Posted inଜାତୀୟ

କୂଅରେ ପଡ଼ିଥିବା ବାଛୁରୀକୁ ବଞ୍ଚାଇବାକୁ ଯାଇ ୫ ଯୁବକ ମୃତ

ଲକ୍ଷ୍ନୌ, ୮।୯: ଉତ୍ତର ପ୍ରଦେଶର ଗୋଣ୍ଡା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ିଥିବା ଏକ ବାଛୁରୀକୁ ଉଦ୍ଧାର କରିବାକୁ ଯାଇ ୫ ଜଣ ଯୁବକ ମୃତ୍ୟୁବରଣ କରିଛନ୍ତି। ଜଣଙ୍କ ପରେ ଜଣେ ଯୁବକ କୂଅ ମଧ୍ୟକୁ ଯାଇଥିଲେ ମଧ୍ୟ ବିଷାକ୍ତ ଗ୍ୟାସ ଲାଗି ସମସ୍ତେ ଭିତରରେ ଚେତାଶୂନ୍ୟ ହୋଇ ପାଣିରେ ପଡ଼ି ବୁଡ଼ି ଯାଇଥିଲେ।
ଘଟଣାଟି ଜିଲାର ନଗର କୋତାବଳୀ ଅଞ୍ଚଳରେ ଘଟିଛି। ଅଘଟଣ ଘଟିବା ପରେ ସ୍ଥାନୀୟ ଲୋକ ଅଗ୍ନିଶମ ବିଭାଗ ଓ ପୋଲିସକୁ ଖବର ଦେଇଥିଲେ। ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚିବା ପରେ ଲୋକମାନେ କହିଥିଲେ ଯେ, ଗୋଟିଏ ବାଛୁରୀ କୂଅ ମଧ୍ୟରେ ଗଳି ପଡ଼ିଥିଲା। ଏହାକୁ ଉଦ୍ଧାର କରିବାକୁ ପ୍ରଥମେ ଜଣେ ଯୁବକ କୂଅ ମଧ୍ୟକୁ ପ୍ରବେଶ କରିଥିଲେ। ସେ ବାଛୁରୀକୁ ଦୌଡ଼ିରେ ବାନ୍ଧି ଏହାକୁ ବାହାର କରି ଦେଇଥିଲେ ମଧ୍ୟ ନିଜେ ଭିତରେ ସଂଜ୍ଞାହୀନ ହୋଇ ପାଣିରେ ପଡ଼ି ବୁଡ଼ିଯାଇଥିଲେ। ଏହାପରେ ତାଙ୍କୁ ଉଦ୍ଧାର କରିବାକୁ ଆଉ ଜଣେ ଯୁବକ କୂଅ ମଧ୍ୟକୁ ଯାଇଥିଲେ ମଧ୍ୟ ସେ ସଂଜ୍ଞାହୀନ ହୋଇ ବୁଡ଼ିଯାଇଥିଲେ। ଏପରି ଭାବେ ଜଣଙ୍କ ପରେ ଜଣେ ଏପରି ଭାବେ ଆଉ ୪ ଜଣ ଯୁବକ କୂଅ ମଧ୍ୟକୁ ପଶିଥିଲେ ମଧ୍ୟ ସମାନ କାରଣ ଲାଗି ବୁଡ଼ିଯାଇଥିଲେ। କୂଅ ଭିତରେ ବିଷାକ୍ତ ଗ୍ୟାସ ଥିବା ସନ୍ଦେହ କରାଯାଉଛି। ପ୍ରଶାସନ ପକ୍ଷରୁ କଠିନ ପରିଶ୍ରମ କରାଯାଇ ଜଣଙ୍କ ପରେ ଜଣେ ୫ଜଣ ଯୁବକଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ସମସ୍ତଙ୍କ ବୟସ ୨୫ ବର୍ଷ ମଧ୍ୟରେ ହେବ ବୋଲି ଜଣାପଡ଼ିଛି। ଏପରିକି ଗୋଟିଏ ପରିବାରର ୪ ଜଣ ସଦସ୍ୟ ରହଛନ୍ତି। ସ୍ଥାନୀୟ ବାସିନ୍ଦାଙ୍କ କହିବାନୁଯାୟୀ, କୂଅରେ ଲୋକମାନେ ଅଳିଆ ଆବର୍ଜନା ପକାଇଥାନ୍ତି। ଯେଉଁଥି ପାଇଁ ଭିତରେ ବିଷାକ୍ତ ଗ୍ୟାସ ସୃଷ୍ଟି ହୋଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ

କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ସେଖ ରୟ ଏବଂ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri