Posted inଜାତୀୟ

ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ପରଲୋକ

ଅହମ୍ମଦାବାଦ,୭।୧୨: ଅର୍ଥନୀତିଜ୍ଞ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯୋଗିନ୍ଦର କେ. ଅଲାଘ ମଙ୍ଗଳବାର ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ୮୩ ବର୍ଷୀୟ ଯୋଗିନ୍ଦର ବାର୍ଦ୍ଧକ୍ୟ କାରଣରୁ ବହୁବିଧ ରୋଗରେ ପୀଡ଼ିତ ଥିଲେ। କିଛିଦିନ ପୂର୍ବେ ସର୍ଦ୍ଦାର ପଟେଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇକୋନୋମିକ୍‌ ଆଣ୍ଡ୍‌ ସୋସିଆଲ ରିସର୍ଚ୍ଚ ପ୍ରଫେସର ଯୋଗିନ୍ଦରଙ୍କ ଦେହ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଥିବା ତାଙ୍କ ପୁଅ ମୁନିଶ ଅଲାଘ ସୂଚନା ଦେଇଛନ୍ତି। ୧୯୩୯ରେ ଚକଓ୍ବାଲରେ ଯୋଗିନ୍ଦର ଜନ୍ମ ଗ୍ରହଣ କରିଥିଲେ। ଭାରତ ବିଭାଜନ ପରେ ଚାକଓ୍ବାଲ ଏବେ ପାକିସ୍ତାନରେ ଆସୁଛି। ପେନସିଲଭାନିଆ ୟୁନିଭର୍ସିଟିରେ ସେ ଅର୍ଥନୀତିରେ ଡକ୍ଟରେଟ୍‌ ଡିଗ୍ରୀ ହାସଲ କରିଥିଲେ। ଦିଲ୍ଲୀ ଜବାହରଲାଲ ନେହରୁ ୟୁନିଭର୍ସିଟି (ଜେଏନ୍‌ୟୁ)ରେ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଯୋଗିନ୍ଦର ୧୯୯୬-୯୮ ପର୍ଯ୍ୟନ୍ତ ଭାରତର ବିଜ୍ଞାନ ଓ ପ୍ରଯୁକ୍ତି ବିଭାଗ ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ପାଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri