ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ

ବିଷମ କଟକ,୧୫।୫(ବିଭୂତି ଭୂଷଣ ନାୟକ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୯ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ ଚିକତ୍ସିତ ହେଉଥିଲେ।
ସେ ବିଷମକଟକରୁ ୭ଥର କଂଗ୍ରେସ ବିଧାୟକ ଥିଲେ। ଏହା ସହ ସେ ଓଡ଼ିଶା ଗୃହ ବିଭାଗ ତଥା ଜଙ୍ଗଲ ବିଭାଗ,ଅବକାରୀ ବିଭାଗ, ନଗର ଉନ୍ନୟନ ବିଭାଗ ଓ ଜଳ ଓ ପରିମଳ ବିଭାଗର ମନ୍ତ୍ରୀ ପଦ ମଧ୍ୟ ତୁଲାଇ ଥିଲେ। ତାଙ୍କର ବିୟଗ ସମୟରେ ତିନି ଝିଅ, ପୁଅ ଓ ସ୍ତ୍ରୀ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ପ୍ରଥମେ ତାଙ୍କ ମରଶରୀରକୁ ଭୁବନେଶ୍ୱରସ୍ଥିତ କଂଗ୍ରେସ ଭବନ କୁ ନିଆଯିବ ଓ ଏହା ପରେ ରାୟଗଡ଼ା ଜିଲା କୋଲନରା ବ୍ଲକ ବାଙ୍କିଲି ସ୍ଥିତ ବାସଭନକୁ ନିଆଯିବାର ସୂଚନା ମିଳୁଛି।
ଦେହାନ୍ତ ବିଷୟରେ ଜାଣି ମାନ୍ୟବର ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି। ବରିଷ୍ଠ ଆଇନଜୀବୀ ଦିଲ୍ଲୀପ କୁମାର ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିବା ସହ ପରିବାରଙ୍କୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା…

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ବଡ଼ ଦୁର୍ଘଟଣାରୁ….

କୋଲକାତା,୧୧।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ପୂର୍ବ ମେଦିନୀପୁରର କୋଲାଘାଟରେ ଜରୁରୀ ଅବତରଣ କରୁଛି । ସେ ଖୁଦିରାମ ବୋଷଙ୍କ ଶ୍ରାଦ୍ଧ…

ଟ୍ରାଞ୍ଜିଷ୍ଟ ହାଉସ ଭାଙ୍ଗିବା ବେଳେ ଉତ୍ତେଜନା

ଭୁବନେଶ୍ୱର,୧୧।୮: ଭୁବନେଶ୍ୱର ନିଳାଦ୍ରୀ ବିହାର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିଏମ୍‌ସି ଏବଂ ବିଡିଏ ପକ୍ଷରୁ ନିଳାଦ୍ରୀ ବିହାର ଅଞ୍ଚଳରେ ଥିବା…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri