Posted inଜାତୀୟ

ଗୋଲ୍ଡ ମେଡାଲିଷ୍ଟ ଫାଇଟର ପାଇଲଟଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୮।୮: କୋଜିକୋଡ଼େରେ ଏୟାର ଇଣ୍ଡିଆର ବିମାନ ଦୁର୍ଘଟଣାରେ ଗୋଲ୍ଡ ମେଡାଲିଷ୍ଟ ଫାଇଟର ପାଇଲଟ୍‌ ଭାସନ୍ତ ସାଥେଙ୍କର ମୃତ୍ୟୁ ଘଟିଛି। ଶେଷ ପର୍ଯ୍ୟନ୍ତ ବିମାନକୁ ସୁରକ୍ଷିତ ଲ୍ୟାଣ୍ଡି କରିବାକୁ ସେ ପ୍ରୟାସ କରିଥିଲେ। ମାତ୍ର ଅସଫଳ ରହିଥିଲେ। ସେ ପୂର୍ବରୁ ଫାଇଟର ବିମାନ ପାଇଲଟ ଭାବେ କାର୍ଯ୍ୟ କରୁଥିଲେ। ଭାରତୀୟ ବାୟୁସେନାରେ ଓ୍ବିଙ୍ଗ କମାଣ୍ଡର ଭାବେ ସେ ୧୯୮୧ ଜୁନ୍‌ ୧୧ରେ ଯୋଗଦେଇଥିଲେ। ୨୨ ବର୍ଷ କାର୍ଯ୍ୟ କରିବା ପରେ ୨୦୦୩ ଜୁନ୍‌ ୩୦ରେ ସେ ଅବସର ଗ୍ରହଣ କରିଥିଲେ। ବନ୍ଦେ ଭାରତ ମିଶନ ଅର୍ନ୍ତଗତ ଦୁବାଇରୁ କେରଳର କୋଜିକୋଡ଼େ ଆସୁଥିବା ବୋଇଂ ୭୩୭ର ବିମାନ ଏଏକ୍ସ୍‌ବି-୧୩୪୪ ତେବେ କ୍ରାସ୍‌ ଲ୍ୟାଣ୍ଡିଂ ଯୋଗୁ ବିମାନଟି ରନ୍‌ ଓ୍ବେରେ ଦୁଇଖଣ୍ଡ ହୋଇଯାଇଥିଲା। ଏଥିରେ ଭାସନ୍ତଙ୍କ ସହିତ ଅନ୍ୟ ଜଣେ ସାଥି ପାଇଲଟ୍‌ଙ୍କର ମଧ୍ୟ ମୃତ୍ୟୁ ଘଟିଛି। ବର୍ତ୍ତମାନ ମୃତକଙ୍କ ସଂଖ୍ୟା ୧୮ ଥିବାବେଳେ ୨୨୭ ଆହତଙ୍କ ଚିକିତ୍ସା ଜାରି ରହିଛି। ୧୫ ଜଣଙ୍କ ଅବସ୍ଥା ଗୁରୁତର ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ବିମାନରେ ୧୯୦ ଜଣ ଯାତ୍ରା କରୁଥିଲେ। ସେଥିମଧ୍ୟରୁ ୧୨୮ ଜଣ ପୁରୁଷ, ୪୬ ମହିଳା, ୧୦ ଛୋଟ ପିଲା ଏବଂ ୬ ଜଣ କ୍ରୁ ସଦସ୍ୟ ଥିଲେ। ଯାତ୍ରୀଙ୍କ ଘରେ ପହଞ୍ଚିବା ଆଶା କେବଳ ଆଶାରେ ରହିଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri