କରୋନାରେ ଜିଲା ସରପଞ୍ଚ ମହାସଂଘ ସାଧାରଣ ସମ୍ପାଦକଙ୍କ ମୃତ୍ୟୁ

କୁଆଁରମୁଣ୍ଡା,୧।୫(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ସରପଞ୍ଚ ମହାସଂଘ ସାଧାରଣ ସମ୍ପାଦକ ତଥା କୁଆଁରମୁଣ୍ଡା ବ୍ଲକ ସରପଞ୍ଚ ସଂଘର ସଭାପତି ସ୍ଥାନୀୟ ଦଲକି ପଞ୍ଚାୟତ ସରପଞ୍ଚ ଓସ୍କାର କୁମାର କିଣ୍ଡୋ (୪୫)ଙ୍କର ଶୁକ୍ରବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଯାଇଛି। ଗତ ୨ ଦିନ ତଳେ ତାଙ୍କୁ ରାଉରକେଲାସ୍ଥିତ ହାଇଟେକ୍‌ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ହଠାତ୍‌ ଶୁକ୍ରବାର ତାଙ୍କର ସ୍ବାସ୍ଥ୍ୟାବସ୍ଥାରେ ଦ୍ରୁତ ଅବନତି ଘଟିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ହେଲେ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏହି ଖବର ଶନିବାର ସକାଳୁ ପ୍ରଚାରିତ ହୋଇଯିବା ପରେ ଜିଲା ସରପଞ୍ଚ ମହାସଂଘ ସମେତ କୁଆଁରମୁଣ୍ଡା ବ୍ଲକ ସରପଞ୍ଚ ସଂଘ ସଦସ୍ୟ, କୁଆଁରମୁଣ୍ଡାର ସମିତି ସଭ୍ୟମାନଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ମୃତ ଓସ୍କାର କିଣ୍ଡୋ କରୋନାର ୧ମ ଲହର ସମୟରେ ଜଣେ ଆଗଧାଡିର ଯୋଦ୍ଧାଭାବେ ଦଲକି ପଞ୍ଚାୟତରେ ନିର୍ମିତ ବିଭିନ୍ନ ଟିଏମସିରେ ପ୍ରବାସୀମାନଙ୍କ ପାଇଁ କାର୍ଯ୍ୟକରି ବେଶ୍‌ ପ୍ରଶଂସା ପାଇଥିଲେ। ତାଙ୍କ ମୃତ୍ୟୁରେ କୁଆଁରମୁଣ୍ଡା ବିଡିଓ ମେଥେଡିୟୁସ ଲାକ୍ରା,ଏବିଡିଓ ଭବାନୀଶଙ୍କର ପାଢୀ, କୁଆଁରମୁଣ୍ଡା ବ୍ଲକର ପୂର୍ବତନ ବିଜେଡ଼ି ସଭାପତି ରାଜେନ୍ଦ୍ର କୁଜୁର, ପଦ୍ମପୁର ସରପଞ୍ଚ ବିଜୟଲକ୍ଷ୍ମୀ କାଲୋ, କୁଆଁରମୁଣ୍ଡା ସରପଞ୍ଚ ସୁଷମାକାନ୍ତି କିଣ୍ଡୋ, ସମିତି ସଭ୍ୟ ତଥା କୁଆଁରମୁଣ୍ଡା ବ୍ଲକ ବିଜେଡ଼ି ସଭାପତି ରାଜେଶ ହାଁସଦାଙ୍କ ସମେତ ଅନ୍ୟମାନେ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri