Posted inଜାତୀୟ

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ମୃତ୍ୟୁ ଘଟଣା: ଶୋକପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧: ପୋଲିସ ଏଏସ୍‌ଆଇଙ୍କ ଗୁଳିମାଡରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ ଘଟିଛି। ତାଙ୍କ ପରଲୋକ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘଟଣାକୁ ନିନ୍ଦା କରିବା ସହ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ ଯୋଗେ କହିଛନ୍ତି, ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସଙ୍କ ଦୁର୍ଭାଗ୍ୟଜନକ ଦେହାନ୍ତରେ ଦୁଃଖିତ। ଏହି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା। ଓଁ ଶାନ୍ତି ।
ସେହିପରି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଆକସ୍ମିକ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶ୍ଚର୍ଯ୍ୟପ୍ରକଟ କରିବା ସହ ଚିନ୍ତିତ ଥିବା କହିଛନ୍ତି। ମୁଖ୍ୟମନ୍ତ୍ରୀ ଆପୋଲୋ ହସ୍ପିଟାଲ ଯାଇ ନବ ଦାସଙ୍କୁ ଶେଷ ଦର୍ଶନ କରିବା ସହିତ କହିଛନ୍ତି, ଡାକ୍ତରମାନେ ତାଙ୍କ ଜୀବନ ରକ୍ଷା କରିବା ପାଇଁ ସବୁ ପ୍ରକାର ଚେଷ୍ଟା କରିଥିଲେ। ହେଲେ ତାହା ସମ୍ଭବ ହୋଇପାରିଲା ନାହିଁ। ନବ ଦାସ ଉଭୟ ସରକାର ଏବଂ ବିଜେଡି ଦଳ ପାଇଁ ବଡ଼ ସମ୍ପତ୍ତି ଥିଲେ। ସେ ଲୋକମାନଙ୍କ ସ୍ବାର୍ଥ ରକ୍ଷା ଲାଗି ସ୍ବାସ୍ଥ୍ୟ ବିଭାଗରେ ବହୁ ନୂଆ ପ୍ରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଜଣେ ନେତା ଭାବେ ସେ ବିଜେଡିକୁ ମଜଭୁତ କରିବା ଲାଗି ବଡ଼ ଅସ୍ତ୍ର ଥିଲେ। ସେ ଜଣେ ତୃଣମୂଳସ୍ତରର ବ୍ୟକ୍ତି ଥିଲେ। ଦଳମତ ଏବଂ ବ୍ୟକ୍ତିବିଶେଷ ନିର୍ବିଶେଷରେ ସେ ସମସ୍ତଙ୍କ ପ୍ରିୟପାତ୍ର ଥିଲେ। ତାଙ୍କ ମୃତ୍ୟୁ ଓଡ଼ିଶା ପାଇଁ ବଡ଼ କ୍ଷତି। ତାଙ୍କ ପରିବାର ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri