ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ତେବେ ବୃନ୍ଦାବତୀ ଭକ୍ତ ନିବାସରେ ରହି କାର୍ତ୍ତିକ ବତ୍ର କରୁଥିବା ଜଣେ ହବିଷ୍ୟାଳିଙ୍କ ଶନିବାର ମୃତ୍ୟୁ ଘଟଛି। ମୃତ ହବିଷ୍ୟାଳି ହେଉଛନ୍ତି କଣାସ ବ୍ଲକ ଅଧୀନ ବେଏଣ୍ଟା ଗ୍ରାମର ରତ୍ନମଣୀ ମଙ୍ଗରାଜ(୭୦)। ତେବେ ଅସୁସ୍ଥତା କାରଣରୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ରତ୍ନମଣି ବୃନ୍ଦାବତୀ ଭକ୍ତ ନିବାସର ପ୍ରଥମ ମହଲାର ୧୦୩ ନମ୍ବର ରୁମ୍‌ରେ ରହି କାର୍ତ୍ତିକ ବ୍ରତ କରୁଥିଲେ। ତେବେ ଶୁକ୍ରବାର ରତ୍ନମଣୀ ଶୌଚ ପାଇଁ ବୃନ୍ଦାବତୀ ନିବାସ ପରିସରରେ ଥିବା ଶୌଚାଳୟକୁ ଯାଇଥିଲେ। ହେଲେ କୌଣସି କାରଣରୁ ସେ ଶୌଚାଳୟରେ ପଡ଼ି ଯାଇଥିଲେ। ତାଙ୍କୁ ଉଦ୍ଧାର କରି ବୃନ୍ଦାବତୀ ନିବାସଠାରେ ପ୍ରାଥମିକ ଚିକିତ୍ସା ଯୋଗାଇ ଦିଆଯାଇଥିଲା। ଅବସ୍ଥା ଗୁରୁତ୍ୱର ହେବାରୁ ତାଙ୍କୁ ଚିକିତ୍ସା ପାଇଁ ପୁରୀ ସଦରମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।

ସେଠାରେ ଡାକ୍ତର ଚିକିତ୍ସା ପରେ ହାତରେ ଗଭୀର ଆଘାତ ଲାଗିବା ସହ ହାଡ଼ ଭାଙ୍ଗିଥିବା ଜଣାଇଥିଲେ। ପରେ ତାଙ୍କୁ ମହିଳା ମେଡଶିନ ୱାର୍ଡରେ ଆଡ୍‌ମିଟ କରାଯାଇ ଚିକିତ୍ସା କରାଯାଉଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ରାତି ପ୍ରାୟ ୯ଟାରେ ରତ୍ନମଣୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ତେବେ ପରିବାର ଲୋକ ରତ୍ନମଣୀଙ୍କ ମୃତ୍ୟୁ ପାଇଁ ଚିକିତ୍ସା ଅବହେଳାକୁ ଦାୟୀ କରିବା ସହ ସରକାରଙ୍କ ପକ୍ଷରୁ କୌଣସି ସହଯୋଗ ଯୋଗଇ ଦିଆଯାଇ ନ ଥିବା ଅଭିଯୋଗ କରିଛନ୍ତି। ତେବେ ପରିବାର ଲୋକଙ୍କ ଅଭିଯୋଗକୁ ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ତଥା ଜିଲା ପ୍ରଶାସନର କୌଣିସ ପ୍ରତିକିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri