ଡ୍ରଗ୍ସ ମାଫିଆ ସୋମନାଥଙ୍କ ମୃତ୍ୟୁ

ଖୋର୍ଦ୍ଧାଅଫିସ,୧୦।୬ : ଡ୍ରଗ୍ସ ମାଫିଆ ସୋମନାଥ ଭୁଜବଳଙ୍କର ଚିକିତ୍ସାଧିନ ଅବସ୍ଥାରେ ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ପରିବାର ପରେ ପୋଲିସ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହି ଘଟଣାରେ ଅନ୍ୟ ଜଣେ କୁଖ୍ୟାତ ଡ୍ରଗ୍ସ ମାଫିଆଙ୍କ ସଂପୃକ୍ତି ନେଇ ସୋମନାଥଙ୍କ ପରିବାର ଅଭିଯୋଗ ଆଣିଛନ୍ତି। ପୋଲିସ ଅଭିଯୋଗ କ୍ରମେ ହତ୍ୟା ମାମଲା ରୁଜୁ କରି ତନାଘନା ଚଳାଇଛି। ଏକାଧିକଙ୍କୁ ପୋଲିସ ଅଟକ ରଖି ପଚରାଉଚରା ଜାରି ରଖିଛି। ଗତ ୭ ତାରିଖ ରାତିରେ ସାମନ୍ତରାପୁର ଠେଙ୍ଗାହାଟ ଛକରେ ଏକାକି ଠିଆ ହୋଇଥିବା ବେଳେ ଏକ ପିକଅପ୍‌ ଭ୍ୟାନରେ କିଛି ଦୁର୍ବୃତ୍ତ ଆସି ଅତର୍କିତ ଭାବେ ସୋମନାଥଙ୍କୁ ଗୁଳିମାଡ କରିଥିଲେ। ଗୁଳି ତାଙ୍କ ହାତ, ଛାତି ଓ ପିଠିରେ ବାଜିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଶୁକ୍ରବାର ରାତିରେ ମୃତ୍ୟୁ ଘଟିଛି। ତେବେ ଖୁବଶୀଘ୍ର ଘଟଣାର ପର୍ଦ୍ଦାଫାଶ କରାଯିବ ବୋଲି ଏସପି ସିଦ୍ଧାର୍ଥ କାଟ୍ଟାରିଆ କୁହିଛନ୍ତି। ଅଭିଯୁକ୍ତଙ୍କୁ ଗିରଫ ଲାଗି ପୋଲିସ ଚାରିପଟେ ଜାଲ ବିତାଇଥିବା ଜଣାପଡିଛି। ସେପଟେ ଅଭିଯୋଗ ପରେ ପୂର୍ବରୁ ଜେଲ ଯାଇ ଜାମିନରେ ଥିବା ସହରର ଅନ୍ୟତମ ଡ୍ରଗ୍ସ ମାଫିଆ ଫେରାର ହୋଇଯାଇଛି।

ପ୍ରକାଶ ଗତ ୨୦୧୪-୧୫ରେ ନିଶା କାରବାରରୁ ରାତାରାତି ବ୍ରାଉନସୁଗାର ମାଫିଆ ପାଲଟି ଯାଇଥିଲେ। ୨୦୧୯ରେ କମିଶନରେଟ ପୋଲିସ, ୨୦୨୦ରେ ପୁରୀ ବାସେଳୀ ସାହି ପୋଲିସ ସୋମନାଥ ଓ ବାପା କୃଷ୍ଣଚନ୍ଦ୍ରଙ୍କ ମୁଖ୍ୟ ବ୍ରାଉନସୁଗାର କାରବାରରେ ଗିରଫ ପରେ ଜେଲରେ ଥିଲେ। ୨୦୨୧ନଭେମ୍ବରରେ ବେଆଇନ ଭାବେ ନିଶା କାରବାରରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଗଚ୍ଛିତ ନେଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଜବତ କରିଥିଲା। ତାଙ୍କ ନାଁରେ ବିଭିନ୍ନ ଥାନାରେ ୧୮ରୁ ଉଦ୍ଧର୍‌ବ ମାମଲା ରହିଛି। ନିକଟରେ ସେ ଜେଲରୁ ଜାମିନରୁ ଆସିବା ପରେ ମାଛ ବେପାର କରୁଥିଲେ। ପୂର୍ବ ଶତ୍ରୁତାରୁ ଗୁଳିକାଣ୍ଡ ଘଟିଥିବା ନେଇ ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ନୋଟ୍‌ ଦେଇ କିଣୁଥିଲେ ବାଇକ୍, ଧରିଲା ବରଗଡ଼ ପୋଲିସ

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଜାଲ ନୋଟ୍ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ସୂଚନୀ ଅନୁଯାୟୀ, ବରଗଡ ବ୍ୟାଙ୍କ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?