ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ

କଟକ,୧୨ା୪: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସେ ଭୋଗରାଇର ପୂର୍ବତନ ବିଧାୟିକା ତଥା ପୂର୍ବତନ ଥିଲେ। ଫୁସ୍‌ଫୁସ୍‌ଜନିତ ସମସ୍ୟାରେ ପୀଡ଼ିତ ଥାଇ କଟକର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ।

ସୂଚନାଯୋଗ୍ୟ, କମଳା ଦାସ ଜନତା ଦଳର ପ୍ରତିନିଧି ଭାବରେ ୧୯୯୦ରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ୧୯୯୦ରୁ ୧୯୯୫ ପର୍ଯ୍ୟନ୍ତ ସେ କାର୍ଯ୍ୟ କରିଥିଲେ ।

୧୦ମ ଓଡ଼ିଶା ବିଧାନସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ସେ ରାଜ୍ୟ ଶିକ୍ଷା ଓ ଯୁବ ସେବା ବିଭାଗର ମନ୍ତ୍ରୀ ଭାବରେ ପ୍ରଥମେ ୨୪ ଜୁଲାଇ ୧୯୯୦ରୁ ୪ ଜାନୁଆରୀ ୧୯୯୩ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ଏହାପରେ ସେ ୪ ଜାନୁଆରୀ ୧୯୯୩ରୁ ୧୫ ମାର୍ଚ୍ଚ ୧୯୯୫ ପର୍ଯ୍ୟନ୍ତ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।

୧୯୯୫ରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୧ତମ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ୧୯୯୫ରୁ ୨୦୦୦ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ଏହି ସମୟରେ ନବୀନ ପଟ୍ଟନାୟକଙ୍କର ନେତୃତ୍ୱରେ ବିଜୁ ଜନତା ଦଳର ଗଠନ ହେଲା ଏବଂ କମଳା ବିଜୁ ଜନତା ଦଳରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri