହରିବନ୍ଧୁ ରେଡ୍ଡୀ, ପୂର୍ବତନ ବ୍ଳକ ବିଜେଡି ସଭାପତି ଉଦୟନାଥ ସ୍ବାଇଁ, ପୂର୍ବତନ ନଗର ବିଜେଡି ସଭାପତି ପ୍ରମୋଦ କୁମାର ପାଣିଗ୍ରାହୀ, ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, କାଉନସିଲର ଦୀପକ କୁମାର ମିଶ୍ର, ବିଧାୟକ ପ୍ରତିନିଧି ବିଭୂତି ଭୂଷଣ ମହାପାତ୍ର ପ୍ରମୁଖ ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି। ରାତି ପ୍ରାୟ ୮ଟାରେ ତାଙ୍କ ମରଶରୀରକୁ ଏକ ଶୋଭାଯାତ୍ରାରେ ଦିଗପହଣ୍ଡି ବସଷ୍ଟାଣ୍ଡ ନିକଟ ଦଳୀୟ କାର୍ଯ୍ୟାଳୟ ଏବଂ ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟକୁ ଅଣାଯାଇଥିଲା। ସେଠାରେ ବହୁ ସଂଖ୍ୟକ ଦଳୀୟ ନେତୃବୃନ୍ଦ, କର୍ମୀ, ସରକାରୀ ପଦାଧିକାରୀ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ଗୋକର୍ଣ୍ଣପୁର ଗ୍ରାମ ଶ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri