Posted inଖେଳ

ପୂର୍ବତନ ଓପନର ସୁଧୀର ନାୟକଙ୍କ ପରଲୋକ

ନୂଆଦିଲ୍ଲୀ, ୬ା୪ (ପି.ଟି.): ଭାରତୀୟ କ୍ରିକେଟ ଦଳର ଜଣେ ପୂର୍ବତନ ଓପନର ସୁଧୀର ନାୟକଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୭୮ବର୍ଷ ବୟସ ହୋଇଥିଲା। ୧୯୭୪ରେ ସେ ୩ଟି ଟେଷ୍ଟ ମ୍ୟାଚ ଖେଳିଥିଲେ। କିଛିଦିନ ଅସୁସ୍ଥ ରହିବା ପରେ ମୁମ୍ବାଇର ଏକ ହସ୍ପିଟାଲରେ ତାଙ୍କର ବୁଧବାର ଦେହାନ୍ତ ଘଟିଛି। ସେ ତାଙ୍କ କ୍ୟାରିୟରରେ କୋଚ୍‌ ଏବଂ ଜଣେ କ୍ୟୁରେଟର ଭାବେ ମଧ୍ୟ କାର୍ଯ୍ୟ କରିଥିଲେ। ମୁମ୍ବାଇ କ୍ରିକେଟ ସର୍କଲରେ ସେ ଜଣେ ସମ୍ମାନସ୍ପଦ ବ୍ୟକ୍ତି ଥିଲେ। ୧୯୭୦-୭୧ରେ ତାଙ୍କ ଅଧିନାୟକତ୍ୱରେ ମୁମ୍ବାଇ ରଣଜୀ ଟ୍ରଫି ଟାଇଟଲ ଜିତିଥିଲା। ସେହି ସିଜନରେ ସୁନୀଲ ଗାଭାସ୍କର, ଅଜିତ ଓ୍ବାଡେକର, ଦିଲୀପ ସରଦେଶାଇ ଓ ଅଶୋକ ମଙ୍କଡଙ୍କ ଭଳି ଷ୍ଟାର ଖେଳାଳିଙ୍କ ଅନୁପସ୍ଥିତିରେ ଏହି ସଫଳତା ହାସଲ କରିଥିବାରୁ ତାଙ୍କୁ ନେଇ ଖୁବ୍‌ ଚର୍ଚ୍ଚା ହୋଇଥିଲା।

ତେବେ ୧୯୭୨ ରଣଜୀ ସିଜନରେ ପ୍ରମୁଖ ବ୍ୟାଟରମାନେ ଦଳକୁ ଫେରିବାରୁ ତାଙ୍କୁ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ମିଳି ନ ଥିଲା। ୧୯୭୪ରେ ଭାରତର ଇଂଲଣ୍ଡ ଟୁର୍‌ ସମୟରେ ସେ ବର୍ମିଂହାମ୍‌ ଟେଷ୍ଟରେ ତାଙ୍କ ପଦାର୍ପଣ କରିଥିଲେ। ସେ ଦ୍ୱିତୀୟ ଇନିଂସରେ ଏକମାତ୍ର ଅର୍ଦ୍ଧଶତକ (୭୭) ହାସଲ କରିଥିଲେ। ସୁଧୀର ୮୫ ପ୍ରଥମ ଶ୍ରେଣୀ ମ୍ୟାଚ ଖେଳି ୩୫ ଆଭରେଜରେ ୪୩୭୬ ରନ ସଂଗ୍ରହ କରିଥିଲେ। ସେ ୭ଟି ଶତକ ଓ ଗୋଟିଏ ଦ୍ୱିଶତକ ହାସଲ କରିଥିଲେ। ୧୯୭୪ରେ ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବ୍ୟାହତି ନେବା ପରେ ଜଣେ କୋଚ୍‌ ଭାବେ ସକ୍ରିୟ ଥିଲେ। ଜାହିର ଖାଁଙ୍କୁ ସେ ଲୋକଲୋଚନକୁ ଆଣିଥିଲେ। ସେ ମୁମ୍ବାଇ କ୍ରିକେଟ ଆସୋସିଏଶନର ଚେୟାରମ୍ୟାନ ଥିଲେ। ପରବର୍ତ୍ତୀ ସମୟରେ ସେ ବିନା ବେତନରେ ଓ୍ବାଙ୍ଖଡେ ଷ୍ଟାଡିୟମର ଜଣେ କୋଚ୍‌ ଭାବେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri