ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର (କେଚ୍ଛପଖାନ) ଗାଁର ଜଳସିଂ ମାଝୀଙ୍କ ୭ବର୍ଷର ପୁଅ ପବିତ୍ର ମାଝୀ। ପବିତ୍ର ସେବାଶ୍ରମରେ ରହି ପ୍ରଥମ ଶ୍ରେଣୀରେ ପାଠ ପଢ଼ୁଥିଲେ। ଗତ ୧୧ ତାରିଖରେ ହଠାତ୍‌ ସ୍ବାସ୍ଥ୍ୟ ଖରାପ ହେବାରୁ ସ୍କୁଲ କର୍ତ୍ତୃପକ୍ଷ ତାଙ୍କୁ ଭେଳା ଡାକ୍ତରଖାନା ନେଇଥିଲେ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା। ଗୁରୁତର ହେବାରୁ ତାଙ୍କୁ କଟକ ଶିଶୁଭବନ ସ୍ଥାନାନ୍ତର କରାଯାଇଥିଲା। ହେଲେ ୧୮ ତାରିଖରେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ୧୯ରେ ମୃତଦେହ ଘରେ ପହଞ୍ଚତ୍ବା ପରେ ୨୦ ତାରିଖ ସକାଳେ ଜିଲା ମଙ୍ଗଳ ଅଧିକାରୀ ଦୀପ୍ତିମନ୍ତ ଭୋଇ, ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ, ଗ୍ରାମବାସୀଙ୍କ ଉପସ୍ଥିତିରେ ସତ୍କାର କରାଯାଇଥିଲା। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ରେଡ୍‌କ୍ରସ ପାଣ୍ଠିରୁ ମୃତକଙ୍କ ପରିବାରକୁ ନଗଦ ୨୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ଗୌଡ଼ ସମାଜ କର୍ମକର୍ତ୍ତା ସ୍କୁଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଛାତ୍ରଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି। ଏ ନେଇ ଜିଲା ମଙ୍ଗଳ ଅଧିକାରୀ ଭୋଇଙ୍କୁ ପଚାରିବାରୁ ଏ ଦିଗରେ ତଦନ୍ତ ଚାଲିଛି, ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ମୃତକଙ୍କ ପରିବାରକୁ ନିୟମ ଅନୁସାରେ ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri