ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଦନ୍ତାହାତୀର ମୃତ୍ୟୁ

କଣ୍ଟାମାଳ,୧୪ା୬(ଆଦିତ୍ୟେଶ୍ୱର ମିଶ୍ର): ବୌଦ୍ଧ ଜିଲା କଣ୍ଟାମାଳ ବନଖଣ୍ଡ ଘୁଚାଙ୍ଗୀ ଗାଁ ନିକଟ ବିଲରେ ବୁଧବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ଗ୍ରାମବାସୀଙ୍କ କହିବା ଅନୁଯାୟୀ ବୁଧବାର ପାହାନ୍ତିଆରେ ଏକ ହାତୀର ଚିତ୍କାର ଶୁଣିଥିଲେ। ସକାଳ ହେବା ପରେ ସେମାନେ ବିଲପଟେ ଯାଇ ସନ୍ଧାନ କରିବାରୁ ଉଚ୍ଚ କ୍ଷମତାସମ୍ପନ୍ନ ବିଦ୍ୟୁତ୍‌ ତାର ତଳେ ଦନ୍ତାହାତୀ ମରିପଡ଼ିଥିବା ଦେଖିବାକୁ ପାଇଥିଲେ। ଏ ନେଇ ବନ ବିଭାଗକୁ ଖବର ଦେବାପରେ ବିଦ୍ୟୁତ୍‌ ବିଭାଗ ସହାୟତା ନେଇ ବିଜୁଳି ସଂଯୋଗ କଟାଯାଇଥିଲା। ଘୁଚାଙ୍ଗୀ ଗ୍ରାମ୍ୟ ଜଙ୍ଗଲରେ ଦୀର୍ଘ ୨ମାସ ହେବ ଏକ ହାତୀପଲ ବିଚରଣ କରୁଛନ୍ତି। ଏମାନେ ମଙ୍ଗଳବାର ରାତିରେ ଗାଁ ନିକଟ ତୋଟାରୁ ଆମ୍ବ ଖାଇସାରି ବାଟରେ ଥବୀର ରଣାଙ୍କ ଆଖୁବାଡ଼ିରେ ପଶି ୧ ଏକର ପରିମିତ ଆଖୁ ନଷ୍ଟ କରିଥିଲେ। ସେଠାରୁ ଫେରିବାବେଳେ ବିଲର ହିଡ ଚଢ଼ିବାକୁ ଯାଇ ଦନ୍ତାହାତୀର ଶୁଣ୍ଢ ୧୧କେଭି ବିଦ୍ୟୁତ୍‌ ତାରରେ ଲାଗିବାରୁ ତା’ର ମୃତ୍ୟୁ ଘଟିଥିବା ସ୍ପଷ୍ଟ ହୋଇଛି। କାରଣ ହାତୀ ଶୁଣ୍ଢରେ ବିଦ୍ୟୁତ୍‌ ତାର ଲାଗି ପୋଡ଼ାଦାଗ ରହିଛି। ମୃତ ହାତୀଟି ମଧ୍ୟ ବୟସର ହେବ ବୋଲି ବନ ବିଭାଗ ସୂଚନା ଦେଇଛି। ଡିଏଫ୍‌ଓ ଦେବପ୍ରିୟ କମ୍ପ ପୂର୍ବାହ୍ନ ୧୦ଟାରେ ଘଟଣାସ୍ଥଳରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଥିଲେ। ପ୍ରାଥମିକ ତଦନ୍ତରୁ ବିଦ୍ୟୁତ୍‌ ଆଘାତରେ ହାତୀର ମୃତ୍ୟୁ ଘଟିଥିବା ସେ ସୂଚନା ଦେବା ସହ ଭୁବନେଶ୍ୱରରୁ ଟିମ୍‌ ଆସି ତଦନ୍ତ କରିବା ପରେ ଠିକ୍‌ ତଥ୍ୟ ଜଣାପଡିବ ବୋଲି କହିଛନ୍ତି। କଣ୍ଟାମାଳରୁ ପ୍ରାଣୀଧନ ଚିକିତ୍ସକ ଭବେଶ କୁମାର ବେହେରା ହାତୀର ମୃତଦେହ ବ୍ୟବଚ୍ଛେଦ କରିବା ପରେ ନିକଟ ଜଙ୍ଗଲରେ ପୋତି ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri